କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ, ଜଣେ ଅଟକ

ଦାରିଙ୍ଗବାଡ଼ି,୨୫।୫(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରବିବାର ରାତିରେ ଜଣେ ଯୁବତୀ ଅସଦାଚରଣର ଶିକାର ହୋଇଛନ୍ତି। ଅସଦାଚରଣ କରିଥିବା ଅଭିଯୋଗରେ ଜଣେ ଅନ୍ତେବାସୀଙ୍କୁ ଥାନାରେ ଅଟକ ରଖି ପୋଲିସ ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷରେ ଉକ୍ତ ସେଣ୍ଟରରେ ଥିବା ଅନ୍ୟ ୨୮ ଅନ୍ତେବାସୀଙ୍କ କ୍ୱାରାଣ୍ଟାଇନ୍‌ ଅବଧି ସରିଥିବାରୁ ସୋମବାର ଘରକୁ ପଠାଇ ଦିଆଯାଇଛି।
ବିଭିନ୍ନ ରାଜ୍ୟରୁ ଫେରିଥିବା ୨୯ ମହିଳା ଓ ପୁରୁଷଙ୍କୁ ଗତ ୧୨ଦିନ ତଳେ ଦାରିଙ୍ଗବାଡ଼ିର ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଇଥିଲା। ସମସ୍ତଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପରେ ରିପୋର୍ଟ ନେଗେଟିଭ ଆସିଥିଲା। ତେଣୁ ସରକାରଙ୍କ ନିୟମ ପ୍ରକାରେ ସୋମବାର ସକାଳେ ଅନ୍ତେବାସୀମାନଙ୍କୁ ଘରକୁ ପଠାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଥିଲା। ଏହା ପୂର୍ବରୁ ରବିବାର ବିଳମ୍ବିତ ରାତିରେ ଜଣେ ଯୁବତୀ ଶୌଚପାଇଁ ଯାଉଥିବା ବେଳେ ଅଭିଯୁକ୍ତ ତାଙ୍କୁ ଟଣାଓଟରା କରିଥିଲେ। ଯୁବତୀ ଜଣକ ପାଟି କରିବାରୁ ଅନ୍ୟ ଅନ୍ତେବାସୀଙ୍କ ସମେତ ସେଠାରେ ଥିବା ସୁରକ୍ଷା କର୍ମୀ ପହଞ୍ଚିଥିଲେ। ସୁରକ୍ଷା କର୍ମୀ ଜଣକ ଏ ନେଇ ଦାରିଙ୍ଗବାଡି ବିଡିଓ ଜଗଦୀଶ ଷଡ଼ଙ୍ଗୀଙ୍କୁ ଫୋନରେ ଅବଗତ କରାଇଥିଲେ। ବିଡିଓ ଷଡ଼ଙ୍ଗୀଙ୍କଠାରୁ ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମ୍ପୃକ୍ତ ଯୁବକଙ୍କୁ ଥାନାକୁ ନେଇ ପଚରାଉଚରା ଚଳାଇଛି। ତେବେ ଖବର ଲେଖାଯିବା ସୁଦ୍ଧା ଏ ନେଇ ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ପ୍ରତିଶ୍ରୁତି ରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ ବିଡିଓ: ଉଠା ଦୋକାନୀଙ୍କୁ ମିଳିବ ନ୍ୟାୟ

ଦାରିଙ୍ଗବାଡି,୧୪।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଉଠା ଦୋକାନୀଙ୍କ ତହସିଲ କାର୍ଯ୍ୟାଳୟ ଘେରାଉ ଘଟଣା ପରେ ସ୍ଥାନୀୟ ପ୍ରଶାସନ ଥଇଥାନ ପାଇଁ ପଦକ୍ଷେପ ଜୋରଦାର ଆରମ୍ଭ ହୋଇଯାଇଛି।…

ନିଶାମୁକ୍ତ ହେବ ସୋନପୁର ଅଞ୍ଚଳ: ବସିଲା ବୈଠକ, ଏକାଠି ହେଲେ ମହିଳା ସଂଗଠନ, ଦେଲେ ଚେତାବନୀ

ଦାରିଙ୍ଗବାଡି, ୧୩।୨ (ଅରୁଣ ସାହୁ): ଦିନକୁ ଦିନ ଚୋରାମଦ କାରବାର ବୃଦ୍ଧି ପାଉଛି ।  ଅବାଧରେ ବିକ୍ରିବଟା ମଧ୍ୟ ଚାଲିଛି । ଏହି ବ୍ୟବସାୟ କରୁଥିବା ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri