କ୍ଷୀର, ଲୁଣର ମିଶ୍ରଣ ବ୍ୟବହାର କଲେ ହେବ ହାତ, ପାଦ ଗୋରା

ବର୍ତ୍ତମାନ ସମୟରେ ସୁନ୍ଦର ହେବା ପାଇଁ ସମସ୍ତଙ୍କ ଇଚ୍ଛା। ବିଶେଷ କରି ମହିଳାମାନେ ନିଜର ତ୍ୱଚାକୁ ନେଇ ବେଶ୍‌ ଯତ୍ନଶୀଳ। ସ୍କ୍ରବ୍‌ ଓ କ୍ଲିନ୍‌ଅପ୍‌ କରାଇବା ସହ ବିଭିନ୍ନ ପ୍ରସାଧନ ସାମଗ୍ରୀ ବ୍ୟବହାରକରିବାକୁ ଅନେକ ଭୁଲନ୍ତି ନାହିଁ। ମାତ୍ର ବଦଳୁଥିବା ପରିବେଶ ସାଙ୍ଗକୁ ଦିନଚର୍ଯ୍ୟା ଫଳରେ ତ୍ୱଚାରେ ଚମକପଣ ରହୁନାହିଁ। ଏପରିକି ମୁହଁ ତୁଳନାରେ ହାତ ଓ ଗୋଡ଼ ବେଶି କଳା ପଡ଼ୁଥିବା ଦେଖାଯାଉଛି। ତେବେ କ୍ଷୀର ଏବଂ ସୈନ୍ଧବ ଲବଣ ସାହାର୍ଯ୍ୟରେ ଏଥିରୁ ମୁକ୍ତି ପାଇହେବ। ବ୍ୟବହାର କରିବାର ପ୍ରକ୍ରିୟା ବିଷୟରେ ଜାଣନ୍ତୁ:-
-୨ ଚାମଚ ସୈନ୍ଧବ ଲବଣରେ ୨ ଚାମଚ କଞ୍ଚା କ୍ଷୀର ମିଶାନ୍ତୁ। ଆପଣ ଚାହିଁଲେ ଏଥିରେ ଏକ ଚାମଚ ମହୁ ମଧ୍ୟ ମିଶାଇ ଏକ ମିଶ୍ରଣ ପ୍ରସ୍ତୁତ କରିପାରିବେ। ଏହି ମିଶ୍ରଣଙ୍କୁ ହାତ ଓ ପାଦରେ ଲଗାଇ ହାଲୁକା ମାଲିସ କରନ୍ତୁ। ଏହି ପ୍ରକ୍ରିୟାକୁ କିଛି ଦିନ ଜାରିରଖିବା ପରେ ହାତ ଓ ପାଦ ନରମ ହେବା ସହ ଗୋରା ଦେଖାଯିବ।

– କମଳା ଚୋପାକୁ ଶୁଖାଇ ଏହାର ପାଉଡର ପ୍ରସ୍ତୁତ କରନ୍ତୁ। ଏଥିରେ କ୍ଷୀର ମିଶାଇ ଏକ ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏହାକୁ ହାତ ଓ ପାଦରେ ଲଗାନ୍ତୁ। ଏହା ଶୁଖିଯିବା ପରେ ଭଲଭାବେ ଧୋଇ ଦିଅନ୍ତୁ। ଏପରି କରିବାର କିଛି ଦିନ ପରେ ହାତ ଓ ପାଦର ରଙ୍ଗରେ ପରିବର୍ତ୍ତନ ଆସିବ।

-୨ ଚାମଚ ଚନ୍ଦନ ପାଉଡରରେ କ୍ଷୀର, ଲେମ୍ବୁରସ ମିଶାଇ ପେଷ୍ଟ ପ୍ରସ୍ତୁତ କରି ବ୍ୟବହାର କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri