ଭୁବନେଶ୍ୱର,୨୯।୫(ବ୍ୟୁରୋ): ବିଜେଡି ବିଧାୟକ ଦଳ ନେତା ନବୀନ ପଟ୍ଟନାୟକ ବୁଧବାର ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ ସହ ୧୧ କ୍ୟାବିନେଟ୍ ଏବଂ ୯ ରାଷ୍ଟ୍ରମନ୍ତ୍ରୀ ମଧ୍ୟ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ବରିଷ୍ଠ ଏବଂ ଅଭିଜ୍ଞଙ୍କ ମଧ୍ୟରେ ସମନ୍ବୟ ରକ୍ଷା କରି ମନ୍ତ୍ରିମଣ୍ଡଳ ତାଲିକା ପ୍ରସ୍ତୁତ କରାଯାଇଥିବା କୁହାଯାଇଛି। ଆଶାୟୀ ଥିବା ଏକାଧିକ ପ୍ରଭାବଶାଳୀ ନେତାଙ୍କୁ ପୂର୍ବପରି ସଂଗଠନ ଦାୟିତ୍ୱରେ ରଖାଯାଇଛି। ପୂର୍ବଥର ମନ୍ତ୍ରୀ ଥିବା କେତେକଙ୍କୁ ଚଳିତ ଥର ବାଦ୍ ଦିଆଯାଇଛି।
ଚଳିତ ଥର ବିଜୟଶ୍ରୀ ରାଉତରାୟ, ଶଶିଭୂଷଣ ବେହେରା, ବଦ୍ରିନାରାୟଣ ପାତ୍ର, ସୂର୍ଯ୍ୟ ପାତ୍ର, ପ୍ରଫୁଲ୍ଲ ସାମଲ, ଉଷା ଦେବୀ , ମହେଶ୍ୱର ମହାନ୍ତି (ପରାଜିତ), ରମେଶ ମାଝିଙ୍କୁ କ୍ୟାବିନେଟ୍ରେ ଦେଖିବାକୁ ମିଳିବ ନାହିଁ। ବିଜୟଶ୍ରୀ ନିର୍ବାଚନ ଲଢି ନ ଥିଲେ। ରମେଶ ମାଝି ନବରଙ୍ଗପୁର ଲୋକ ସଭା ଆସନରୁ ଏମ୍ପି ଭାବେ ନିର୍ବାଚିତ ହୋଇଛନ୍ତି। ସୂର୍ଯ୍ୟଙ୍କୁ ମନ୍ତ୍ରୀପଦ ବଦଳରେ ଚଳିତଥର ବାଚସ୍ପତି କରାଯିବା ନେଇ ନିଷ୍ପତ୍ତି ହୋଇଛି। ବଦ୍ରି ନାରାୟଣ ପାତ୍ରଙ୍କୁ ମନ୍ତ୍ରୀ କରାଯାଇନାହିଁ। ସେହିପରି ଗତଥର ରାଷ୍ଟ୍ରମନ୍ତ୍ରୀ ଥିବା ନୃସିଂହ ସାହୁ, ସ୍ନେହାଙ୍ଗିନୀ ଛୁରିଆ, ଚନ୍ଦ୍ରସାରଥି ବେହେରା ଓ ଅନନ୍ତ ଦାସଙ୍କୁ ପୁନର୍ବାର ସୁଯୋଗ ଦିଆଯାଇନାହିଁ। ସେହିଭଳି ଆଲୋଚିତ ବହୁ ପ୍ରମୁଖ ନେତାଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିନାହଁି। । ଯାହାକୁ ନେଇ ରାଜ୍ୟ ରାଜନୀତି ଜୋର ଧରିଛି। ଏମାନେ ହେଉଛନ୍ତି- କେନ୍ଦ୍ରାପଡା ଜିଲାରୁ ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ, ଶଶିଭୂଷଣ ବେହେରା, ଯାଜପୁରରୁ ପ୍ରଣବ ପ୍ରକାଶ ଦାସ, ସମ୍ବଲପୁରରୁ ରୋହିତ ପୂଜାରୀ, କଟକରୁ ଦେବୀ ପ୍ରସାଦ ମିଶ୍ର, ଗଞ୍ଜାମ ଜିଲାରୁ ଉଷା ଦେବୀ ଓ ପ୍ରଦୀପ ପାଣିଗ୍ରାହୀ, କଳାହାଣ୍ଡିରୁ ଭୂପିନ୍ଦର ସିଂ, ବୌଦ୍ଧରୁ ପ୍ରଦୀପ ଅମାତ ଏବଂ ନୟାଗଡରୁ ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରମୁଖ।
ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ
କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…
ବିବାହିତାଙ୍କୁ କଲେ ଦ୍ଵିତୀୟ ବିବାହ: ସ୍ବାମୀଙ୍କ ଫୋନରୁ ଅନ୍ତରଙ୍ଗ ଭିଡିଓ ଭାଇରାଲ କଲେ ପ୍ରଥମ ସ୍ତ୍ରୀ , ଡରିକି ଏମିତି …
ଦିଗପହଣ୍ଡି,୬|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ରହୁଥିବା ଜଣେ ବିବାହିତା(୩୦)ଙ୍କୁ ପ୍ରେମ କରି ଦ୍ଵିତୀୟ ବିବାହ କରିବା ପରେ କୁକୁଡ଼ାଖଣ୍ଡି…
କଲ୍ୟାଣସିଂହପୁର ଭିଡ଼ ହିଂସା, ୨୪ ଅଭିଯୁକ୍ତଙ୍କ ହେଲା ଟିଆଇ ପରେଡ୍
ରାୟଗଡ଼ା/ବିଷମ କଟକ, ୬।୭ (କୈଳାସ ଚନ୍ଦ୍ର ପୃଷ୍ଟି/ ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁରରେ ଘଟିଥିବା ବହୁଚର୍ଚ୍ଚିତ ଭିଡ଼ ହିଂସା ମାମଲାରେ ସୋମବାର ବିଷମକଟକ ଉପକାରାଗାରରେ…
କାଲି ଖୋର୍ଦ୍ଧା ରୋଡ୍ ଡିଭିଜନ୍ରେ ୮ ମେମୁ ଟ୍ରେନ୍ ବାତିଲ: ଜାଣନ୍ତୁ କାହିଁକି…
ଭୁବନେଶ୍ୱର, ୬।୭: ଯାତ୍ରୀମାନଙ୍କ ପାଇଁ ଜରୁରୀ ସୂଚନା। ମାଳତୀପାଟପୁର ଓ ପୁରୀ ଷ୍ଟେସନ ମଧ୍ୟରେ ଚାଲିଥିବା ଆଧୁନିକୀକରଣ ଓ ରେଳ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ପାଇଁ ଆସନ୍ତାକାଲି…
Puri Koraput Expressର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ରେଳମନ୍ତ୍ରୀ କଲେ ଉଦ୍ଘାଟନ
ପୁରୀ,୬।୭: ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ବ୍ରହ୍ମପୁର-ଉଧନା(ସୁରଟ) ଅମୃତ ଭାରତ ଏକ୍ସପ୍ରେସର ନିୟମିତ ସେବାର ସୋମବାର ଶୁଭାରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରେଳ…
ଏନ୍ଏଚ୍–୫୫ ନିର୍ମାଣରେ ଅନିୟମିତତା: ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଓ ପ୍ରୋଜେକ୍ଟ ମ୍ୟାନେଜରଙ୍କ ନାଁରେ ଏଫ୍ଆଇଆର୍
ଜଗତସିଂହପୁର, ୬।୭: ଜାତୀୟ ରାଜପଥ–୫୫ (ଏନ୍ଏଚ୍–୫୫)ର ନିର୍ମାଣ କାର୍ଯ୍ୟରେ ମନ୍ଥର ଗତି ଏବଂ ନିମ୍ନମାନର କାମକୁ ନେଇ ପ୍ରଶାସନ କଠୋର ପଦକ୍ଷେପ ଗ୍ରହଣ କରିଛି। ଏହି ଘଟଣାରେ…
୯ରେ ଖୋଲିବ ହୀରାକୁଦ ଗେଟ୍
ସମ୍ବଲପୁର,୬।୭(ପ୍ରମୋଦ ବହିଦାର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍ର ଜଳସ୍ତର ବଢ଼ିବାରେ ଲାଗିଛି। ଜଳଭଣ୍ଡାର ଉତ୍ତମ ପରିଚାଳନା ପାଇଁ ଆସନ୍ତା ଜୁଲାଇ ୯ ତାରିଖ…
ବିପଦଜନକ ‘ସୁଇଚ୍ ଭାଲ୍ ଚାମ୍ବର’: ଥୁଆମୂଳ ରାମପୁରରେ ଦୁଇଟି ପୃଥକ୍ ସ୍ଥାନରେ ଗାତରେ ଗଳିଲା କାର୍
ଥୁଆମୂଳ ରାମପୁର, ୬ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ସଦର ମହକୁମାରେ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଚାଳକ । ବସୁଧା…
Archives

