କ୍ୟାବିନ୍‌ ଓଲଟାଇବାକୁ କେନ୍ଦ୍ର କରି ବଚସା: ଯୁବକଙ୍କୁ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ସ୍ଥାନୀୟ ପାସପୋର୍ଟ ଅଫିସ ନିକଟରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କ୍ୟାବିନ୍‌ ଓଲଟାଇବାକୁ କେନ୍ଦ୍ର କରି ପ୍ରଥମେ ବଚସା ଏବଂ ପରେ ଛୁରାମାଡ଼ ହୋଇଛି। ଏଥିରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସେ ହେଲେ ଅଭୟ ନାୟକ।

ସୂଚନାନୁଯାୟୀ, ପାସପୋର୍ଟ ଅଫିସ ନିକଟରେ ରବିନ୍ଦ୍ର ନାୟକଙ୍କ ଏକ କ୍ୟାବିନ୍‌ ଥିଲା। ହେଲେ ମଙ୍ଗଳବାର ରାତିରେ କେହି ଦୁର୍ବୃତ୍ତ ଏହାକୁ ଓଲଟାଇ ଦେଇଥିଲେ। ପୂର୍ବରୁ ରବିନ୍ଦ୍ରଙ୍କ ସ୍ମୃତିରଞ୍ଜନ ସେଠୀଙ୍କ ସହ ତିକ୍ତତା ରହିଥିଲା। ଏଣୁ ସେ ଏପରି କରିଥିବା ସନ୍ଦେହ କରି ରବିନ୍ଦ୍ରଙ୍କ ପୁତୁରା ଅଭୟ ସ୍ମୃତିଙ୍କୁ ଏ ବିଷୟରେ ପଚାରିବାକୁ ଯାଇଥିଲେ। ହେଲେ ଉଭୟଙ୍କ ମଧ୍ୟରେ କଥା କଟାକଟି ଏବଂ ବଚସା ହୋଇଥିଲା। ସ୍ମୃତି ଏଥିରେ ଉତ୍‌କ୍ଷିପ୍ତ ହୋଇ ଅଭୟଙ୍କୁ ମାରପିଟ୍‌ କରିଥିଲେ। ଫଳରେ ଅଭୟ ଏନେଇ ଥାନାରେ ଅଭିଯୋଗ କରିଥିଲେ। ଏଥିରେ ସ୍ମୃତି ଆହୁରୀ ରାଗି ଯାଇଥିଲେ। ବଡ଼ ଭାଇଙ୍କୁ ଏ ବିଷୟରେ ଜଣାଇବା ସହ ପାସପୋର୍ଟ ଅଫିସ ଛକ ନିକଟରେ ଅଭୟ ଥିବା ଦେଖି ତାଙ୍କୁ ଆକ୍ରମଣ କରିବାର ଯୋଜନା କରିଥିଲେ। ବଡ଼ଭାଇ ବିଜୟ ପହଞ୍ଚିବା ପରେ ସ୍ମୃତି ଅଭୟ ଏବଂ ଦାଦା ରବିନ୍ଦ୍ରଙ୍କୁ ଛୁରୀ ଧରି ଆକ୍ରମଣ କରିବାକୁ ଗୋଡ଼ାଇଥିଲେ। ତେବେ ରବିନ୍ଦ୍ର ଫେରାର ହେବାରେ ସଫଳ ହୋଇଥିବା ବେଳେ ଅଭୟ କିନ୍ତୁ ବର୍ତ୍ତି ପାରି ନ ଥିଲେ। ଆକ୍ରମଣରେ ତାଙ୍କ ଛାତିର ତଳପଟେ ଆଘାତ ଲାଗିଥିଲା। ଏହି ସମୟରେ ଉକ୍ତ ବାଟ ଦେଇ ନୟାପଲ୍ଲୀ ଆଇଆଇସି ଡ୍ୟୁଟିକୁ ଯାଉଥିଲେ। ଘଟଣା ଉପରେ ତାଙ୍କର ନଜର ପଡ଼ିବା ବେଳେ ସେ ତୁରନ୍ତ ଗାଡ଼ି ରଖି ସ୍ମୃତିରଞ୍ଜନଙ୍କୁ କାବୁ କରିନେଇଥିଲେ। ସେହିଭଳି ଗୁରୁତର ଆହତ ଅଭୟଙ୍କୁ ଅଫିସ ଗାଡ଼ି ଯୋଗେ କ୍ୟାପିଟାଲ ହସ୍‌ପିଟାଲରେ ଭର୍ତ୍ତି କରିଥିଲେ। ତେବେ ଘଟଣାସ୍ଥଳରୁ ଅନ୍ୟ ଅଭିଯୁକ୍ତ ବିଜୟ ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri