କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପକୁ ନେଇ ଏନ୍‌ଜିଟିରେ ମାମଲା: ତଦନ୍ତ ରିପୋର୍ଟ ମାଗିଲେ ଟ୍ରିବ୍ୟୁନାଲ

କଟକ ଅଫିସ,୨୦।୧: କୋରାପୁଟ ଜିଲା ଡୁମୋଜୋରି ନିକଟରେ ନିର୍ମାଣ ଚାଲିଥିବା କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପକୁ ନେଇ ଏନ୍‌ଜିଟିରେ ମାମଲା ରୁଜୁ ହୋଇଛି। ମାମଲାର ଶୁଣାଣି କରି ଏନ୍‌ଜିଟିଙ୍କ ପକ୍ଷରୁ କେନ୍ଦ୍ର ପରିବେଶ ମନ୍ତ୍ରଣାଳୟର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟକୁ ୩ ସପ୍ତାହ ମଧ୍ୟରେ ତଦନ୍ତ ରିପୋର୍ଟ ମଗାଯାଇଛି। ଫେବୃୟାରୀ ୨୫କୁ ମାମଲାର ପରବର୍ତ୍ତୀ ତାରିଖ ପାଇଁ ଦିନଧାର୍ଯ୍ୟ ହୋଇଛି।
ସୂଚନାଥାଉକି, ଉକ୍ତ ଜଳବିଦ୍ୟୁତ୍‌ ପ୍ରକଳ୍ପ କାର୍ଯ୍ୟରେ ଜଙ୍ଗଲ ଆଇନର ଉଲ୍ଲଂଘନ ହୋଇଥିବା ପିଟିଶନରେ ଉଲ୍ଲେଖ ରହିଛି। ଆବେଦନକାରୀ ମୀନକେତନ ଦାଶ ପିଟିଶନରେ ଉଲ୍ଲେଖ କରିଛନ୍ତି ଯେ, ଉକ୍ତ ପ୍ରକଳ୍ପ ନିମନ୍ତେ ୪.୭ ହେକ୍ଟର ଜଙ୍ଗଲ ଜମି ପ୍ରଦାନ କରାଯାଇଥିଲା। ମାତ୍ର ଏହି ଜମିକୁ ବାଦ୍‌ ଦେଇ ୩ କିଲୋମିଟର ରାସ୍ତା ଜଙ୍ଗଲ ଜମିରେ ନିର୍ମାଣ କରାଯାଇଛି। ପ୍ରକଳ୍ପର ବିଦ୍ୟୁତ୍‌ ଉତ୍ପାଦନ କ୍ଷମତା ୧୨ ମେଗାୱାଟ ଧାର୍ଯ୍ୟ କରାଯାଇଥିବା ବେଳେ ଏହା ୧୫ ମେଗାୱାଟକୁ ବୃଦ୍ଧି କରାଯାଇଛି। ଏହାଦ୍ୱାରା ନିକଟରେ ଥିବା ଗୁଲୁମି ଜଳପ୍ରପାତ ନିଜର ଶୋଭା ହରାଇବା ସହିତ ସେଠାକାର ସବୁଜିମା ପ୍ରଭାବିତ ହେବ। ଏପରିକି ପ୍ରକଳ୍ପ ନିର୍ମାଣ ନିମନ୍ତେ ଟର୍ନେଲ ସ୍ଥାନରେ ଚ୍ୟାନେଲ କରାଯାଇଛି। ସେହିପରି ବନଖଣ୍ଡ ଅଧିକାରୀଙ୍କ ଅନୁମତି ନ ନେଇ ବ୍ୟାପକ ଗଛ ମଧ୍ୟ କଟାଯାଇଛି। ଏଭଳି ବେଆଇନ କାର୍ଯ୍ୟ ଜଙ୍ଗଲ ଓ ପରିବେଶକୁ ବ୍ୟାପକ ପ୍ରଭାବ ପଭାବିତ କରୁଛି ବୋଲି ଆବେଦନକାରୀ ପିଟିଶନରେ ଉଲ୍ଲେଖ କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଡଭୋକେଟ ଶଙ୍କର ପ୍ରସାଦ ପାଣି ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri