କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଅବ୍ୟବସ୍ଥା: ପ୍ରତିବାଦ କଲେ ଅନ୍ତେବାସୀ

କପ୍ତିପଦା,୧୭ା୫(ଡି.ଏନ୍‌.ଏ.)- କରେନାର ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପ୍ରତ୍ୟେକ ବ୍ଲକ୍‌ ଓ ପଞ୍ଚାୟତସ୍ତରରେ କ୍ୱାରାଣ୍ଟାଇନ କେନ୍ଦ୍ର ଖୋଲାଯାଇଛି। ଏଥିପାଇଁ ଆର୍ଥିକ ସହାୟତା ମଧ୍ୟ ପ୍ରଦାନ କରାଯାଇଛି। ଏଠାରେ ପ୍ରବାସୀ ଓଡ଼ିଆଙ୍କୁ ସଙ୍ଗରୋଧରେ ରଖାଯିବା ସହ ସେମାନଙ୍କ ଖାଇବା, ପିଇବା, ଆବଶ୍ୟକ ସାମଗ୍ରୀ, ଔଷଧ ଓ ସ୍ବାସ୍ଥ୍ୟ ପରୀକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି। ମାତ୍ର ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ କ୍ୱାରାଣ୍ଟାଇନ କେନ୍ଦ୍ରରେ ଅବ୍ୟବସ୍ଥା ପରିଲ୍ଲଖିତ ହେଉଥିବା ଅନ୍ତେବାସୀମାନେ ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦରେ ଶନିବାର ସେମାନେ କ୍ୱାରାଣ୍ଟାଇନ୍‌ କେନ୍ଦ୍ର ଗେଟ ସମ୍ମୁଖକୁ ଆସି ହୋହଲ୍ଲା କରିବାରୁ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା।
ଅଭିଯୋଗ ଅନୁଯାୟୀ, ଅନ୍ୟ ରାଜ୍ୟରୁ ଆସି ପହଞ୍ଚିବା ପରେ ରେଜିଷ୍ଟ୍ରେସନ ପାଇଁ ସେମାନଙ୍କୁ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିବାକୁ ପଡୁଛି। ସେମାନଙ୍କୁ ଶଯ୍ୟା, ଆବଶ୍ୟକ ସାମଗ୍ରୀ ଏବଂ ଔଷଧ ଠିକ୍‌ ଭାବେ ଯୋଗାଯାଉ ନାହିଁ। ଯାହାକୁ ନେଇ ଅନ୍ତେବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଗତ ୧୨ ତାରିଖରେ ୪୫ ପ୍ରବାସୀ ଗୁଜରାଟରୁ ଫେରିଥିବା ବେଳେ ସେମାନଙ୍କ ପାଇଁ ମାତ୍ର ୨୧ଟି ଶଯ୍ୟାର ବ୍ୟବସ୍ଥା କରାଯାଇଥିଲା। ଶୁକ୍ରବାର ରାତିରେ ସେମାନଙ୍କ ମଧ୍ୟରୁ ୯ ଜଣଙ୍କୁ ଖାଦ୍ୟ ଦିଆଯାଇ ନ ଥିଲା। ରାତି ୨ଟାରେ ଥାନାଧିକାରୀ ସଞ୍ଜୟ କୁମାର ପ୍ରଧାନ ସେମାନଙ୍କ ପାଇଁ ଶୁଖିଲା ଖାଦ୍ୟର ବ୍ୟବସ୍ଥା କରିଥିବା ସେମାନେ କହିଛନ୍ତି।
ଏ ସମ୍ପର୍କରେ ଦାୟିତ୍ୱରେ ନୋଡାଲ୍‌ ଅଫିସର ଗୌରଚନ୍ଦ୍ର ସେଠୀଙ୍କୁ ପଚାରିବାରୁ ସେ ଅଭିଯୋଗକୁ ସ୍ବୀକାର କରିଛନ୍ତି। ସମସ୍ୟା ରହୁଛି, ତାହାକୁ ସମାଧାନ କରି କାମ କରାଯାଉଥିବା କହିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ମୟୂରଭଞ୍ଜ ଜିଲାରେ ଚିହ୍ନଟ ହୋଇଥିବା ୧୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ଜଣ କପ୍ତିପଦା ବ୍ଲକ୍‌ ଅଞ୍ଚଳର। ଏହି ବ୍ଲକକୁ ମୋଟ ୫୫୪୨ଜଣ ପ୍ରବାସୀ ଓଡ଼ିଆ ଫେରିବା ପାଇଁ ପଞ୍ଜୀକରଣ କରିଥିବାବେଳେ ୨୬ଟି ପଞ୍ଚାୟତର ୩୧ଟି ସଙ୍ଗରୋଧ କେନ୍ଦ୍ରରେ ମାତ୍ର ୧୩୫୦ଟି ଏବଂ ବ୍ଲକ୍‌ ସଙ୍ଗରୋଧ କେନ୍ଦ୍ରରେ ଥିବା ୨୦୦ ଶଯ୍ୟାକୁ ମିଶାଇ ମୋଟ ୧୫୫୦ଟି ଶଯ୍ୟା ପ୍ରସ୍ତୁତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାରେ ଭବାନୀପାଟଣାର କୁନି ଝିଅ କଶିସ୍‌, ବହୁମୁଖୀ ପ୍ରତିଭାର ଅଧିକାରିଣୀ ହୋଇ…

ଭବାନୀପାଟଣା,୨୯ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ ବର୍ଷର କୁନି ଝିଅ କଶିସ୍‌ ଅଗ୍ରଓ୍ବାଲ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଗତ ଏପ୍ରିଲ ମାସରେ ୨…

ଟ୍ରେନ୍‌ ଟ୍ରାକ୍‌କୁ ହଠାତ୍‌ ଚାଲିଆସିଲା ଏକ ସିଂହ, ଲୋକୋ ପାଇଲଟ୍‌ କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଗୁଜରାଟର ଜୁନାଗଡ଼ ଶାସନଗିରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଲୋକୋ ପାଇଲଟଙ୍କ ସତର୍କତା ଯୋଗୁ ଏକ ବଡ଼ ବିପଦ ଟଳି ଯାଇଛି। ଭେରାଭଲ-ଜୁନାଗଡ଼ ପାସେଞ୍ଜର…

ଖେମୁଣ୍ଡି କଲେଜରେ ପ୍ରବେଶ ଉତ୍ସବ, ଶୃଙ୍ଖଳା-ନୈତିକ ମୂଲ୍ୟବୋଧ ପାଇଁ ପରାମର୍ଶ

ଦିଗପହାଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ବୁଧବାର ଯୁକ୍ତ ୨ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ ଜଣାଇ “ପ୍ରବେଶ ଉତ୍ସବ–୨୦୨୬”…

ଘରକୁ ଫେରୁଥିବା ବେଳେ କେନାଲରେ ଭାସିଗଲେ ଚାଷୀ, ତାପରେ ଘଟିଲା….

ଦେବଗଡ,୨୯।୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ସରୁଆଳି ଗ୍ରାମ ପଂଚାୟତ ଅନ୍ତର୍ଗତ ମାଦଲିଆ ଗ୍ରାମରେ ଜଣେ ଚାଷୀ କେନାଲରେ ଭାସି ଯାଇଥିଲେ । ଏହାପରେ ଅଗ୍ନଶମ ବିଭାଗ…

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି…

ରାହୁଲଙ୍କ ଅଭିଯୋଗକୁ ନେଇ ସରକାରଙ୍କ କଡ଼ା ଜବାବ, ଗୁଳି ନୁହେଁ କେବଳ….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ଏହାପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ…

କୌଣସି ପ୍ରମାଣ ନାହିଁ… ୧୧ ବର୍ଷ ପୁରୁଣା ମାମଲାରେ ମନମୋହନ ସିଂଙ୍କୁ କ୍ଲିନଚିଟ୍

ନୂଆଦିଲ୍ଲୀ,୨୯ା୭: କୋଇଲା ବ୍ଲକ ଆବଣ୍ଟନ ମାମଲାରେ ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିରୋଧରେ ଜାରି ସମନକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁର…

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri