କ୍ୟାବିନେଟ ନିଷ୍ପତ୍ତି:ସୁପ୍ରିମକୋର୍ଟ ନିର୍ଦ୍ଦେଶ ପାଳନ ହେବ

ଭୁବନେଶ୍ୱର,୧୯ା୬(ବ୍ୟୁରୋ):ଚଳିତବର୍ଷ ପୁରୀରେ ଶ୍ରୀଜୀଉଙ୍କ ରଥଯାତ୍ରା ହେବ ନାହିଁ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଆଇନ ବିଭାଗ ପକ୍ଷରୁ ଦିଆଯାଇଥିବା ସଂକଳ୍ପକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି।
ଗୁରୁବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ଆରମ୍ଭରେ ଚାଇନା ସହ ସଂଘର୍ଷରେ ପ୍ରାଣବଳୀ ଦେଇଥିବା ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା। ଶହୀଦଙ୍କ ସ୍ମୃତିରେ ୨ ମିନିଟ୍‌ ନୀରବ ପ୍ରାର୍ଥନା କରାଯାଇଥିଲା। ପରେ ଆଇନ ବିଭାଗ ପକ୍ଷରୁ ରଥଯାତ୍ରା ବନ୍ଦ ନେଇ ପ୍ରସ୍ତାବ ଆଗତ କରାଯାଇଥିଲା। ବୈଠକରେ ଯୋଗଦେଇ ଆଡଭୋକେଟ ଜେନେରାଲ ଅଶୋକ ପରିଜା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ବିଷୟରେ କ୍ୟାବିନେଟକୁ ଅବଗତ କରାଇଥିଲେ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଉଚ୍ଚତମ ନ୍ୟୟାଳୟଙ୍କ ନିର୍ଦ୍ଦେଶ ଅନୁଯାୟୀ ଶ୍ରୀମନ୍ଦିର ପରିସର ମଧ୍ୟରେ ସମସ୍ତ ପ୍ରକାର ନିର୍ଦ୍ଦେଶାବଳୀର ଅନୁପାଳନ ହେବ। ଏଥି ସହିତ ସମସ୍ତ ରୀତିନୀତି ପାଳନ କରିବା ପାଇଁ ପଦକ୍ଷେପ ନେବାକୁ ଶ୍ରୀମନ୍ଦିର ପରିଚାଳନା କମିଟିକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ଜିଲାରେ ଥିବା ପରିଚାଳନା କମିଟି ଓ ଅନୁଷ୍ଠାନଗୁଡ଼ିକ ଯେପରି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରିବେ ତାହା ସୁନିଶ୍ଚିତ କରିବା ପାଇଁ ସମସ୍ତ ଜିଲାର ମାଜିଷ୍ଟ୍ରେଟମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କେନ୍ଦ୍ର ସରକାର ମେ ୩୦ ଏବଂ ରାଜ୍ୟ ସରକାର ଜୁନ୍‌ ୧ ତାରିଖରେ କୋଭିଡ୍‌-୧୯ ପରିଚାଳନା ପାଇଁ ଜାରି କରିଥିବା ସମସ୍ତ ନିର୍ଦ୍ଦେଶାବଳୀ କଡାକଡି ଭାବେ ପାଳନ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି।
ଏହି ନିଷ୍ପତ୍ତି ପ୍ରତ୍ୟେକ ଓଡ଼ିଆ ଏବଂ ଜଗନ୍ନାଥ ପ୍ରେମୀଙ୍କୁ ନିଶ୍ଚୟ ଦୁଃଖ ଦେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଓଡ଼ିଆ ଜାତିର ଆତ୍ମା। ଏ ଜାତିର ସର୍ବଶ୍ରେଷ୍ଠ ପରିଚୟ। ପ୍ରତ୍ୟେକ ଓଡ଼ିଆର ସୁଖଦୁଃଖର ପଥ ପ୍ରଦର୍ଶକ। ସମଗ୍ର ମାନବ ସମାଜର କଲ୍ୟାଣ ପାଇଁ ସେ ଦାରୁ ରୂପରେ ଲୀଳା କରୁଛନ୍ତି। ସେହି ଲୀଳାମୟ ହିଁ ସବୁର କର୍ତ୍ତା। ସବୁର ନିୟନ୍ତା। ଆମେ କେବଳ ନିମିତ୍ତ ମାତ୍ର। ତାଙ୍କ ଇଚ୍ଛା ବିନା କିଛି ବି ସମ୍ଭବ ନୁହେଁ। ମହାପ୍ରଭୁଙ୍କର ଇଚ୍ଛାକୁ ସମର୍ପିତ ଭାବେ ଗ୍ରହଣ କରି ଜୀବନ ଯାତ୍ରାକୁ ଆଗେଇ ନେବା ହିଁ ପ୍ରକୃତ ଭକ୍ତି। ଆଜିର ଏହି କଠିନ ପରିସ୍ଥିତିରେ ଯେତେବେଳେ ସମଗ୍ର ବିଶ୍ୱ କରୋନା ମହାମାରୀ ସହିତ ଲଢୁଛି ଆମେ ତାଙ୍କ ନିକଟରେ ନିଜକୁ ସମ୍ପୂର୍ଣ୍ଣ ସମର୍ପଣ କରିଦେଇଛୁ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ବିପଦରୁ ଆମ ସମସ୍ତଙ୍କୁ ରକ୍ଷା କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri