Posted inଜାତୀୟ

କ୍ୟାବିନେଟ ନିଷ୍ପତ୍ତି: ବନ୍ଦ ହେବନି ବିଏସ୍‌ଏନ୍‌ଏଲ୍‌

ନୂଆଦିଲ୍ଲୀ,୨୩।୧୦: ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) ଓ ମହାନଗର ଟେଲିଫୋନ ନିଗମ ଲିମିଟେଡ(ଏମ୍‌ଟିଏନ୍‌ଏଲ୍‌)କୁ ନେଇ ବୁଧବାର ବଡ଼ ନିଷ୍ପତ୍ତି ନିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ କମିଟି ବୈଠକରେ ବିଏସ୍‌ଏନ୍‌ଏଲ୍‌ ଓ ଏମ୍‌ଟିଏନ୍‌ଏଲ୍‌ ମିଶ୍ରଣ ଯୋଜନାକୁ ମଞ୍ଜୁରୀ ମିଳିଛି। ଏନେଇ ସୂଚନା ଦେଇଛନ୍ତି ଦୂରସଞ୍ଚାର ମନ୍ତ୍ରୀ ରବିଶଙ୍କର ପ୍ରସାଦ। ଏଥିସହ ସେ କହିଛନ୍ତି, ଦୁଇ ରାଷ୍ଟ୍ରାୟତ୍ତ ଟେଲିକମ୍‌ ସଂସ୍ଥା ବନ୍ଦ ହେବନି କିମ୍ବା ସେଥିରୁ ପୁଞ୍ଜି ପ୍ରତ୍ୟାହାର ହେବନି। କୌଣସି ଘରୋଇ କମ୍ପାନୀ ମଧ୍ୟ ଏହାକୁ ଭଡ଼ାରେ ନେବେନି ବୋଲି ଟେଲିକମ୍‌ ମନ୍ତ୍ରୀ ସ୍ପଷ୍ଟ କରିଦେଇଛନ୍ତି। ଦୁଇ ଟେଲିକମ୍‌ ସଂସ୍ଥାର ମିଶ୍ରଣ ଓ ପୁନରୁଦ୍ଧାର ଲାଗି ସରକାର ୨୯,୯୩୭ କୋଟି ଟଙ୍କା ଯୋଗାଇଦେବେ। ସରକାରଙ୍କ ପକ୍ଷରୁ ୧୫ ହଜାର କୋଟି ଟଙ୍କା ସୋଭେରେନ ବଣ୍ଡ ଆକାରରେ ଦିଆଯିବ। ସେହିଭଳି ୩୮ ହଜାର କୋଟି ଟଙ୍କା ମୂଲ୍ୟର ଆସେଟର ଆର୍ଥିକୀକରଣ କରାଯିବ। ଫଳରେ ଦୀର୍ଘ ଦିନରୁ କ୍ଷତିରେ ଚାଲୁଥିବା ଏହି ଦୁଇ ସରକାରୀ କମ୍ପାନୀ ବନ୍ଦ ହେବା ନେଇ ଯେଉଁ କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା ତାର ଏବେ ଅନ୍ତ ଘଟିଛି। ଦୁଇ ଟେଲିକମ୍‌ କମ୍ପାନୀର ଖର୍ଚ୍ଚ କାଟ ପାଇଁ ଯେଉଁ କର୍ମଚାରୀମାନେ ଚାହିଁବେ ସେମାନଙ୍କୁ ଭିଆରଏସ୍‌ ଯୋଜନାରେ ସହାୟତା ଯୋଗାଇଦେବାକୁ ମଧ୍ୟ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି। ବିଏସ୍‌ଏନଏଲ୍‌ରେ ୧.୭୬ ଲକ୍ଷ କର୍ମଚାରୀ ନିୟୋଜିତ ଥିଲା ବେଳେ ଗତ ୨୦୧୮-୧୯ ଆର୍ଥତ୍କ ବର୍ଷର ଏହାର କ୍ଷତି ପରିମାଣ ଥିଲା ୧୩,୮୦୪ କୋଟି ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri