କ୍ୱାରାଣ୍ଟାଇନ୍‌ ଥିବା ହୋଟେଲ କର୍ମଚାରୀଙ୍କୁ ଘର ମାଲିକ ହଇରାଣ କଲେ ପଦକ୍ଷେପ

ଭୁବନେଶ୍ୱର,୨୧ା୩ (ବ୍ୟୁରୋ): କରୋନା ସଂକ୍ରମଣରୁ ଲୋକଙ୍କୁ ରକ୍ଷା କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସହରର ୩ ହୋଟେଲକୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପରିଣତ କରାଯାଇଛି। ଜୟଦେବ ବିହାର, କଳ୍ପନା ଛକ ଓ ଶହୀଦନଗରସ୍ଥିତ ଏକ ହୋଟେଲରେ ବିଏମ୍‌ସି ଦେୟଯୁକ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟର କରିଛନ୍ତି। ହସ୍ପିଟାଲରେ ରହିବାକୁ ରାଜି ହେଉ ନ ଥିବା ଲୋକେ ଅର୍ଥ ପୈଠକରି ହୋଟେଲ କ୍ୱାରାଣ୍ଟାଇନ୍‌ରେ ରହିପାରିବେ। ଏବେ ଏହି ହୋଟେଲଗୁଡ଼ିକର କର୍ମଚାରୀମାନଙ୍କୁ ନାନା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ବିଶେଷକରି କର୍ମଚାରୀମାନେ ଭଡ଼ା ରହୁଥିବା ଘରର ମାଲିକମାନେ ସେମାନଙ୍କୁ ଘର ଛାଡ଼ିବାକୁ ବାଧ୍ୟ କରୁଥିବା ଅଭିଯୋଗ ହୋଇଛି। ଏପରି କି କେତେକ ମାଲିକ ସେମାନଙ୍କୁ ଘରେ ପଶିବାକୁ ମଧ୍ୟ ଦେଉନାହାନ୍ତି। ଏନେଇ ଶୁକ୍ରବାର ଗଣମାଧ୍ୟମ ପ୍ରତିନିଧିମାନେ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏଭଳି ଅଭିଯୋଗ ଆସିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri