କ୍ଷେତରେ ନଷ୍ଟ ହେଉଛି ଟମାଟୋ: ଚାଷୀ ମୁଣ୍ଡରେ ଚଡ଼କ

ଠାକୁରମୁଣ୍ଡା,୩୦ା୩(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ଭାରତରେ ଲକ୍‌ଡାଉନ ହୋଇଥିବାରୁ ଚାଷୀମାନଙ୍କ ଉପରେ ଏହାର ପ୍ରଭାବ ପଡ଼ିଛି। ବିଶେଷ କରି ଟମାଟୋ ଚାଷୀମାନଙ୍କର ଅବସ୍ଥା ସଙ୍ଗୀନ ହୋଇପଡ଼ିଛି। ଲକ୍‌ଡାଉନ ଯୋଗୁ ଲୋକେ ଘରୁ ବାହାରି ପାରୁ ନ ଥିବା ବେଳେ ଅଳ୍ପ ପରିମାଣର ଟମାଟୋ ବିକ୍ରି ହୋଇପାରୁଛି। ଠାକୁରମୁଣ୍ଡା ବ୍ଲକ ଖସାକୁଦର ଗ୍ରାମର ହରିହର ମହାନ୍ତ, ପରମେଶ୍ୱର ସେଠୀ, ଜବାହରଲାଲ ହେମ୍ବ୍ରମ ଓ ବଜାୟ ମୁଣ୍ଡା ୨ ଲକ୍ଷ ଟଙ୍କା ଋଣ ଆଣି ପ୍ରାୟ ୧୨ ଏକର ଜମିରେ ଟମାଟୋ ଚାଷ କରିଥିଲେ। ଲକଡାଉନ ପୂର୍ବରୁ ମାତ୍ର ୧୧ ଟନ ଟମାଟୋ ସେମାନେ ବିକ୍ରି କରିଥିବା ବେଳେ ବର୍ତ୍ତମାନ ୩୦ ଟନରୁ ଊର୍ଦ୍ଧ୍ୱ ଟମାଟୋ କ୍ଷେତରେ ପଡ଼ି ନଷ୍ଟ ହେବାରେ ଲାଗିଛି। ସେହିପରି ମୟୂରଭଞ୍ଜ ଜିଲା ସୀମାନ୍ତ ଠାକୁରମୁଣ୍ଡା ବ୍ଲକ ନିକଟବର୍ତ୍ତୀ ଡାଳପକା ପଞ୍ଚାୟତ ଅନ୍ତର୍ଗତ କୁଦବେଡା ଗ୍ରାମର ଜୟକୃଷ୍ଣ ମହାନ୍ତ ଋଣ କରି ୪ ଏକର ଜମିରେ ଟମାଟୋ ଚାଷ କରିଥିଲେ। ବର୍ତ୍ତମାନ ତାଙ୍କର ପ୍ରାୟ ୮ରୁ ୯ ଟନ ଓଜନର ଟମାଟୋ ବିକ୍ରୀ କରି ପାରୁ ନ ଥିବା କାରଣରୁ ଏହା ନଷ୍ଟ ହେବାକୁ ବସିଲାଣି। ହାଟ,ବଜାର ବନ୍ଦ ସହ ବେପାରୀମାନେ ଆସୁ ନ ଥିବାରୁ ସେ ଗାଁଗାଁ ବୁଲି ଅଳ୍ପ କିଛି ବିକ୍ରି କରିପାରିଛନ୍ତି। ଗାଡ଼ି ନ ଚାଲିବା ଯୋଗୁଁ ଠାକୁରମୁଣ୍ଡା, କରଞ୍ଜିଆ, କେନ୍ଦୁଝର ବଜାରକୁ ମଧ୍ୟ ବିକ୍ରୀ କରିବାକୁ ନେବା ସମ୍ଭବ ହେଉନାହିଁ। ସେହିପରି ଠାକୁରମୁଣ୍ଡା ବ୍ଲକର ଅନେକ ଚାଷୀଙ୍କ ଅବସ୍ଥା ସମାନ ରହିଛି। ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେବାକୁ ଚାଷୀମାନେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri