କ୍ୱାରାଣ୍ଟାଇନରେ ୧୪ ଦିନ ପୂରଣ କରିଥିବା ପ୍ରବାସୀଙ୍କୁ ଟଙ୍କା ବାଣ୍ଟିଲେ ଗଞ୍ଜାମ ଜିଲାପାଳ

ଶେରଗଡ଼,୨୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ଶେରଗଡ଼ ବ୍ଲକକୁ ପରିଦର୍ଶନରେ ଯାଇ ଖମାର କ୍ୱାରାଣ୍ଟାଇନ କେନ୍ଦ୍ର ବୁଲି ଦେଖିଥିଲେ। ଉକ୍ତ କେନ୍ଦ୍ରରେଥେିବା ପ୍ରବାସୀଙ୍କର ଶୁକ୍ରବାର ୧୪ଦିନ ପୂରଣ ହେଉଥିବାରୁ ଜିଲାପାଲ ସେମାନଙ୍କୁ ୧୦୦୦ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରିଛନ୍ତି। ନିଜ ଘରେ ଆଉ ୭ଦିନ ରହି ଭଲ ଭାବରେ ନିୟମ ମାନି ଚଳିଲେ ଆଉ ୧୦୦୦ଟଙ୍କା ନିଜ ପଞ୍ଚାୟତର ସରପଞ୍ଚ ପ୍ରଦାନ କରିବେ ବୋଲି ବିଡିଓ ସୁରଞ୍ଜନ କୁମାର ସାହୁ କହିଛନ୍ତି। ତହସିଲଦାର ଡ.ଦୟାସିନ୍ଧୁ ପରିଡା, ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ବାବୁଲା କୁମାର ଚୌଧୁରୀ, ହୃଷିକେଶ ପାଢ଼ୀ, ଗ୍ରାମ ସେବକ ଜି .ରବିକୁମାର, ସରପଞ୍ଚ ଗୋଲାପ ପ୍ରଧାନ, ସମିତିସଭ୍ୟ କାଳୁଗୌଡ଼ ପ୍ରମୁଖଙ୍କ ଉପସ୍ଥିତରେ ଏହି ସହାୟତା ରାଶି ପ୍ରଦାନ କରାଯାଇଛି। ଏହି ସମୟରେ ଜିଲାପାଳ କୁଲାଙ୍ଗେ ପ୍ରବାସୀମାନଙ୍କୁ ନିଜ ଘରେ ସାମାଜିକ ଦୂରତ୍ୱ ରଖାକରି ରହିବା ସହ ଭଲ ଭାବରେ ସାନିଟାଇଜରରେ ହାତ ଧୋଇବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri