କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଅନ୍ତେବାସୀ ଶିଶୁଙ୍କ ମନ ଜିଣି ଚର୍ଚ୍ଚାରେ ତହସିଲଦାର

ପୁରୁଷୋତ୍ତମପୁର,୧୫ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ପଞ୍ଚାୟତର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିବା କୋମଳମତି ଶିଶୁଙ୍କୁ ଖେଳଣା, କଣ୍ଢେଇ, ବିସ୍କୁଟ ଦେଇ ସେମାନଙ୍କ ମନ ମୋହି ଚର୍ଚ୍ଚାକୁ ଆସିଛନ୍ତି ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ। ସରକାରଙ୍କ ପକ୍ଷରୁ ପ୍ରବାସୀଙ୍କ ରହିବା, ଖାଇବା ଆଦି ସମସ୍ତ ବ୍ୟବସ୍ଥା କରାଯାଇଛି ହେଲେ ଶିଶୁଙ୍କ ବିକାଶ ଲାଗି ସେଭଳି କିଛି ବ୍ୟବସ୍ଥା କରାଯାଇ ନାହିଁ। ଯଦ୍ୱାରା ଏକ ପ୍ରକାର ବନ୍ଦୀ ଭାବେ ଏହି ଶିଶୁମାନେ ଅଭିଭାବକଙ୍କ ପାଖରେ ରହି ଅଳି ଅଝଟ କରୁଛନ୍ତି। ଏହି ଘଟଣାକୁ ସେଣ୍ଟର ପରିଦର୍ଶନ ବେଳେ ତହସିଲଦାର ଦେଖି କୋମଳମତି ଶିଶୁଙ୍କ ବିକାଶ ଲାଗି ବିଭିନ୍ନ ପ୍ରକାରର ଖେଳଣା ଏବଂ ଅନ୍ୟାନ୍ୟ ଉପକରଣ ସହ ବିଭିନ୍ନ ସେଣ୍ଟରକୁ ଯାଇ ଶିଶୁମାନଙ୍କୁ ବଣ୍ଟନ କରିଛନ୍ତି। ସେମାନଙ୍କ ସହ ସମୟ ବିତାଇ ଉତ୍ସାହିତ କରି ଶିଶୁଙ୍କ ମନ ଜିଣିିବାରେ ଲାଗିଛନ୍ତି। ତହସିଲଦାରଙ୍କ ଏଭଳି ମାନବିକତାକୁ ନେଇ ସାଧାରଣରେ ବେଶ୍‌ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri