କ୍ୱାରାଣ୍ଟାଇନରେ ମନ୍ତ୍ରୀ ସତପାଲ ମହାରାଜ

ଡେରାଡୁନ,୩୧।୫: ଉତ୍ତରାଖଣ୍ଡର କ୍ୟାବିନେଟ ମନ୍ତ୍ରୀ ସତପାଲ ମହାରାଜ ଏବେ କ୍ୱାରାଣ୍ଟାଇନରେ। ତାଙ୍କ ଧର୍ମପତ୍ନୀ ଅମ୍ରିତା ରାଓ୍ବତଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିବା ପରେ ମନ୍ତ୍ରୀ ସତପାଲ ମହାରାଜ କ୍ୱାରାଣ୍ଟାଇନରେ ରହିବା ଆରମ୍ଭ କରିଛନ୍ତି। ଏହାସହ ତାଙ୍କ ଘରେ ରହୁଥିବା ପ୍ରାୟ ୪୧ ଜଣ ସଦସ୍ୟ କ୍ୱାରାଣ୍ଟାଇନରେ ଥିବା ବେଳେ ସମସ୍ତଙ୍କର ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି। ମହାରାଜ ଶୁକ୍ରବାର ଏକ କ୍ୟାବିନେଟ ବୈଠକରେ ଯୋଗ ଦେଇଥିବା ବେଳେ ଏଥିରେ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାଓ୍ବତ ମଧ୍ୟ ଯୋଗ ଦେଇଥିଲେ। ଯାହାକୁ ନେଇ ଏବେ ଚିନ୍ତା ବଢି ଯାଇଛି। ଅମ୍ରିତାଙ୍କର ଏବେ ରିଷିକେଶରେ ଥିବା ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଚିକିତ୍ସା ଚାଲିଥିବା ପ୍ରକାଶ କରିଛନ୍ତି ଜିଲାପାଳ ଆଶିଷ କୁମାର ଶ୍ରୀବାସ୍ତବ। ଉତ୍ତରାଖଣ୍ଡରେ ଏବେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୪୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୨୨ ନୂଆ ରୋଗୀ ଚିହ୍ଟ ହେବା ପରେ ଏମାନଙ୍କ ମଧ୍ୟରେ ୧୪ ଡେରାଡୁନର, ୩ ହରିଦ୍ୱାରର ଓ ୫ ନୈନିତାଲର ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନବିଲରୁ ନିର୍ଗତ ଗ୍ରୀନହାଉସ୍‌ ଗ୍ୟାସ୍‌ ଏସିଆରେ ସର୍ବାଧିକ

ନୂଆଦିଲ୍ଲୀ, ୨୬।୫(ପି.ଟି.):୨୦୦୧ରୁ ୨୦୨୦ ମଧ୍ୟରେ ଧାନବିଲରୁ ନିର୍ଗତ ହେଉଥିବା ବିଶ୍ୱର ମୋଟ ସବୁଜ ଗୃହ ବାଷ୍ପ(ଗ୍ରୀନହାଉସ ଗ୍ୟାସ୍‌)ର ୯୦%ରୁ ଅଧିକ କେବଳ ଏସିଆରୁ ନିର୍ଗତ ହୋଇଛି, ଯେଉଁଥିରେ…

ଭାରତର ବିକାଶ ଯାତ୍ରା

ଯେତେବେଳେ ମୁଁ ତିରୁପ୍ପୁରର ଏକ ବିଦ୍ୟାଳୟରେ ପଢୁଥିବା ଜଣେ ଛୋଟ ବାଳକ ଥିଲି, ସେତେବେଳେ ଆମ ଦେଶକୁ ନେଇ ମୋ ମନରେ ଅନେକ ସ୍ବପ୍ନ ଥିଲା। ମୋ…

ଅସ୍ତ୍ରବିରତି ମଝିରେ ଇରାନର ଜାହାଜ ଉପରକୁ ଆମେରିକାର ବଡ଼ ଆକ୍ରମଣ, ୨ ଜାହାଜ…

ଓ୍ବାଶିଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧବିରତି କାର୍ଯ୍ୟକାରୀ ହେଉଛି ଏବଂ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଛି । ତଥାପି, ଉତ୍ତେଜନା ସମ୍ପୂର୍ଣ୍ଣ ଭାବରେ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ଆଉ ଏକ ଝଟକା….ପୁଣି ଥରେ ବଢ଼ିଲା CNG ଦର, ୧୨ ଦିନ ମଧ୍ୟରେ ଚତୁର୍ଥ ଥର ପାଇଁ ବୃଦ୍ଧି

ନୂଆଦିଲ୍ଲୀ,୨୬।୫:  ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ସହିତ ଜଡ଼ିତ ସାଧାରଣ ଲୋକଙ୍କୁ ପୁଣି ମହଙ୍ଗା ମାଡ଼ । CNG ମଧ୍ୟ କ୍ରମଶଃ ମହଙ୍ଗା ହେଉଛି। ମଙ୍ଗଳବାର…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri