କ୍ୟାଟେରିନା ଗ୍ରୀସ୍‌ର ପ୍ରଥମ ମହିଳା ରାଷ୍ଟ୍ରପତି

ଏଥେନ୍ସ,୧୪ା୩(ଏ.ପି.): ଗ୍ରୀସ୍‌ର ପୂର୍ବତନ ହାଇକୋର୍ଟ ବିଚାରପତି କ୍ୟାଟେରିନା ସାକେଲାରୋପୋଲୋଉ ଶୁକ୍ରବାର ଦେଶର ପ୍ରଥମ ମହିଳା ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି। ଗ୍ରୀସ୍‌ ପାର୍ଲାମେଣ୍ଟରେ ବିପୁଳ ଭୋଟ ପାଇ ନିର୍ବାଚିତ ହେବାର ପ୍ରାୟ ଦୁଇମାସ ପରେ କ୍ୟାଟେରିନା ଏହି ଗୁରୁଦାୟିତ୍ୱ ଗ୍ରହଣ କରିଛନ୍ତି।
କରୋନା ଭାଇରସ ସଂକ୍ରମଣ ବୃଦ୍ଧିପାଉଥିବାରୁ ପାର୍ଲାମେଣ୍ଟରେ ଖୁବ୍‌ କମ୍‌ ସଦସ୍ୟଙ୍କ ଉପସ୍ଥିତିରେ କ୍ୟାଟେରିନାଙ୍କ ଶପଥଗ୍ରହଣ ଉତ୍ସବ ହୋଇଥିଲା। ସେଠାରେ ହାତଗଣତି କେତେଜଣ ଆଇନପ୍ରଣେତା ଓ ଖବରଦାତା ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀ କିରିଆକୋସ୍‌ ମିଟ୍‌ସୋଟାକିସ୍‌ ତାଙ୍କୁ ଜଣେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବେ ମନୋନୀତ କରିଥିବାରୁ ସେ ସବୁ ଦଳର ସମର୍ଥନ ପାଇବେ ବୋଲି ଆଶା କରାଯାଉଛି। ଗତ ଜାନୁୟାରୀରେ ସମସ୍ତ ବଡ଼ ଦଳ ତାଙ୍କ ସପକ୍ଷରେ ମତଦାନ କରିଥିଲେ। ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହେବା ପାଇଁ ୨୦୦ ଭୋଟ ଜରୁରୀ ଥିବାବେଳେ କ୍ୟାଟେରିନାଙ୍କ ସପକ୍ଷରେ ୨୬୧ ଖଣ୍ଡ ଭୋଟ ପଡ଼ିଥିଲା। ତାଙ୍କ ବିପକ୍ଷରେ ୩୩ ସଦସ୍ୟ ଭୋଟ ଦେଇଥିବାବେଳେ ୬ ଆଇନପ୍ରଣେତା ଅନୁପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri