କ୍ୱାରାଣ୍ଟାଇନ ନିୟମ ଭାଙ୍ଗିଲେ ମେରୀକମ୍‌

ନୂଆଦିଲ୍ଲୀ,୨୧।୩:  କରୋନା ଭାଇରସ ଯୋଗୁ ପୂରା ବିଶ୍ୱ ଚିନ୍ତିତ। ବିଦେଶ ଫେରନ୍ତା ଯାତ୍ରୀଙ୍କୁ ୧୪ ଦିନ ପାଇଁ କ୍ୱାରାଣ୍ଟାଇନରେ ରଖିବାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟଏଚ୍‌ଓ) ଓ ବିଭିନ୍ନ ଦେଶର ସରକାରଙ୍କ ପକ୍ଷରୁ କୁହାଯାଇଛି। ଏହି ନିୟମକୁ ଭଙ୍ଗ କରିଛନ୍ତି ୬ ଥର ବିଶ୍ୱ ଚାମ୍ପିୟନ ମହିଳା ବକ୍ସର ତଥା ରାଜ୍ୟ ସଭା ସଦସ୍ୟା ଏମ୍‌.ସି. ମେରୀକମ୍‌। ଅମାନ (ଜୋର୍ଡାନ)ଠାରେ ଅନୁଷ୍ଠିତ ଏସିଆ-ଓସେନିଆ ଅଲିମ୍ପିକ୍‌ କ୍ୱାଲିଫାୟର୍ସରେ ସେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ସେଠାରୁ ୧୩ ତାରିଖରେ ଫେରିଥିଲେ। ସରକାରଙ୍କ ନିର୍ଦ୍ଦେଶ ମୁତାବକ ମେରୀକମ୍‌ଙ୍କୁ ଅତିକମ୍‌ରେ ୧୪ ଦିନ ପାଇଁ ସେଲ୍‌ଫ ଆଇସୋଲେଶନରେ ରହିବାର ଥିଲା। କିନ୍ତୁ ଗତ ୧୮ ତାରିଖରେ ମେରୀକମ୍‌ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ଆୟୋଜିତ ବ୍ରେକ୍‌ଫାଷ୍ଟରେ ଯୋଗ ଦେଇଥିଲେ। ଉକ୍ତ ଭୋଜିରେ ଉତ୍ତରପ୍ରଦେଶ ଓ ରାଜସ୍ତାନର ଏମ୍‌ପିମାନେ ଯୋଗ ଦେଇଥିଲେ। ରାଷ୍ଟ୍ରପତି କୋବିନ୍ଦ ଅଫିସିଆଲ ଟୁଇଟର ପେଜ୍‌ରେ ଶେୟାର କରିଥିବା ୪ ଫଟୋରେ ମେରୀକମ୍‌ଙ୍କୁ ଦେଖିବାକୁ ମିଳୁଛି। ଏହାକୁ ସ୍ବୀକାର କରିଛନ୍ତି ମେରୀକମ୍‌। ମୁଁ ଜୋର୍ଡାନରୁ ଫେରିବା ପରେ କେବଳ ରାଷ୍ଟ୍ରପତିଙ୍କ ଇଭେଣ୍ଟରେ ଯୋଗଦେଇଛି। ସେଠାରେ କୌଣସି ଅତିଥିଙ୍କ ସହ ହାତ ମିଳାଇ ନାହିଁ। ମୁଁ ଆଉ ୩ରୁ ୪ ଦିନ ଘରେ ରହିବି ବୋଲି ମେରୀକମ୍‌ କହିଛନ୍ତି। ରାଷ୍ଟ୍ରପତି କୋବିନ୍ଦ ସମ୍ଭବତଃ କୋଭିଡ୍‌-୧୯ ଟେଷ୍ଟ କରାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri