କ୍ଷେତରେ ଲହଡ଼ି ମାରୁଛି ବର୍ଷାଜଳ

ଆରଡି,୩ା୫(ଡି.ଏନ୍‌.ଏ.)- ଲକ୍‌ଡାଉନର ପ୍ରଭାବ ଯୋଗୁଁ ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ସାଆଁଳପୁର ଗ୍ରାମରେ ପାଚିଲା ଧାନକଟାରେ ସମସ୍ୟା ଉପୁଜିଛି। ଏହା ସାଙ୍ଗକୁ ପ୍ରାୟ ଏକ ସପ୍ତାହ ହେଲା କାଳବୈଶାଖୀ ଯୋଗୁ ଝଡ଼ବର୍ଷା ଲାଗି ରହୁଥିବାରୁ ଚାଷ ଜମିରେ ବର୍ଷାଜଳ ଲହଡ଼ି ମାରୁଛି । ଗ୍ରାମର ଦିବ୍ୟ ରଞ୍ଜନ ମହାନ୍ତି ଚଳିତ ବର୍ଷ ଧାଡ଼ିରୁଆ ପ୍ରଣାଳୀରେ ୨୦ ଏକରରୁ ଅଧିକ ଜମିରେ ରବିଧାନ ଚାଷ କରିଥିଲେ। ଉନ୍ନତ ପ୍ରଣାଳୀରେ ଭଲ ଅମଳ ପାଇବା ଆଶାରେ ସେ ଏହି ଧାନଚାଷରେ ଲକ୍ଷାଧିକ ଟଙ୍କା ବିନିଯୋଗ କରିଥିଲେ। ଚାଷ ପାଇଁ ଋଣ କରିବା ସହ ହାତ ଉଧାରି ମଧ୍ୟ କରିଥିଲେ । ଚଳିତ ବର୍ଷ ତାଙ୍କ ଧାନଚାଷ ମଧ୍ୟ ଭଲ ଅମଳ ଦେବା ଉପେଯାଗୀ ହୋଇଥିଲା । ମାତ୍ର କରୋନା ପାଇଁ ଲକ୍‌ଡାଉନ ଯୋଗୁ ପ୍ରଥମେ ଟେକ୍‌ନିସିଆନ ତାଙ୍କ ଜମିକୁ ଆସି ପାରି ନ ଥିଲେ । ପରବର୍ତ୍ତି ସମୟରେ କୃଷି ଶ୍ରମିକଙ୍କ ଅଭାବ ଦେଖା ଦେଇଥିଲା। ଏବେ କାଳବୈଶାଖୀର ପ୍ରଭାବ ତାଙ୍କ ପାଇଁ ସମସ୍ୟା ସୃଷ୍ଟି କରିଛି । ନିଜ ଚାଷ କ୍ଷୟକ୍ଷତି ବିଷୟରେ ସେ ସ୍ଥାନୀୟ ରାଜସ୍ବ ନିରୀକ୍ଷକ ଓ ବ୍ଲକ କୃଷି ଅଧିକାରୀଙ୍କ ସହ ଯୋଗାଯୋଗ କରିଛନ୍ତି। ସେମାନେ କ୍ଷୟକ୍ଷତିର ଆକଳନ କରି ଫେରିଛନ୍ତି। ତାଙ୍କୁ କ୍ଷତିପୂରଣ ସହାୟତା ମିଳିବା ନେଇ ସେ ଆଶାବାଦୀ ଅଛନ୍ତି। ଯଦି ଏହା ତୁରନ୍ତ ମିଳି ଯାଆନ୍ତା ତେବେ ସେ ଋଣମୁକ୍ତ ହେବାସହ ପୁନଶ୍ଚ ଶାରଦ ଚାଷପାଇଁ ପ୍ରସ୍ତୁତ ହୁଅନ୍ତେ ବୋଲି ଦିବ୍ୟ ରଞ୍ଜନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri