Posted inଜାତୀୟ

କ୍ୟାବିନେଟ୍‌ ନିଷ୍ପତ୍ତି: ପଞ୍ଚଦଶ ଅର୍ଥ କମିଶନଙ୍କ କାର୍ଯ୍ୟକାଳ ୧୧ ମାସ ବଢ଼ିଲା

ନୂଆଦିଲ୍ଲୀ,୨୮ା୧୧(ପି.ଟି.): ପଞ୍ଚଦଶ ଅର୍ଥ କମିଶନଙ୍କ କାର୍ଯ୍ୟକାଳକୁ କେନ୍ଦ୍ର ସରକାର ଆଉ ୧୧ ମାସ ବୃଦ୍ଧି କରିଛନ୍ତି। ଫଳରେ ଏହି କମିଶନ ଆସନ୍ତାବର୍ଷ ଅକ୍ଟୋବର ୩୦ ପର୍ଯ୍ୟନ୍ତ କାର୍ଯ୍ୟ କରିବ। ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। କମିଶନ ଶନିବାର ଏହାର ଅନ୍ତରୀଣ ରିପୋର୍ଟ ଦାଖଲ କରିବା ଆଶା କରାଯାଉଛି। ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ଅର୍ଥ କମିଶନ ଟିକସ ହସ୍ତାନ୍ତରଣ ସୂତ୍ର ସମ୍ପର୍କରେ ପ୍ରସ୍ତାବ ଦେବେ। କାରଣ ପୂର୍ବ ସୂତ୍ରର ସମୟସୀମା ୨୦୨୦ ମାର୍ଚ୍ଚ ୩୧ରେ ଶେଷ ହେଉଛି। ଏଥିସହିତ ଜମ୍ମୁ-କଶ୍ମୀର ସ୍ଥିତିରେ ପରିବର୍ତ୍ତନ ହୋଇଥିବାରୁ ଏଥିପାଇଁ ଅଧିକ ସମୟର ଆବଶ୍ୟକତା ଥିଲା। ପଞ୍ଚଦଶ ଅର୍ଥ କମିଶନ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ତୁରନ୍ତ ରିପୋର୍ଟ ପ୍ରଦାନ କରିବା ଲାଗି ଯୋଜନା କରିଛି। ଏହାବ୍ୟତୀତ ୨୦୨୧-୨୨ରୁ ୨୦୨୫-୨୬ ଆର୍ଥତ୍କ ବର୍ଷ ପାଇଁ ଚୂଡ଼ାନ୍ତ ରିପୋର୍ଟ ୨୦୨୦ ଅକ୍ଟୋବର ୩୦ ସୁଦ୍ଧା ଦାଖଲ କରିବ। ଏଥିପାଇଁ କମିଶନଙ୍କ କାର୍ଯ୍ୟକାଳ ବୃଦ୍ଧିକୁ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri