କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ କଲେ ଜିଲାପାଳ

ନିଶ୍ଚିନ୍ତକୋଇଲି,୨୯ା୪(ସ୍ବ.ପ୍ର.) : ବାହାର ରାଜ୍ୟରେ ଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ ସରକାର ସହାନୁଭୂତି ଦେଖାଇଛନ୍ତି। ସେମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ସହ ସ୍ବତନ୍ତ୍ର କ୍ୱାରାଣ୍ଟାଇନ୍‌ରେ ୧୪ ଦିନ ରହିବା ପାଇଁ ବ୍ୟବସ୍ଥା କରିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ଥିବା ୪୧ଟି ପଞ୍ଚାୟତକୁ ପ୍ରାୟ ୪ ହଜାର ପ୍ରବାସୀ ଘର ବାହୁଡ଼ା ହେବା ସମ୍ଭାବନାକୁ ଦୃଷ୍ଟିରେ ରଖି ୯୫ଟି କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୪ ହଜାର ବେଡ୍‌ ପକାଇବାର ବ୍ୟବସ୍ଥା କରାଯାଇଛି। ଏହି ସେଣ୍ଟରଗୁଡ଼ିକ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ସରକାରୀ ଦପ୍ତରରେ ଖୋଲାଯାଇଛି। ପ୍ରବାସୀମାନେ ୧୪ ଦିନ କ୍ୱାରାଣ୍ଟାଇନ୍‌ରେ ରହିବା ପରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ସେମାନେ ଘରକୁ ଫେରିବେ ବୋଲି ନିର୍ଦ୍ଦେଶନାମା ଜାରି ହୋଇଛି। ଇତିମଧ୍ୟରେ ୪୧ଟି ପଞ୍ଚାୟତରୁ ୩ହଜାର ୭୪୨ ଜଣ ନାମ ପଞ୍ଜୀକରଣ କରିଛନ୍ତି। ତେବେ ୩ ତାରିଖରେ ଲକ୍‌ଡାଉନ୍‌ ଉଠିବା ପରେ ସେମାନେ ଘର ବାହୁଡ଼ା ହେବେ। ତେବେ ୩ ତାରିଖ ପୂର୍ବରୁ ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡ଼ିକ ପ୍ରସ୍ତୁତ କରାଯାଉଛି। ବ୍ଲକ ପରିସରରେ ମହିଳାମାନଙ୍କ ପାଇଁ ଏକ ସ୍ବତନ୍ତ୍ର କ୍ୱାରାଣ୍ଟାଇନ୍‌ ସେଣ୍ଟର ପ୍ରସ୍ତୁତ କରାଯାଉଛି। ପ୍ରତି କ୍ୱରାଣ୍ଟାଇନ୍‌ ସେଣ୍ଟରକୁ ବିଶୋଧନ କରାଯିବା ସହ ବେଡ୍‌ ପକାଯିବା ସହ ସେମାନଙ୍କ ପାଇଁ ରହିବା,ଖାଇବା ଓ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ସ୍ବତନ୍ତ୍ର ଚିଠା ପ୍ରସ୍ତୁତ କରାଯାଇଛି। କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡ଼ିକ ମରାମତି କରାଯିବା ସହ ଶୌଚାଳୟ, ଶୁଦ୍ଧ ପାନୀୟଜଳ ଯୋଗାଇବା ପାଇଁ ବ୍ୟବସ୍ଥା କରାଯାଇଛି। କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିବେଶକୁ ସ୍ବଚ୍ଛ ପରିମଳ ରଖିବା ପାଇଁ ସାନିଟାଇଜେସନ ବ୍ୟବସ୍ଥା କରାଯାଇଛି। ତେବେ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡିକୁ ପରିଦର୍ଶନ କରିବା ପାଇଁ ବୁଧବାର ଅପରାହ୍ନରେ କଟକ ଜିଲାପାଳ ରତ୍ନାକର ଚଇନି, ଜିଲା ପରିଦର୍ଶକ ସୁଶାନ୍ତ ମହାପାତ୍ର, ଉପଜିଲାପାଳ ଶୁଭ୍ରାଂଶୁ ମିଶ୍ର ପ୍ରମୁଖ ରାମକୃଷ୍ଣପୁର ପଞ୍ଚୟତର ୨ଟି ଓ ନିଶ୍ଚିନ୍ତକୋଇଲି ପଞ୍ଚାୟତରେ ଥିବା ଗୋଟିଏ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri