କ୍ୟାପିଟାଲ ହସ୍ପିଟାଲରେ ହେବ ହାର୍ଟ ଅପରେଶନ୍‌

ଭୁବନେଶ୍ୱର, ୭।୧୧(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲରେ ହାର୍ଟ-ସର୍ଜରି ୟୁନିଟ୍‌ ଆରମ୍ଭ ହେବ। ଫଳରେ ଏଠାରେ ହାର୍ଟ ଅପରେଶନ୍‌, ଓପନ ହାର୍ଟ ସର୍ଜରି, କମ୍ପ୍ଲେକ୍ସ ଆଞ୍ଜିଓଗ୍ରାଫି, ଡିଭାଇସ୍‌ କ୍ଲୋଜର, ଇଲେକ୍ଟ୍ରୋ ଫିଜିଓଲୋଜିକାଲ ଷ୍ଟଡି ସମ୍ଭବ ହୋଇପାରିବ। ଏନେଇ କ୍ୟାପିଟାଲ ହସ୍ପିଟାଲ ପରିସରରେ ଆବଶ୍ୟକ ଭିତ୍ତିଭୂମିର ଉନ୍ନତିକରଣ କରାଯିବ। ଏଥି ନିମନ୍ତେ ଆବଶ୍ୟକୀୟ ଗୃହ ଉପଲବ୍ଧ ଥିବାବେଳେ ଅପରେଶନ୍‌ ଥିଏଟର ପାଇଁ ଆନୁଷଙ୍ଗିକ ଚିକିତ୍ସା ସରଞ୍ଜାମ ଓ ଯନ୍ତ୍ରପାତି ଖୁବ୍‌ଶୀଘ୍ର ଯୋଗାଇଦିଆଯିବ। ବର୍ତ୍ତମାନ କ୍ୟାପିଟାଲ ହସ୍ପିଟାଲକୁ ଦୈନିକ ପ୍ରାୟ ୩୦୦୦ରୁ ୩୫୦୦ ରୋଗୀ ବହିର୍ବିଭାଗରେ ଚିକିତ୍ସା ପାଇଁ ଆସୁଥିବାବେଳେ କାର୍ଡିଓଲୋଜି ବହିର୍ବିଭାଗରେ ପ୍ରତିଦିନ ୧୦୦ରୁ ଅଧିକ ରୋଗୀ ପରାମର୍ଶ ପାଇଁ ଆସୁଛନ୍ତି।
ଉଲ୍ଲେଖଯୋଗ୍ୟ, କ୍ୟାପିଟାଲ ହସ୍ପିିଟାଲରେ ହାର୍ଟ-ସର୍ଜରୀ କେନ୍ଦ୍ର ଖୋଲିବା ପାଇଁ ପୂର୍ବରୁ ଶ୍ରୀ ସତ୍ୟସାଇ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହାୟର ମେଡିକାଲ ସାଇନ୍ସସ, କାର୍ଡିଆକ୍‌ ସାଇନ୍ସେସ୍‌ ବିଭାଗ ଅଧ୍ୟକ୍ଷ ଡା. ପ୍ରଭାତ କୁମାର ଦାସଙ୍କୁ ଏଠାରେ ଯୋଗଦେବା ପାଇଁ ସରକାର ଅନୁରୋଧ କରିଥିଲେ। ରାଜ୍ୟ ସରକାରଙ୍କ ଅନୁରୋଧ ରକ୍ଷା କରି ଡା. ଦାସ ଭୁବନେଶ୍ୱର ପହଞ୍ଚତ୍ଥିଲେ। ବୁଧବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସଙ୍କ ସହ ଡା. ଦାସ କ୍ୟାପିଟାଲ ହସ୍ପିଟାଲରେ ହାର୍ଟ ଅପରେଶନ୍‌ ପାଇଁ ଚିହ୍ନଟ ସ୍ଥଳ ବୁଲି ସନ୍ତୋଷ ପ୍ରକାଶ କରିଛନ୍ତି। ଖୁବ୍‌ଶୀଘ୍ର ଏଠାରେ ହାର୍ଟ ଅପରେଶନ୍‌ ଆରମ୍ଭ ହେବ ବୋଲି ଡା. ଦାସ ମତ ଦେଇଛନ୍ତି। ଏଥିପ୍ରତି ସରକାରଙ୍କ ଆନ୍ତରିକତା ସହ ସାହାଯ୍ୟ ଓ ସହଯୋଗ ମଧ୍ୟ ରହିଛି। ଖୁବ୍‌ଶୀଘ୍ର ଅପରେଶନ୍‌ ଥିଏଟର ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା କରାଯିବା ଫଳରେ ଏହା କାର୍ଡିଆକ୍‌ ସେଣ୍ଟର ଅଫ୍‌ ଏକ୍ସଲେନ୍ସରେ ପରିଣତ ହୋଇପାରିବ। ଏଠାରେ ଗୋଟିଏ ଅତିରିକ୍ତ କ୍ୟାଥ୍‌ ଲ୍ୟାବ୍‌ ପ୍ରତିଷ୍ଠା କରାଯିବା ଫଳରେ ଅଳ୍ପ ସମୟ ମଧ୍ୟରେ ଜଟିଳ ଆଞ୍ଜିଓପ୍ଲାଷ୍ଟି, ଯେମିତି କି ହାର୍ଟର ହୋଲ୍‌କୁ ବିନା ଅପରେଶନ୍‌ରେ ବନ୍ଦ କରାଯାଇପାରିବ। ଏହା ସହ ହାର୍ଟର ଅନିୟମିତ ସଞ୍ଚାଳନକୁ କରେଣ୍ଟ ଦେଇ ଠିକ୍‌ କରାଯାଇପାରିବା ଓ ଗୁରୁତର ହୃଦ୍‌ରୋଗୀଙ୍କ ପାଇଁ ଓପନ୍‌-ହାର୍ଟ-ସର୍ଜରି ଓ ଶିଶୁମାନଙ୍କ ହାର୍ଟ ସମ୍ବନ୍ଧୀୟ ଅସୁସ୍ଥତାର ମଧ୍ୟ ଚିକିତ୍ସା କରାଯାଇପାରିବ।
ସେହିପରି ଭବିଷ୍ୟତରେ ଆହୁରି ଦକ୍ଷ ହାର୍ଟ ବିଶେଷଜ୍ଞ ଏଠାରେ ଯୋଗଦେବେ ବୋଲି ମନ୍ତ୍ରୀ କହିଛନ୍ତି। ସରକାର ହାର୍ଟକେୟାର କ୍ଷେତ୍ରରେ କ୍ୟାପିଟାଲ ହସ୍ପିଟାଲକୁ ଉତ୍କର୍ଷ କେନ୍ଦ୍ରଭାବେ ପରିଣତ କରିବା ପାଇଁ ସବୁ ପ୍ରକାର ବିହିତ ପଦକ୍ଷେପ ଗ୍ରହଣ କରୁଛନ୍ତି। ଖୁବ୍‌ଶୀଘ୍ର ଏ ସମ୍ପର୍କରେ ଆଉ ଏକ ଉଚ୍ଚସ୍ତରୀୟ ବୈଠକ ଡକାଯାଇ କାର୍ଯ୍ୟକୁ ତ୍ୱରାନ୍ବିତ କରାଯିବ ବୋଲି ମନ୍ତ୍ରୀ ଦାସ କହିଛନ୍ତି। କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଡା. ଆଶୋକ କୁମାର ପଟ୍ଟନାୟକ ହସ୍ପିଟାଲ ପରିସରରେ ହାର୍ଟ-ଅପରେଶନ୍‌ ପାଇଁ ଗୃହ ନିର୍ମାଣ କାର୍ଯ୍ୟ ସରିଥିବା ସୂଚନା ଦେଇଛନ୍ତି। ଖୁବ୍‌ଶୀଘ୍ର ଅପରେଶନ୍‌ ଥିଏଟରକୁ କାର୍ଯ୍ୟକ୍ଷମ କରାଯିବ। ଏହି ଅବସରରେ ଡା. ଆର୍‌.ଏସ୍‌.ଏନ୍‌ ମୂର୍ତ୍ତି, ଡା. ପି.କେ. ରଥ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri