କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଅନ୍ତେବାସୀଙ୍କ ସହ ରଜ ପାଳିଲେ ସରପଞ୍ଚ

ହାଟଡିହୀ,୧୪ା୬(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ସରପଞ୍ଚ ଅନସୂୟା ସେଠୀ ପଞ୍ଚାୟତ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିବା ୨୫ ଅନ୍ତେବାସୀଙ୍କ ସହ ସାମାଜିକ ଦୂରତା ରକ୍ଷା କରି ରଜ ପାଳନ କରିଛନ୍ତି। ଅନ୍ତେବାସୀଙ୍କୁ ସରପଞ୍ଚ ମିଠା, ପିଠା ଓ ରଜପାନ ଦେଇ ଆପ୍ୟାୟିତ କରିଥିଲେ। ଫଳରେ ଏକ ଭାବାବେଗମୟ ପରିବେଶ ସୃଷ୍ଟି ହୋଇଥିଲା। ସରପଞ୍ଚ ଏକଧାରାରେ ଅନ୍ତେବାସୀଙ୍କ ମଧ୍ୟରୁ କାହା ପାଇଁ ମା’ ସାଜିଥିବା ବେଳେ କାହା ପାଇଁ ଭଉଣୀ ଆଉ କାହା ପାଇଁ ଭାଉଜ ସାଜିଛନ୍ତି। କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ନିଜର ଘର ଏବଂ ଆମେ ସମସ୍ତେ ଗୋଟିଏ ପରିବାର ଭାବି ରଜ ପାଳନ କରିବା ପାଇଁ ସରପଞ୍ଚ ଅନ୍ତେବାସୀଙ୍କୁ କହିଥିଲେ। ରଜପର୍ବରେ ଯେପରି କେହି ଦୁଃଖ ଅନୁଭବ ନ କରିବେ ସେଥିପାଇଁ ସରପଞ୍ଚଙ୍କ ଏପରି ଉଦ୍ୟମକୁ ପ୍ରଶଂସା କରାଯାଇଛି। ପ୍ରତି ବ୍ୟକ୍ତି ରଜପର୍ବକୁ ନିଜ ଘରେ ପରିବାର ଲୋକଙ୍କ ସହ ପାଳନ କରିବାକୁ ବାର୍ତ୍ତା ଦେଇଥିଲେ। ଏହି ସମୟରେ ସାମାଜିକକର୍ମୀ କଳ୍ପତରୁ ସେଠୀ,କାମପାଳ ନାୟକ, ସଦାଶିବ ଚକ୍ର, ଆଶୁତୋଷ ପହୀ, ଜଗନ୍ନାଥ ନାୟକ, ବିଶ୍ୱନାଥ ସାହୁ, ଚନ୍ଦ୍ରମଣି ସାହୁ, ଆଶା ଓ ଅଙ୍ଗନଓ୍ବାଡ଼ି କର୍ମୀ ଉପସ୍ଥିତ ଥିଲେ। ଏଥିସହ ସରପଞ୍ଚ ହାଟଡିହୀ ଅଞ୍ଚଳର ଖବରଦାତାଙ୍କୁ କରୋନା ଯୋଦ୍ଧା ଭାବେ ସମ୍ବର୍ଦ୍ଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ…

ବସ୍‌ ଡ୍ରାଇଭରଙ୍କ ଘରୁ ମିଳିଲା ୨୦ କୋଟି ଟଙ୍କା, ୧୫ କେ.ଜି. ସୁନା: ପୋଲିସ ତାଜୁବ

କୋଲକାତା,୩୦।୭:ପୂର୍ବରୁ ସରକାରୀ ବସ୍‌ ଡ୍ରାଇଭର ଭାବେ କାମ କରୁଥିବା ପଶ୍ଚିମବଙ୍ଗ ବୀରଭୂମ ଜିଲାର ମିନାର ମଣ୍ଡଳଙ୍କ ଘରୁ ପୋଲିସ ୨୦ କୋଟି ନଗଦ ଟଙ୍କା ଏବଂ ୧୫…

ଭୁଶୁଡ଼ିଲା ପଥରଗଡ଼ ଡ୍ୟାମ୍‌ ହୁଡ଼ା: ୧ଶହ ଏକର ଚାଷ ଜମି ବାଲିଚର

ଲୋଇସିଂହା,୩0୦।୭(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ରେକର୍ଡ ପରିମାଣର ବର୍ଷା ହୋଇଛି। ବୁଧବାର ଦିନକ ଭିତରେ ୨୬୪ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ଜିଲାରେ ସର୍ବାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri