କ୍ୱାରାଣ୍ଟାଇନ କେନ୍ଦ୍ରରେ ସ୍ବାବ୍‌ ସଂଗ୍ରହ ବନ୍ଦ ନେଇ ଅସନ୍ତୋଷ

ସୋର, ୨୨ା୫(ଡି.ଏନ.ଏ.)-ସୋରର ବିଭିନ୍ନ କ୍ୱାରାଣ୍ଟାଇନ କେନ୍ଦ୍ରରେ ସ୍ବାବ ସଂଗ୍ରହ ବନ୍ଦ ନେଇ ପ୍ରବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସୋର ବ୍ଲକ ଓ ମ୍ୟୁନିସିପାଲିଟିକୁ ଫେରିବାକୁ ୧୧ହଜାର ୨୯୦ଜଣ ପଞ୍ଜିକୃତ କରିଥିବା ବେଳେ ଅଦ୍ୟାବଧି ଫେରିଛନ୍ତି ୨୨୪୦। ସେମାନଙ୍କ ମଧ୍ୟରୁ ୧୨୩୨ ପ୍ରବାସୀ କ୍ୱାରାଣ୍ଟାଇନରେ ଥିବା ବେଳେ ସେମାନଙ୍କ ସ୍ବାବ ପରୀକ୍ଷା କରାଯାଇଥିଲା। ଏବେ ସଙ୍ଗରୋଧ କେନ୍ଦ୍ରରେ ସ୍ବାବ ପରୀକ୍ଷା କରା ନ ଯାଇ କେବଳ ଲକ୍ଷଣ ଥିବା ବ୍ୟକ୍ତିଙ୍କ ସ୍ବାବ ବାଲେଶ୍ୱର ଜ୍ୟୋତି କୋଭିଡ୍‌ ହସ୍‌ପିଟାଲରେ ହେବ ବୋଲି ସୂଚନା ମିଳିଛି। ସଙ୍ଗରୋଧ କେନ୍ଦ୍ରରେ ସ୍ବାବ ପରୀକ୍ଷା କରିବାକୁ ପ୍ରବାସୀ ଅଡି ବସୁଥିବା ବେଳେ ଏହା କେନ୍ଦ୍ରରେ ସମ୍ଭବ ନ ଥିବା ସୂଚନା ମିଳିଛି। ବାହାରୁ ଆସୁଥିବା ସମସ୍ତଙ୍କ ପାଇଁ ୨୧ଦିନର ସଙ୍ଗରୋଧ କେନ୍ଦ୍ର ରହଣି ବାଧ୍ୟତାମୂଳକ ଥିବା ବେଳେ ଘରକୁ ଫେରିବାକୁ ଗର୍ଭବତୀ, ଶିଶୁ, ଭିନ୍ନକ୍ଷମ ଓ ଶିକ୍ଷାର୍ଥୀଙ୍କୁ ଜିଲାପାଳଙ୍କ ଅନୁମୋଦନ ପରେ ଘରେ ସଙ୍ଗରୋଧ କେନ୍ଦ୍ରରେ ରହିବାକୁ ଅନୁମତି ମିଳିବ। ଅଦ୍ୟାବଧି ୪ଜଣଙ୍କୁ ଘରେ ରହିବାକୁ ପ୍ରଶାସନିକ ଅନୁମତି ମିଳିଛି। ସୋର ବ୍ଲକର ୨୪ଟି ପଞ୍ଚାୟତରେ ୩୦ଟି ସଙ୍ଗରୋଧ କେନ୍ଦ୍ରରେ ୧୭୪୩ ପ୍ରବାସୀ ଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ୩୩୧ଜଣ ସଙ୍ଗରୋଧ କେନ୍ଦ୍ରରେ ରହି ଘରକୁ ଫେରିଛନ୍ତି। ସେହିପରି ସୋର ମ୍ୟୁନିସିପାଲିଟିକୁ ଫେରିବାକୁ ୧୫୯୦ ପଞ୍ଜିକୃତ ହୋଇଛନ୍ତି। ପ୍ରଥମ ପଯର୍‌ୟାୟରେ ୬୬ଜଣ ସଙ୍ଗରୋଧରେ ରହି ସ୍ବାବ ପରୀକ୍ଷା ପରେ ଘରକୁ ଫେରିଥିବା ବେଳେ ଏବେ ୩ଟି କେନ୍ଦ୍ରରେ ଶହେ ଜଣ ପ୍ରବାସୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri