କ୍ୱାରାଣ୍ଟାଇନ୍‌ ସେଣ୍ଟର ଅନୁଧ୍ୟାନ କଲେ ଜିଲାପାଳ

ଆର.ଉଦୟଗିରି,୨ା୫(ଡି.ଏନ.ଏ.): ଗଜପତି ଜିଲାପାଳ ଅନୁପମ ଶାହା ନୂଆଗଡ ବ୍ଲକର କରୋନା ପାଇଁ ଖୋଲାଯାଇଥିବା ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟର ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଜିଲାପାଳ ଖଜୁରିପଦା ପଞ୍ଚାୟତର ଦୋଘରିଆ ଆଦିବାସୀ ହାଇସ୍କୁଲ କ୍ବାରେଣ୍ଟାଇନ୍‌ ସେଣ୍ଟର ସମେତ ବଡପଦା ଓ କେ.ଝାଲରସିଂ ଆଦି ପଞ୍ଚାୟତରେ ଖୋଲିଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇଥିଲେ। ସେଗୁଡିକରେ ଥିବା ଲୋକଙ୍କୁ ଭଲ ରନ୍ଧାଖାଦ୍ୟ ଦେବା ପାଇଁ ପରାମର୍ଶ ଦେଇଥିଲେ। ନୂଆଗଡ଼ ବ୍ଲକର ୨,୩୭୪ ଶ୍ରମିକ ବାହାର ରାଜ୍ୟରେ ଅଛନ୍ତି। ସେମାନଙ୍କ ମଧ୍ୟରୁ ଏକ ହଜାରରୁ ଉର୍ଦ୍ଧ୍ୱ ଘରକୁ ଫେରିବା ପାଇଁ ପଞ୍ଜୀକରଣ କରାଯାଇଛି ବୋଲି ନୋଡାଲ ଅଫିସର ପ୍ରଭାକର ସାହୁ କହିଛନ୍ତି। ଜିଲାପାଳଙ୍କ ପରିଦର୍ଶନ ବେଳେ ନୂଆଗଡ ତହସିଲଦାର ପ୍ରଫୁଲ କୁମାର କୁଜୁରୁ, ବିଡିଓ ଲାବଣ୍ୟନେନ୍ଦୁ ମାହାନ୍ତି, ସହକାରୀ ଯନ୍ତ୍ରୀ ପି.କେ. ପଟ୍ଟନାୟକ ଓ ପଞ୍ଚାୟତର ପିଇଓମାନେ ଉପସ୍ଥିତ ଥିଲେ। ନୂଆଗଡ଼ରୁ ଜିଲାପାଳ ଆର.ଉଦୟଗିରି ବ୍ଲକକୁ ଆସି କରୋନା ମୁକାବିଲା ଲାଗି ନିଆଯାଇଥିବା ପଦକ୍ଷେପ ଉପରେ ସମୀକ୍ଷା କରିଥିବା ବିଡିଓ ପ୍ରଦୀପ କୁମାର ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri