କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ, ଜଣେ ଅଟକ

ଦାରିଙ୍ଗବାଡ଼ି,୨୫।୫(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରବିବାର ରାତିରେ ଜଣେ ଯୁବତୀ ଅସଦାଚରଣର ଶିକାର ହୋଇଛନ୍ତି। ଅସଦାଚରଣ କରିଥିବା ଅଭିଯୋଗରେ ଜଣେ ଅନ୍ତେବାସୀଙ୍କୁ ଥାନାରେ ଅଟକ ରଖି ପୋଲିସ ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷରେ ଉକ୍ତ ସେଣ୍ଟରରେ ଥିବା ଅନ୍ୟ ୨୮ ଅନ୍ତେବାସୀଙ୍କ କ୍ୱାରାଣ୍ଟାଇନ୍‌ ଅବଧି ସରିଥିବାରୁ ସୋମବାର ଘରକୁ ପଠାଇ ଦିଆଯାଇଛି।
ବିଭିନ୍ନ ରାଜ୍ୟରୁ ଫେରିଥିବା ୨୯ ମହିଳା ଓ ପୁରୁଷଙ୍କୁ ଗତ ୧୨ଦିନ ତଳେ ଦାରିଙ୍ଗବାଡ଼ିର ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଇଥିଲା। ସମସ୍ତଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପରେ ରିପୋର୍ଟ ନେଗେଟିଭ ଆସିଥିଲା। ତେଣୁ ସରକାରଙ୍କ ନିୟମ ପ୍ରକାରେ ସୋମବାର ସକାଳେ ଅନ୍ତେବାସୀମାନଙ୍କୁ ଘରକୁ ପଠାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଥିଲା। ଏହା ପୂର୍ବରୁ ରବିବାର ବିଳମ୍ବିତ ରାତିରେ ଜଣେ ଯୁବତୀ ଶୌଚପାଇଁ ଯାଉଥିବା ବେଳେ ଅଭିଯୁକ୍ତ ତାଙ୍କୁ ଟଣାଓଟରା କରିଥିଲେ। ଯୁବତୀ ଜଣକ ପାଟି କରିବାରୁ ଅନ୍ୟ ଅନ୍ତେବାସୀଙ୍କ ସମେତ ସେଠାରେ ଥିବା ସୁରକ୍ଷା କର୍ମୀ ପହଞ୍ଚିଥିଲେ। ସୁରକ୍ଷା କର୍ମୀ ଜଣକ ଏ ନେଇ ଦାରିଙ୍ଗବାଡି ବିଡିଓ ଜଗଦୀଶ ଷଡ଼ଙ୍ଗୀଙ୍କୁ ଫୋନରେ ଅବଗତ କରାଇଥିଲେ। ବିଡିଓ ଷଡ଼ଙ୍ଗୀଙ୍କଠାରୁ ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମ୍ପୃକ୍ତ ଯୁବକଙ୍କୁ ଥାନାକୁ ନେଇ ପଚରାଉଚରା ଚଳାଇଛି। ତେବେ ଖବର ଲେଖାଯିବା ସୁଦ୍ଧା ଏ ନେଇ ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

ଗୁଗଲ ମ୍ୟାପ୍‌ ଦେଖି ଟ୍ରକ୍‌ ଚଳାଉଥିଲେ ଡ୍ରାଇଭର୍‌: ହଠାତ୍‌ ଘଟିଗଲା…

ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ):ଗୁଗଲ ମ୍ୟାପ୍‌ ଦେଖାଇଲା ଭୁଲ ରାସ୍ତା। ଆଉ ଭୁଲ ରାସ୍ତାରେ ଆସି ଟ୍ରକ ଦୁର୍ଘଟଣାଗ୍ରସ୍ତ। ଏଭଳି ଘଟଣା ନୂଆ ହୋଇ ନ...

ଜିଲାପାଳଙ୍କ ଅଭିଯୋଗ ଶୁଣାଣି: କମୁଛି ଅଭିଯୋଗ ପତ୍ର ସଂଖ୍ୟା

ରାଇକିଆ,୧୬।୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ କାର୍ଯ୍ୟାଳୟର ସଭାଗୃହରେ ଜିଲାପାଳ ବେଦ ଭୂଷଣଙ୍କ ଦ୍ବାରା ଜନସାଧାରଣଙ୍କ ଦାରା ଅଭିଯୋଗ ଗୁଡ଼ିକର ଶୁଣାଣି ଅନୁଷ୍ଠିତ ହୋଇଯାଇଅଛି।...

ଲୋକଙ୍କ ଗୁହାରି ଶୁଣିଲେ ଜିଲାପାଳ: ୪୫ ଲକ୍ଷ ମଞ୍ଜୁର ପରେ…

କେସିଙ୍ଗା,୧୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଜାତୀୟ ରାଜପଥର ଆମ୍ବେଦକର ଛକଠାରୁ କଲେଜ ରୋଡ଼ ଦେଇ ଡୁମେର ମୁଣ୍ଡା ସାହୁ ପଡା ଏବଂ ରୁପ୍ରା...

ବଢିଲା ଶୀତ: ଦାରିଙ୍ଗବାଡିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପୁଣି ବଢିଲା ଶୀତର ପ୍ରକୋପ ବିଭିନ୍ନ ସ୍ଥାନରେ ଘନ କୁହୁଡି ସହ ଶୀତ ଦ୍ବିଗୁଣିତ...

ଶୀତରେ ଥରୁଛି ଖଜୁରିପଡ଼ା: ତାପମାନ ଯନ୍ତ୍ର ବସାଇବାକୁ ଦାବି

ଖଜୁରିପଡ଼ା, ୧୫ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ୍‌ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଆଭ୍ୟନ୍ତରୀଣ ଅଞ୍ଚଳରେ ଶୀତର ପ୍ରଭାବ ବେଶୀ ଅନୁଭୂତ ହେଉଛି।...

ବିଦ୍ୟୁତ କର୍ମଚାରୀଙ୍କ ସମସ୍ୟା ସମାଧାନ ପାଇଁ ଉଠିଲା ଦାବି

ଦାରିଙ୍ଗବାଡି,୧୫।୧୨(ଅରୁଣ ସାହୁ): ଓ.ଏସ.ଇ.ବି. ବିଜୁଳି କର୍ମଚାରୀ ସଂଘର କାର୍ଯ୍ୟକାରିଣୀ ସମିତି ବୈଠକ ବୈଠକ ସଂଘର ସାଧାରଣ ସମ୍ପାଦକ ଭ୍ରମରବର ରାଉତଙ୍କ ଆବାହନ କ୍ରମେ କନ୍ଧମାଳ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri