କ୍ୱାରାଣ୍ଟାଇନ୍‌ ଥିବା ହୋଟେଲ କର୍ମଚାରୀଙ୍କୁ ଘର ମାଲିକ ହଇରାଣ କଲେ ପଦକ୍ଷେପ

ଭୁବନେଶ୍ୱର,୨୧ା୩ (ବ୍ୟୁରୋ): କରୋନା ସଂକ୍ରମଣରୁ ଲୋକଙ୍କୁ ରକ୍ଷା କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସହରର ୩ ହୋଟେଲକୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପରିଣତ କରାଯାଇଛି। ଜୟଦେବ ବିହାର, କଳ୍ପନା ଛକ ଓ ଶହୀଦନଗରସ୍ଥିତ ଏକ ହୋଟେଲରେ ବିଏମ୍‌ସି ଦେୟଯୁକ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟର କରିଛନ୍ତି। ହସ୍ପିଟାଲରେ ରହିବାକୁ ରାଜି ହେଉ ନ ଥିବା ଲୋକେ ଅର୍ଥ ପୈଠକରି ହୋଟେଲ କ୍ୱାରାଣ୍ଟାଇନ୍‌ରେ ରହିପାରିବେ। ଏବେ ଏହି ହୋଟେଲଗୁଡ଼ିକର କର୍ମଚାରୀମାନଙ୍କୁ ନାନା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ବିଶେଷକରି କର୍ମଚାରୀମାନେ ଭଡ଼ା ରହୁଥିବା ଘରର ମାଲିକମାନେ ସେମାନଙ୍କୁ ଘର ଛାଡ଼ିବାକୁ ବାଧ୍ୟ କରୁଥିବା ଅଭିଯୋଗ ହୋଇଛି। ଏପରି କି କେତେକ ମାଲିକ ସେମାନଙ୍କୁ ଘରେ ପଶିବାକୁ ମଧ୍ୟ ଦେଉନାହାନ୍ତି। ଏନେଇ ଶୁକ୍ରବାର ଗଣମାଧ୍ୟମ ପ୍ରତିନିଧିମାନେ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏଭଳି ଅଭିଯୋଗ ଆସିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri