କ୍ୱାରାଣ୍ଟାଇନ ସେଣ୍ଟରରୁ ସୁରଟ ଫେରନ୍ତାଙ୍କ ୩୦ ହଜାର ଚୋରି: ଛତ୍ରପୁର ପୋଲିସର ତଦନ୍ତ ଆରମ୍ଭ

ଛତ୍ରପୁର, ୨୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଭିକାରୀପଲି ଶ୍ରୀହରିହରେଶ୍ୱର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରୁ ଗୁରୁବାର ରାତିରେ ଜଣେ ଅନ୍ତେବାସୀଙ୍କ ବ୍ୟାଗ ଚୋରି ହୋଇଛି। ଚୋରିର ଶିକାର ବ୍ୟକ୍ତିଜଣଙ୍କ ହେଲେ ଛତ୍ରପୁର ବ୍ଲକ ନୂଆପଲ୍ଲୀ ଗାଁର ଝଡ଼ିଆ ଗୌଡ଼। ଉକ୍ତ ବ୍ୟାଗରେ ୩୦ ହଜାର ଟଙ୍କା, ମୋବାଇଲ, ପୋଷାକ, ଆଧାର କାର୍ଡ, ବ୍ୟାଙ୍କ ପାସ୍‌ବୁକ୍‌ ଆଦି ଥିବା ଅଭିଯୋଗରେ ଦର୍ଶାଯାଇଛି।
ପ୍ରକାଶ ଯେ, ଝଡିଆ ସୁରଟରୁ ଗୁରୁବାର ଫେରି ଉକ୍ତ କ୍ୱାରାଣ୍ଟାଇନ ସେଣ୍ଟରରେ ରହିଥିଲେ। ରାତିରେ ଶୋଇଥିବା ବେଳେ ତାଙ୍କର ଏକ ବ୍ୟାଗ ଚୋରି ହୋଇଯାଇଥିଲା। ଏ ସମ୍ପର୍କରେ ଖବର ପାଇ ଛତ୍ରପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତକରି ଫେରିଥିବା ଜଣାପଡ଼ିଛି। ତେବେ ଉକ୍ତ କ୍ୱାରାଣ୍ଟାଇନ ସେଣ୍ଟରରେ ୧୬ ଜଣ ପ୍ରବାସୀ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri