କ୍ୱାରାଣ୍ଟାଇନ ସେଣ୍ଟରରେ ଡାଲିରୁ ବାହାରିଲା ଝିଟିପିଟି: ଏହାକୁ ଖାଇ ୫ ଅସୁସ୍ଥ

ଛତ୍ରପୁର, ୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ମହାନାଦପୁର ପଞ୍ଚାୟତ ଖୁରିଗାଁ ପ୍ରାଥମିକ ବିଦ୍ୟାଳୟରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀ ତଥା ଅନ୍ତେବାସୀଙ୍କୁ ସୋମବାର ରାତିରେ ଖାଇବାକୁ ଦିଆଯାଇଥିଲା। ୨୯ ଅନ୍ତେବାସୀ ରାତ୍ରି ଭୋଜନ ଖାଇ ସାରିଥିବାବେଳ ବେଳ ୨ ଜଣ ଖାଇବାକୁ ବାକିଥିଲେ। ଏହି ସମୟରେ ଜଣେ ପ୍ରବାସୀ ଖାଉଥିବା ବେଳେ ତାଙ୍କ ଡାଲି ପ୍ଲେଟ୍‌ରୁ ଏକ ଝିଟିପିଟି ବାହାରିଥିଲା। ଏହାର କିଛି ସମୟ ପରେ ୫ ଜଣଙ୍କର ବାନ୍ତି ହୋଇଥିଲା। ଏ ସମ୍ପର୍କରେ ସେମାନେ ମହନାଦପୁର ସରପଞ୍ଚଙ୍କୁ ଜଣାଇଥିଲେ। ଖବର ପାଇ ଛତ୍ରପୁର ବିଡ଼ିଓ ଅମ୍ବିକା ପ୍ରସାଦ ଦାଶଙ୍କ ସହ ଏକ ମେଡିକାଲ ଟିମ ଘଟଣଶସ୍ଥଳରେ ପହଞ୍ଚ ସେମାନଙ୍କର ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରିଥିଲେ। ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ମୁନିସିପେଣ୍ଠ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ହେବାପରେ ପୁଣି ଥରେ ସେମାନଙ୍କୁ କ୍ୱାରାଣ୍ଟାଇନ ସେଣ୍ଟରକୁ ପଠାଯାଇଛି। ଉକ୍ତ ସେଣ୍ଟରରେ ୩୧ ଜଣ ପ୍ରବାସୀ ଗତ ସପ୍ତାହେ ହେଲା ରହିଆସୁଛନ୍ତି। କିଭଳି ଡାଲିରେ ଝିଟିପିଟି ପଡିଲା ସେ ନେଇ ପ୍ରଶାସନ ପକ୍ଷରୁ ଖୋଳତାଡ଼ ଆରମ୍ଭ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?