କ୍ୱାରାଣ୍ଟାଇନରେ ନ ରହିଲେ କାର୍ଯ୍ୟାନୁଷ୍ଠାନ

ଅନୁଗୋଳ ଅଫିସ, ୨୩।୩

କରୋନା ଭୂତାଣୁ ରୋକିବା ପାଇଁ ଅନୁଗୋଳ ଜିଲାରେ ରାଜ୍ୟ ସରକାରଙ୍କ ନିୟମାବଳୀ ଆଧାରରେ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସୋମବାର ଏ ନେଇ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଓ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ନେଇ ଏକ ସ୍କ୍ବାଡ୍‌ ଗଠନ କରାଯିବା ସହ ସଙ୍ଗରୋଧ(କ୍ବାରାଣ୍ଟାଇନ୍‌)କୁ ତଦାରଖ କରିବାକୁ ଜିଲାପାଳ ମହାନ୍ତି ନିର୍ଦ୍ଦେଶ ଦେଇଥିଲେ।
ରାଜ୍ୟ ବାହାରୁ ଓ ଜିଲା ବାହାରୁ ଫେରି ସଙ୍ଗରୋଧରେ ନ ଥିବା ବ୍ୟକ୍ତିମାନଙ୍କ ବିରୋଧରେ ଏହି ସ୍କ୍ବାଡ୍‌ କଡ଼ା ପଦକ୍ଷେପ ନେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ସଙ୍ଗରୋଧ ପାଇଁ ଯେଉଁମାନଙ୍କ ଆବଶ୍ୟକ ଘର ନାହିଁ ସେମାନଙ୍କୁ ନିକଟସ୍ଥ ପ୍ରାଥମିକ ବିଦ୍ୟାଳୟ କିମ୍ବା ସମ୍ପୃକ୍ତ ପଞ୍ଚାୟତ ଦ୍ୱାରା ସ୍ଥିରୀକୃତ ଉଚ୍ଚ ବିଦ୍ୟାଳୟରେ ରଖିବାକୁ କୁହାଯାଇଥିଲା। ସେହିପରି ଯେଉଁମାନେ ବାହାର ରାଜ୍ୟରୁ ଆସି ସଙ୍ଗରୋଧ ନ କରି ଲୁଚାଉଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଜିଲାପାଳ କହିଥିଲେ। ଏଥିସହ ଜିଲାରୁ ଅନ୍ୟ ଜିଲା ତଥା ଜିଲା ମଧ୍ୟରେ କୌଣସି ବସ୍‌ ଚଳାଚଳ କରିବ ନାହିଁ। କିନ୍ତୁ ମାଲ୍‌ ଓ କୋଇଲା ପରିବହନ ପୂର୍ବଭଳି ଚାଲୁ ରହିବ। ଏହାଛଡ଼ା ଡାକ୍ତରଖାନ, ରେଲୱେ ଷ୍ଟେଶନ, ବସ୍‌ଷ୍ଟାଣ୍ଡ ଓ ବିମାନ ବନ୍ଦରକୁ ଯାଉଥିବା ଗାଡ଼ିକୁ ଅନୁମତି ଦିଆଯିବ। ଯେଉଁମାନେ ଅତ୍ୟାବଶ୍ୟକୀୟ ସାମଗ୍ରୀକୁ ଅଧିକ ମୂଲ୍ୟରେ ବିକ୍ରି କରୁଛନ୍ତି ସେମାନଙ୍କ ଉପରେ ଚଢ଼ାଉ କରିବାକୁ ଯୋଗାଣ ବିଭାଗକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ବାହାର ଜିଲାରୁ ଆସୁଥିବା ଲୋକମାନଙ୍କ ସମ୍ପର୍କରେ ଖବର ଦେବାକୁ ଜିଲାପାଳ କହିଥିଲେ। ବିଭିନ୍ନ ଶିଳ୍ପ ସଂସ୍ଥାରେ ଏକକାଳୀନ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ସଂଖ୍ୟାକୁ କଣ୍ଟିଜେଣ୍ଟ ପ୍ଲାନ ଅନୁଯାୟୀ କମ୍‌ କରିବା ସହ ବାହାର ରାଜ୍ୟ ଓ ଦେଶରୁ ଆସୁଥିବା ଲୋକମାନଙ୍କ ସମ୍ପର୍କରେ ଖବର ସଂଗ୍ରହ କରିବାକୁ ଏକ ସ୍କ୍ବାଡ୍‌ ଗଠନ କରାଯାଇଥିଲା। ଆଞ୍ଚଳିକ ପରିବହନ ଅଧିକାରୀଙ୍କ ଦ୍ୱାରା ମଙ୍ଗଳବାରଠାରୁ ଦୁଇ ଚକିଆ ସହ ଘରୋଇ ୪ ଚକିଆ ଯାନବାହାନ କଡ଼ାକଡ଼ି ଯାଞ୍ଚ କରାଯିବ। ଗୋଷ୍ଠୀ ଉନ୍ନୟନ ଅଧିକାରୀମାନେ ପ୍ରତ୍ୟେକ ଦିନ ବ୍ଲକ ଅଞ୍ଚଳକୁ ଅନ୍ୟ ଜିଲାରୁ କିମ୍ବା ରାଜ୍ୟ ବାହାରୁ କେତେ ଲୋକ ଆସୁଛନ୍ତି ଜଣାଇବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀଙ୍କ ସମେତ ଜିଲା କାର୍ଯ୍ୟାଳୟର ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri