ଭୁବନେଶ୍ୱର, ୧୩।୫(ବ୍ୟୁରୋ): କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ମୂଲ୍ୟ ସହାୟକ ଯୋଜନାରେ ରବିଧାନ, ଡାଲି ଓ ତୈଳବୀଜ ସଂଗ୍ରହ କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଗୁରୁତ୍ବାରୋପ କରିଛନ୍ତି। ରାଜ୍ୟର ପ୍ରାୟ ୯୦ପ୍ରତିଶତ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଖରିଫଚାଷ ନିମନ୍ତେ ଋଣ ଯୋଗାଇଦେବା ଦିଗରେ ସମବାୟ ବ୍ୟାଙ୍କ ଏବଂ ପ୍ରାଥମିକ କୃଷି ସମବାୟ ସମିତିଗୁଡ଼ିକ ତତ୍ପରତା ପ୍ରକାଶ କରନ୍ତୁ ବୋଲି ମନ୍ତ୍ରୀ ସ୍ବାଇଁ ଭିଡିଓ କନ୍ଫରେନ୍ସିଂ ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି ା
ମଙ୍ଗଳବାର ରାଜ୍ୟ ସମବାୟ ବ୍ୟାଙ୍କ ପରିସରରେ ଭିଡିଓ କନ୍ଫରେନ୍ସିଂ ବୈଠକ ଅନୁଷ୍ଠିତ ହୋଇଥିଲା ା ଏଥିରେ ମନ୍ତ୍ରୀ ସ୍ବାଇଁ ଖରିଫ ଋଣ ଯୋଗାଣ, ପ୍ୟାକ୍ସ ଓ ଲ୍ୟାମ୍ପସ୍ ମାଧ୍ୟମରେ ରବିଧାନ, ଡାଲି ଓ ତୈଳବୀଜ ସଂଗ୍ରହ ଏବଂ ପ୍ୟାକ୍ସଗୁଡ଼ିକରେ ପର୍ଯ୍ୟାପ୍ତ ସାର ମହଜୁଦ ନେଇ ସମୀକ୍ଷା କରିଥିଲେ। ରାଜ୍ୟରେ ଖାଦ୍ୟ ନିରାପତ୍ତା, କୃଷି କାର୍ଯ୍ୟ ଏବଂ ଶସ୍ୟ ସଂଗ୍ରହ ଉପରେ ପ୍ରାଥମିକତା ଦିଆଯାଉଛି। ମୂଲ୍ୟ ସହାୟକ ଯୋଜନାରେ ବିରି, ମୁଗ, ଚିନାବାଦାମ ଏବଂ ସୂର୍ଯ୍ୟମୁଖୀ ମଞ୍ଜି ସଂଗ୍ରହ ଗତ ୭ ତାରିଖରୁ ଆରମ୍ଭ ହୋଇଛି। କିଭଳି ଅଧିକ ଚାଷୀଙ୍କ ନାମ ପଞ୍ଜୀକରଣ କରିହେବ ସେଥିପ୍ରତି ପଦକ୍ଷେପ ନେବା ଦରକାର। କ୍ଷେତ୍ର ଅଧିକାରୀମାନେ ଆସନ୍ତା ୩ଦିନ ମଧ୍ୟରେ ସମସ୍ତ ପ୍ୟାକ୍ସ, ଲ୍ୟାମ୍ପ୍ସ ଏବଂ ଶସ୍ୟ ସଂଗ୍ରହ କେନ୍ଦ୍ର ପରିଦର୍ଶନ କରନ୍ତୁ ବୋଲି ସେ ପରାମର୍ଶ ଦେଇଥିଲେ। ଚଳିତ ଖରିଫରେ ସମବାୟ ସମିତି ଓ ସମବାୟ ବ୍ୟାଙ୍କଗୁଡ଼ିକ ଦ୍ବାରା ୭୫୦୦ କୋଟି ଟଙ୍କା ଫସଲ ଋଣ ଆକାରରେ ପ୍ରଦାନର ଲକ୍ଷ୍ୟ ଧାର୍ଯ୍ୟ ଥିବାବେଳେ ମାସ ଶେଷ ସୁଦ୍ଧା ୨ ହଜାର କୋଟି ଟଙ୍କାର ଫସଲ ଋଣ ଯୋଗାଇଦେବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅଧିକରୁ ଅଧିକ ଯୁଗ୍ମଦେୟ ଗୋଷ୍ଠୀ ଯେପରି ଫସଲ ଋଣର ସୁବିଧା ପାଇପାରିବେ ସେଥିପ୍ରତି ପଦକ୍ଷେପ ନିଆଯିବ। ମତ୍ସ୍ୟଚାଷ ଓ ଆନୁଷଙ୍ଗିକ କ୍ଷେତ୍ର ସମେତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ସ୍ବଳ୍ପକାଳୀନ ଋଣ ପ୍ରଦାନ ଉପରେ ପଦକ୍ଷେପ ନେବାକୁ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି।
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…
ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...
ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ
ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...
ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ
ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
Archives


