କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ମହିଳା, ଶିଶୁଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା ଦାବି

ବାଲେଶ୍ୱର ଅଫିସ,୨।୫: ଅନ୍ୟ ରାଜ୍ୟରୁ ବାଲେଶ୍ୱର ଜିଲାକୁ ଆସୁଥିବା ବହିରାଗତଙ୍କ ପାଇଁ କ୍ୱାରଣ୍ଟାଇନ୍‌ ବ୍ୟବସ୍ଥା କରାଯାଇଛି। ଏହି କେନ୍ଦ୍ରରେ ମହିଳା ଓ ଶିଶୁମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବାକୁ ଭାଜପା ମହିଳାମୋର୍ଚ୍ଚା ଜିଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରିଛି। ଏହି କେନ୍ଦ୍ରରେ ପୁରୁଷମାନେ ଗାଧୋଇବା, ଶୌଚ ଯିବା ଭଳି କାର୍ଯ୍ୟ କୌଣସି ପ୍ରକାରେ ତୁଲାଇ ନେଉଥିବା ବେଳେ ମହିଳାମାନଙ୍କ କ୍ଷେତ୍ରରେ ସମସ୍ୟା ଦେଖାଦେଇଛି। କେଉଁ କ୍ୱାରାଣ୍ଟାଇନ୍‌ ଗୃହରେ ପାଇଖାନା ଅଛି ତ କେଉଁଠି ପାଣିର ଅଭାବ, ଅନ୍ୟ କେଉଁଠି ଟ୍ୟୁବଓ୍ବେଲ କାମ କରୁନି। କେତେକ ସ୍ଥାନରେ ପାଇଖାନା ନ ଥିବା ମଧ୍ୟ ଅଭିଯୋଗ ହୋଇଛି। ଏହାକୁ ନେଇ ଭାଜପା ମହିଳାମୋର୍ଚ୍ଚା ରାଜ୍ୟ ଉପସଭାପତି ସୁଷମାରାଣୀ ବିଶ୍ୱାଳ, ମହିଳାମୋର୍ଚ୍ଚା ଜିଲା ସଭାପତି କମଳା ବିନ୍ଧାଣି, ନେତ୍ରୀ ସିପ୍ରା ବାଜପେୟୀଙ୍କ ନେତୃତ୍ୱରେ ଏହାକୁ ସମାଧାନ କରିବା ପାଇଁ ଯଥାଶୀଘ୍ର ଚେଷ୍ଟା କରାଯାଉ ବୋଲି ଦାବି କରି ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଜରିଆରେ ରାଜ୍ୟପାଳଙ୍କ ନିକଟକୁ ଦାବିପତ୍ର ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri