କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିବାକୁ ଅମଙ୍ଗ ହେଉଛନ୍ତି କରୋନା ସନ୍ଦିଗ୍ଧ

ରତ୍ନଗିରି,୪ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକରେ କଳାମାଟିଆ, ଉଦୟନାଥପୁର ଓ ବାଇଁଶିରିଆ ପଞ୍ଚାୟତରେ ୪ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ପଜିଟିଭ୍‌ ବ୍ୟକ୍ତିମାନଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ଚିହ୍ନଟ କରାଯାଇଥିଲା। ମାତ୍ର ସରକାରୀସ୍ତରରେ ରାଜ୍ୟ ତଥା ଜିଲା ବାହାରୁ ଆସିଥିବା ବ୍ୟକ୍ତିମାନଙ୍କୁ ଏହି ସବୁ ଅସ୍ଥାୟୀ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯିବାକୁ ସରକାର ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ରବିବାର କଳାମାଟିଆ ପଞ୍ଚାୟତର କ୍ରମିକ ଆକ୍ରାନ୍ତ ସଂଖ୍ୟା ୧୫୨ଙ୍କ ପ୍ରାଥମିକ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କ ଜିଲା ଡାକ୍ତରୀ ଦଳ ଦ୍ୱାରା ସ୍ଥାନୀୟ କାଶୀନାଥ ମହାବିଦ୍ୟାଳୟଠାରେ ସ୍ବାବ୍‌ ସଂଗ୍ରହ କରାଯାଇଥିଲା। ସ୍ବାବ୍‌ସଂଗ୍ରହ କରି ଡାକ୍ତରୀ ଟିମ୍‌ ଫେରିଯିବା ପରେ ସନ୍ଦିଗ୍ଧମାନେ ଦୀର୍ଘ ତିନି ଘଣ୍ଟା ଭୋକ ଉପାସରେ ଅପେକ୍ଷା କରି ନିଜ ନିଜ ଘରକୁ ଫେରିଯାଇଥିଲେ । ଉକ୍ତ ଘଟଣା ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ବରୀ ତହସିଲଦାର ସରୋଜକାନ୍ତ ନାୟକ ଓ ବରୀ ଥାନାଧିକାରୀ ମାର୍କଣ୍ଡ ଚନ୍ଦ୍ର ମିଶ୍ର କଳାମାଟିଆରେ ପହଞ୍ଚି ସେମାନଙ୍କୁ ବୁଝାସୁଝା କରି କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ରହିବାକୁ ପରାମର୍ଶ ଦେଇଥିଲେ। ଏ ବିଷୟରେ ଅଧିକ ସୂଚନା ପାଇଁ ବରୀ ଥାନାଧିକାରୀ ମାର୍କଣ୍ଡ ଚନ୍ଦ୍ର ମିଶ୍ରଙ୍କୁ ପଚାରିବାରୁ ପୋଲିସର କାର୍ଯ୍ୟ ହେଉଛି ଆଇନ ଶୃଙ୍ଖଳା ପରିସ୍ଥିତି ରକ୍ଷା କରିବା। ସେହିପରି କଳାମାଟିଆ ସରପଞ୍ଚଙ୍କୁ ପଚାରିବାରୁ ସେ କୁହନ୍ତି, ମତେ ବଦନାମ କରାଯାଉଛି । ସନ୍ଧ୍ୟାରେ ବରୀ ତହସିଲଦାର ଓ ଥାନାଧିକାରୀ ପହଞ୍ଚି ଲୋକଙ୍କୁ ବୁଝାସୁଝା କରି କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଆଣି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି...

ଗଞ୍ଜାମରେ ଆଖୁ ଚାଷ ନିରାଶାଜନକ

ବ୍ରହ୍ମପୁର,୫।୫(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାରେ ଆଖୁ ଚାଷ ଚଳିତବର୍ଷ ନିରାଶାଜନକ ହୋଇଛି। ୨୦୨୩-୨୪ରେ ଜିଲାରେ ୮୦୧ ହେକ୍ଟର ଆଖୁଚାଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ଥିବାବେଳେ ୬୮୦...

ଭଲ ଲୋକଙ୍କୁ ଭୋଟ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି, ୫।୫ (ଗିରିଧାରୀ ପରିଛା):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ଗଜପତି ଜିଲା ପାରଳାଖେମୁଣ୍ଡିଠାରେ ନିର୍ବାଚନ ପ୍ରଚାର କରିଛନ୍ତି।...

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି...

ଦୁର୍ଦ୍ଦିନରେ ଠିକା ଶ୍ରମିକ, କର୍ମଚାରୀ

ଯାଜପୁର,୫ା୫(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଜିନ୍ଦଲ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ (ଜେଏସ୍‌ଏଲ୍‌)ରେ ନିୟୋଜିତ ଏକ ଅଣଓଡ଼ିଆ ଠିକାସଂସ୍ଥା ଜିଏମ୍‌ ଏଣ୍ଟରପ୍ରାଇଜର୍ସ ୪୬ ଜଣ ଗରିବ ଶ୍ରମିକଙ୍କୁ...

କୁଶଢିପି ଗାଁରେ ପାଣି ପାଇଁ ହାହାକାର

ଓଡ଼ଗାଁ,୫ା୫(ଆଦର୍ଶ କୁମାର ପଟ୍ଟନାୟକ )ଚାରିଆଡ଼େ ଅସମ୍ଭାଳ ହେଲାଣି ପାନୀୟ ଜଳ ସମସ୍ୟା। କେଉଁଠି ପାଣି ପାଇଁ ଲୋକେ ବହୁ ପଥ ଚାଲି ଚାଲି ଯାଇ ପାନୀୟ...

ପୁରୀ ଲୋକ ସଭା ଆସନ ପାଇଁ ଜୟ ନାରାୟଣ ପଟ୍ଟନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଭୁବନେଶ୍ୱର,୪ା୫: କଂଗ୍ରେସ ଜୟ ନାରାୟଣ ପଟ୍ଟନାୟକଙ୍କୁ ପୁରୀ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି। ଏହାପୂର୍ବରୁ ପାର୍ଟି ପାଣ୍ଠି ନ ମିଳିବାରୁ ହେତୁ ସୁଚରିତା...

ଘରେ ରହି ମତଦାନ ସାବ୍ୟସ୍ତ କଲେ ୩୧ ଭୋଟର୍‌

ପଟ୍ଟାଙ୍ଗି,୪ା୫(ଶରତ ଧଳ)-ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ ଆଉ ଅଳ୍ପ କିଛି ଦିନ ବାକି ରହିଛି। ଏହା ପୂର୍ବରୁ ଯେଉଁ ଭୋଟର୍‌ମାନେ ମତଦାନ କେନ୍ଦ୍ରରେ ପହଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri