କ୍ୱାରାଣ୍ଟାଇନ କେନ୍ଦ୍ର ବୁଲି ଦେଖିଲେ ବିଧାୟିକା

କବିସୂର୍ଯ୍ୟନଗର,୨୮ା୫-କବିସୂର୍ଯ୍ୟନଗରରେ ଥିବା ବିଭିନ୍ନ କ୍ୱାରାଣ୍ଟାଇନ କେନ୍ଦ୍ରକୁ ଗୁରୁବାର ବିଧାୟିକା ଲତିକା ପ୍ରଧାନ ବୁଲି ଦେଖିଛନ୍ତି। ଏଥିସହ କ୍ୱାରାଣ୍ଟାଇନ କେନ୍ଦ୍ରରେ ଥିବା ପ୍ରବାସୀମାନଙ୍କ ସହ ଆଲୋଚନା କରିଛନ୍ତି। ସହରର ମର୍ଦ୍ଧରାଜ ହାଇସ୍କୁଲ, କେବିଭି କଲେଜ, ବାଳିକା ହାଇସ୍କୁଲ, ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଓ ବୃନ୍ଦାବତୀ ବିଦ୍ୟାପୀଠ କେନ୍ଦ୍ରରେ ରହୁଥିବା ପ୍ରବାସୀଙ୍କ ସମ୍ପର୍କରେ ପଚାରି ବୁଝିଥିଲେ। ସମସ୍ତଙ୍କ ପାଇଁ କିଟ୍‌, ଖାଦ୍ୟପେୟ, ପାନୀୟ ଜଳ ଆଦି ବ୍ୟବସ୍ଥା ଉପରେ ପଚାରି ବୁଝିଥିଲେ। କ୍ୱାରାଣ୍ଟାଇନ କେନ୍ଦ୍ରରେ ଶୃଙ୍ଖଳିତ ଭାବେ ରହିବା ସହ ସରକାରୀ ଗାଇଡଲାଇନ ମାନିବାକୁ ବିଧାୟିକା ପରାମର୍ଶ ଦେଇଥିଲେ। ବିଧାୟିକାଙ୍କ ସହ ପୂର୍ବତନ ଏନଏସି ଅଧ୍ୟକ୍ଷ ମନୋରଞ୍ଜନ ମହାପାତ୍ର, ନଗର ଯୁବ ବିଜେଡି ସଭାପତି ସୂର୍ଯ୍ୟନାରାୟଣ ନାୟକ, ପ୍ରାକ୍ତନ କାଉନସିଲର ରସଲ କୁମାର ଦାସ, ପ୍ରଶ୍ନ ନାୟକ, ଦିଲୀପ ସାହୁ, ରାଜେଶ ପ୍ରଧାନ, ସୁରଜ କୁମାର ରେଡି, ଅରୁଣ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ 

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ  ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri