କ୍ୱାରାଣ୍ଟାଇନ ବ୍ୟବସ୍ଥାରେ ଅବହେଳା: ପ୍ରତିବାଦରେ ଡାକ୍ତରଙ୍କ ସହ ଏମ୍‌କେସିଜି ଛାତ୍ରୀଛାତ୍ରଙ୍କ ଧାରଣା

ବ୍ରହ୍ମପୁର ଅଫିସ, ୮।୫: ବ୍ରହ୍ମପୁର ଉପକଣ୍ଠ ଶୀତଳାପଲିରେ ଥିବା ଟାଟା କୋଭିଡ-୧୯ ହସ୍ପିଟାଲରେ କାମସାରି ଫେରୁଥିବା ଡାକ୍ତରଙ୍କୁ କ୍ୱାରାଣ୍ଟାଇନରେ ରଖିବାନେଇ ପ୍ରଶାସନ ପକ୍ଷରୁ କୌଣସି ବ୍ୟବସ୍ଥା କରାଯାଇ ନ ଥିବା ଅଭିଯୋଗ ହୋଇଛି।
ପ୍ରକାଶ ଯେ, ଶୁକ୍ରବାର ଶିତଳାପଲ୍ଲି ଟାଟା କୋଭିଡ ହସ୍ପିଟାଲରୁ କାମସାରି ୬ ଡାକ୍ତର ଫେରିଥିଲେ। ପ୍ରଶାସନ ପକ୍ଷରୁ ହୋଟେଲରେ କରାଯାଇଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ରହିବାକୁ ସେମାନଙ୍କୁ ଅନୁମତି ମିଳି ନ ଥିଲା। ଫଳରେ ଡାକ୍ତରଙ୍କୁ ୧୪ ଦିନ କ୍ୱାରାଣ୍ଟାଇନରେ ରଖିବା ନେଇ ଖାଦ୍ୟ ପାନୀୟ ସହ ସମସ୍ତ ପ୍ରକାର ବ୍ୟବସ୍ଥା ଯୋଗାଇଦେବା ଦାବିରେ ଉକ୍ତ ଡାକ୍ତରମାନେ ଏମ୍‌କେସିଜି ମେଡିକାଲ କଲେଜ ଓ ହସ୍ପିଟାଲର ଅଧ୍ୟକ୍ଷାଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଥିଲେ। ପରେ ଉକ୍ତ ଡାକ୍ତରଙ୍କୁ ସମର୍ଥନ ଜଣାଇ ଏମ୍‌କେସିଜି ମେଡିକାଲ କଲେଜର ଛାତ୍ରୀଛାତ୍ର ଧାରଣା ଦେଇଥିଲେ। କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ନିୟୋଜିତ ଥିବା ଡାକ୍ତରଙ୍କୁ ୧୪ ଦିନ କ୍ୱାରାଣ୍ଟଇନରେ ରଖିବା ନେଇ ତୁରନ୍ତ ବ୍ୟବସ୍ଥା କରିବାକୁ ସେମାନେ ଦାବି କରିଥିଲେ। କୋଭିଡ-୧୯ ହସ୍ପିଟାଲର ନୋଡାଲ ଅଫିସର ଡା. ଉମାଶଙ୍କର ମିଶ୍ର ଆନ୍ଦୋଳନ ସ୍ଥଳକୁ ଯାଇ ଧାରଣାରତ ଡାକ୍ତର ଓ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିଥିଲେ । ପରେ ଖବର ପାଇ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ, ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତତ୍ରୟ ଭାଉସାହେବ, ବ୍ରହ୍ମପୁର ଏସ୍‌ପି ପିନକ ମିଶ୍ର ପ୍ରମୁଖ ପହଞ୍ଚି ଡାକ୍ତରଙ୍କୁ ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ବାଲାଜି ହୋଟେଲ ଓ ନନ୍ଦନ ହୋଟେଲରେ ରଖାଯିବାକୁ ପ୍ରତଶ୍ରୁତି ଦେବାପରେ ଛାତ୍ରୀଛାତ୍ର ଓ ଡାକ୍ତରମାନେ ଆନ୍ଦୋଳନରୁ ହଟିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri