କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା,୧୪ ଦିନ ପରେ ବି ସ୍ୱାସ୍ଥ୍ୟ ପରୀକ୍ଷା ହେଉନି

ନୂଆପଡ଼ା ଅଫିସ,୨୪ା୪- ଜିଲା ବାହାର କିମ୍ବା ରାଜ୍ୟ ବାହାରୁ ଆସୁଥିବା ଶ୍ରମିକ କିମ୍ବା ଅନ୍ୟ ଶ୍ରେଣୀର ଲୋକଙ୍କୁ ପୃଥକ୍‌ ବାସରେ ରଖିବାକୁ କ୍ୱାରାଣ୍ଟାଇନ ସେଣ୍ଟର କରାଯାଉଛି। ସେଠାରେ ଖାଦ୍ୟ ପାନୀୟ ସହ ଜରୁରୀ ସେବା ଯୋଗାଇଦେବାର ନିୟମ ରହିଛି। ହେଲେ ଛତିଶଗଡ଼ ସୀମା ଖରିଆରରୋଡ ସହରରେ କରାଯାଇଥିବା କ୍ୱାରାଣ୍ଟାଇନ ସେଣ୍ଟରଗୁଡିକରେ ବ୍ୟାପକ ଅବ୍ୟବସ୍ଥା ରହିଛି ବୋଲି ପୃଥକ୍‌ବାସରେ ରହୁଥିବା ବ୍ୟକ୍ତିମାନେ ଅଭିଯୋଗ କରିଛନ୍ତି।
ଖରିଆରରୋଡ ଏନ୍‌ଏସି ଅଞ୍ଚଳରେ ମୋଟ ୪ଟି ସେଣ୍ଟରରେ ୧୬୧ଜଣ ବହିରାଗତଙ୍କୁ ରଖାଯାଇଛି। ଉଦାହରଣ ଭାବେ ମୁଣ୍ଡାଗାଁ ସରକାରୀ ବୈଷୟିକ ତାଲିମ କେନ୍ଦ୍ରରେ ମୋଟ ୪୭ଜଣ ବ୍ୟକ୍ତି ରହୁଛନ୍ତି। ହେଲେ ସେମାନଙ୍କ ସକାଶେ ପାନୀୟ ଜଳର ବ୍ୟବସ୍ଥା ନ ଥିବାବେଳେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଅଭିଯୋଗ ହୋଇଛି। ଏକ ନିର୍ଦ୍ଦିଷ୍ଟ ଆବଦ୍ଧ ଜାଗାରେ ରହୁଥିବା ବ୍ୟକ୍ତିମାନେ ଅଣନିଃଶ୍ୱାସୀ ହୋଇ କଏଦୀଙ୍କ ଭଳି ଜୀବନ ବିତାଉଥିବା ପଡୋଶୀ ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଅଞ୍ଚଳର ଶ୍ରମିକମାନେ ଅଭିଯୋଗ କରିଛନ୍ତି। ସେମାନଙ୍କୁ ନିଜ ଜିଲାସ୍ଥିତ ପଞ୍ଚାୟତକୁ ସ୍ଥାନାନ୍ତର କରିବାକୁ ଦାବି ହୋଇଛି। ଅନ୍ୟପକ୍ଷେ ସେମାନଙ୍କୁ ଆବଶ୍ୟକ ସଚେତନ କରାଯାଉ ନ ଥିବାରୁ ସାମାଜିକ ଦୂରତ୍ୱ ନିୟମ ସେଠାରେ ଉଲ୍ଲଂଘନ କରାଯାଉଛି। ପୁଣି ଯେଉଁ ଲୋକମାନେ ପୃଥକ୍‌ବାସରେ ୧୪ ଦିନରୁ ଊର୍ଦ୍ଧ୍ୱ ରହି ସାରିଲେଣି ସେମାନଙ୍କର କୌଣସି ପ୍ରକାର ପରୀକ୍ଷା କରାଯାଉନାହିଁ କି ଘରକୁ ଛାଡିବାର ବ୍ୟବସ୍ଥା କରାଯାଉନାହିଁ ବୋଲି ଅଭିଯୋଗ ହୋଇଛି। ଏହା ଉପରେ ଖରିଆରରୋଡ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଦେବେନ୍ଦ୍ର ନାଥ ମହାରଣାଙ୍କୁ ପଚାରିବାରେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ସବୁ ପ୍ରକାର ବ୍ୟବସ୍ଥା କରାଯାଇଛି। ତଥାପି ଲୋକେ ବିଭିନ୍ନ ପ୍ରକାର ବାହାନା କରୁଛନ୍ତି ବୋଲି କହିଛନ୍ତି। କେତେକ ସ୍ଥାନରେ ଲୋକମାନଙ୍କୁ ହୋମ୍‌ କ୍ୱାରାଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ରହିଥିଲେ ମଧ୍ୟ ସେମାନେ ଖୋଲାଖୋଲି ବାହାରେ ବୁଲୁଥିବା ଅଭିଯୋଗ ହୋଇଛି। ଏହା ଉପରେ ଜିଲା ପ୍ରଶାସନ ଗୁରୁତ୍ୱାରୋପ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

ମହିଳାଙ୍କୁ ବଳାତ୍କାର: ଧରାପଡ଼ିଲେ ମୌଲାନା

କଟକ,୫।୬(ପ୍ରଭୁ କଲ୍ୟାଣ ପାଲ): ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜଗତପୁର ଥାନା ପୋଲିସ ଶୁକ୍ରବାର ଜଣେ ମୌଲାନାଙ୍କୁ ଗିରଫ କରିଛି। ସେ ହେଲେ ଏସ୍‌.କେ ନାଜମୁଲ ଆରଫିନ…

ସତନ୍ତ୍ର ସଘନ ସଂଶୋଧନରେ ଯାଇଥିବା ବିଏଲଓଙ୍କୁ ଠେଲାପେଲା କରିବା ଘଟଣା: ଜନସାଧାରଣଙ୍କୁ ଏମିତି ନିବେଦନ କଲା ଜିଲା ପ୍ରଶାସନ

ପାଟଣା,୫।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ସତନ୍ତ୍ର ସଘନ ସଂଶୋଧନ ଗୁରୁବାର ପୂର୍ବାହ୍ନରେ ଚାଲିଥିବାବେଳେ ବିଏଲଓ ସଦାନନ୍ଦ ସେଠୀଙ୍କୁ ଠେଲାପେଲା…

ବିଜେଡିର ବିଶାଳ ମହିଳା ସମାବେଶ: ଏହାଠି ହେଲେ ହଜାର ହଜାର ମହିଳା

ଖୋର୍ଦ୍ଧା,୫।୬: ଖୋର୍ଦ୍ଧାରେ ବିଜେଡିର ବିଶାଳ ମହିଳା ସମାବେଶ। ଜିଲା ବିଜେଡି ସଭାପତି ରାଜେନ୍ଦ୍ର ସାହୁଙ୍କ ନେତୃତ୍ୱରେ ଏହାଠି ହେଲେ ହଜାର ହଜାର ମହିଳା ଓ ରାଜ୍ୟର ବରିଷ୍ଠ…

ପଞ୍ଚାୟତ ନିର୍ବାଚନ ପାଇଁ ୬ ମାସ ଥିବାବେଳେ ଅଣ୍ଟାଭିଡିଲେ ଏନଏସି ଯୁବମୋର୍ଚ୍ଚା: ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକୁ…

ଗଞ୍ଜାମ ,୫।୬(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସିର ଯୁବ ମୋର୍ଚ୍ଚାର ଏକ ସାଙ୍ଘଠନିକ ବୈଠକ ଦଳୀୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଏନଏସି ମଣ୍ଡଳ ସଭାପତି…

ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଜୁନିଅର୍‌ ଆସିଷ୍ଟାଣ୍ଟ

ଭଦ୍ରକ,୫।୬(ସନାତନ ରାଉତ): ଏକ ଘରୋଇ ସ୍କୁଲକୁ ଏନ୍‌ଓସି ଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ଭଦ୍ରକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri