କ୍ଷମା ମାଗିଲେ ମୋଦି

ନୂଆଦିଲ୍ଲୀ,୨୯।୩: କରୋନା ପାଇଁ ସାରା ଦେଶକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ଦେଶ ଏକ ପ୍ରକାର ଠପ୍‌ ହୋଇ ଯାଇଛି। ଲକ୍‌ ଡାଉନକୁ ୫ ଦିନ ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ କରୋନା ସମ୍ପର୍କରେ କଥା ହୋଇଛନ୍ତି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସେ ଦେଶବାସୀଙ୍କୁ କ୍ଷମା ମାଗିଛନ୍ତି। ମୋଦି କହିଛନ୍ତି ଏମିତି କିଛି ନିଷ୍ପତ୍ତି ନେବାକୁ ପଡିଛି ଯାହା ଫଳରେ ଆପଣମାନଙ୍କ ସାଧାରଣ ଜୀବନଯାତ୍ରାରେ ବହୁ ଅସୁବିଧା ଉପୁଜିଛି। ବିଶେଷ କରି ଲକ୍‌ଡାଉନ୍‌ ସମୟରେ ଗରିବମାନେ ଯେଉଁଭଳି ଅସୁବିଧାର ସମ୍ମୁଖୀନ ହେଉଛନ୍ତି ସେଥିପାଇଁ ମୁଁ କ୍ଷମା ମାଗୁଛି। କିନ୍ତୁ କରୋନା ମଣିଷର ମୃତ୍ୟୁକୁ ଚାହିଁ ବସିଥିବା ବେଳେ ଏଭଳି ନିଷ୍ପତ୍ତି ନେବା ଜରୁରୀ ହୋଇପଡିଛି। ଆପଣମାନେ ମୋ ଉପରେ ରାଗିଥିବେ ଅବା ଅଭିମାନ କରିଥିବେ ହେଲେ ଦେଶବାସୀଙ୍କୁ କରୋନା ମହାମାରୀଠାରୁ ବଞ୍ଚାଇ ରଖିବାକୁ ଏଭଳି ନିଷ୍ପତ୍ତି ନେବା ଜରୁରୀ ହୋଇପଡିଛି ବୋଲି ମୋଦି ରବିବାର ତାଙ୍କ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ କହିଛନ୍ତି। କରୋନା ମୁକାବିଲା ସମୟରେ ଡାକ୍ତର, ନର୍ସ, ପାରାମେଡିକାଲ ଷ୍ଟାଫ ଯେଉଁଭଳି ଭାବେ ସେବା ଯୋଗାଇଛନ୍ତି ତା’ର ଖୁବ୍‌ ପ୍ରଶଂସା କରିଛନ୍ତି ମୋଦି। କରୋନା ସହ ଲଢିବାକୁ ହେଲେ ଆମକୁ ଘର ଭିତରେ ବନ୍ଦ ହୋଇ ରହିବା ସହ ସକରାତ୍ମକ ଚିନ୍ତାଧାରା ପୋଷଣ କରିବା ଜରୁରୀ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ବ୍ୟାପିଲା ବାର୍ଡ ଫ୍ଲୁ ସଂକ୍ରମଣ; ଏହିସବୁ ରାଜ୍ୟରେ ଜାରି ହେଲା ସତର୍କତା

ନୂଆଦିଲ୍ଲୀ,୨।୧: କେରଳର ଆଲପୁଜା ଏବଂ କୋଟାୟମ ସମେତ କିଛି ଅଞ୍ଚଳରେ ବାର୍ଡ ଫ୍ଲୁ ବା ପକ୍ଷୀ ଜ୍ୱର ମାମଲା ଚିହ୍ନଟ ହୋଇଛି। ଏହାକୁ ଦୃଷ୍ଟିରେ ରଖି...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri