କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ନେଇ ରାଜନୀତି

ଭୁବନେଶ୍ୱର, ୨୮।୫(ବ୍ୟୁରୋ): କରୋନା ସଙ୍କଟ ବଢି ଚାଲିଥିବାବେଳେ ବିଭିନ୍ନ ରାଜନୈତିକ ଦଳଗୁଡିକ ପକ୍ଷରୁ ପରସ୍ପର  ବିରୋଧରେ କାଦୁଅଫିଙ୍ଗା ଜାରି ରଖିଛନ୍ତି। ରାଜ୍ୟରେ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡିକରେ ବ୍ୟାପକ ଅବ୍ୟବସ୍ଥା ଅଭିଯୋଗ ଆଣି ଉଭୟ କଂଗ୍ରେସ ଏବଂ ଭାଜପା ଗୁରୁବାର ସରକାରଙ୍କ ଉପରେ ବର୍ଷିଛନ୍ତି। କଂଗ୍ରେସ ଉଭୟ ବିଜେଡି ଏବଂ ଭାଜପାକୁ ଟାର୍ଗେଟ କରିଛି। କେନ୍ଦ୍ର ଓ ରାଜ୍ୟରେ ଥ୍ରୀ-ପିର ସରକାର ଚାଲିଛି ବୋଲି କହିଛି। ସେହିପରି କେନ୍ଦ୍ରର ଠିକ ପରିଚାଳନା ନ ହେଲେ ରାଜ୍ୟ ସରକାରଙ୍କୁ ବିରୋଧ କରିବାକୁ ଭାଜପା ପଛାଇବ ନାହିଁ ବୋଲି ଚେତାବନୀ ଦେଇଛନ୍ତି।
ଗୁରୁବାର ସ୍ବିକ୍‌ ଅଫ ଇଣ୍ଡିଆ କାର୍ଯ୍ୟକ୍ରମ ଅବସରରେ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି, କରୋନା ଯୁଦ୍ଧବେଳେ ଏହି ଦୁଇ ଦଳ ନିର୍ବାଚନ ପାଇଁ ପ୍ରସ୍ତୁତି କରୁଛନ୍ତି। ନିର୍ବାଚନ ସ୍ବପ୍ନ ନ ଦେଖି ରାଜ୍ୟବାସୀଙ୍କ ସମସ୍ୟା ଦୂର କରିବାକୁ ଆଗେଇ ଆସିବା ଉଚିତ୍‌। ସରକାର ୭ଲକ୍ଷ ବେଡ୍‌ ଥିବା କଥା କହୁଛନ୍ତି, ହେଲେ ୩ ଲକ୍ଷ ଆସିଛନ୍ତି ସେଥିରୁ ଲକ୍ଷେ ପଳାଇଲେଣି। ଏବେ ଉଭୟ କେନ୍ଦ୍ର ଓ ରାଜ୍ୟରେ ଥ୍ରି-ପି ସରକାର ଅର୍ଥାତ୍‌ ପ୍ରତିଶ୍ରୁତି, ପ୍ରଚାର ଓ ପ୍ରତାରଣାର ସରକାର ଚାଲିଛି ବୋଲି ସେ କହିଛନ୍ତି।
ସେହିପରି ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବିରାଜ ହରିଚନ୍ଦନ ରାଜ୍ୟ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, କେନ୍ଦ୍ର ସରକାରଙ୍କ ଅର୍ଥକୁ ନେଇ ଦୁର୍ନୀତିକୁ ପ୍ରଶ୍ରୟ ଦେଲେ ବିରୋଧ କରାଯିବ। ଅନିୟମିତତା ଧରିବାକୁ ସବୁ ପଞ୍ଚାୟତରେ ଆର୍‌ଟିଆଇ ପ୍ରମୁଖଙ୍କୁ ଭାଜପା ନିଯୁକ୍ତ କରିବ।
ସେହିପରି କଂଗ୍ରେସର ସ୍ପିକ୍‌ ଅପ୍‌ ଇଣ୍ଡିଆ କାର୍ଯ୍ୟକ୍ରମକୁ ସମାଲୋଚନା କରି ପୃଥ୍ବିରାଜ କହିଛନ୍ତି, ରାହୁଲ ଗାନ୍ଧୀଙ୍କ କଥାରେ ତାଳମେଳ ନାହିଁ। ବର୍ତ୍ତମାନ ସେ ଅରାଜକତା ପାଇଁ ଚେଷ୍ଟା କରୁଛନ୍ତି।
ବିଜେଡି ରାଜ୍ୟସଭା ସଦସ୍ୟ ସୁବାସ ସିଂ କହିଛନ୍ତି, କରୋନା ମହାମାରୀରେ କେନ୍ଦ୍ର ସହ ସମନ୍ବୟ ରକ୍ଷାକରି ରାଜ୍ୟ ସରକାର ମୁକାବିଲା କରୁଛନ୍ତି। ପ୍ରଥମ ରାଜ୍ୟଭାବେ ଓଡିଶା ଖାଦ୍ୟ ଓ ରୋଜଗାର ବ୍ୟବସ୍ଥା କରିଛି। ଜୁନ୍‌ ୧୫ ପର୍ଯ୍ୟନ୍ତ ଆମ ପାଇଁ ଚ୍ୟାଲେଞ୍ଜିଂ ରହିବ। ଏପରି ସ୍ଥିତିରେ ରାଜନୀତି ତର୍କ କରା ନ ଯାଉ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri