କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବିଶୃଙ୍ଖଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଜିଲାପାଳ

ଛତ୍ରପୁର,୪ା୫(ଡି.ଏନ୍‌.ଏ.) : ବାହାର ରାଜ୍ୟରୁ ବସ୍‌ ଓ ଟ୍ରେନ୍‌ରେ ଶତାଧିକ ପ୍ରବାସୀ ଓଡ଼ିଆ ଗଞ୍ଜାମ ଜିଲାକୁ ଫେରିବାରେ ଲାଗିଛନ୍ତି। ରବିବାର ଜିଲାର କେତେକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ସୁରଟ ଫେରନ୍ତାମାନେ ବିଶୃଙ୍ଖଳା କରିଛନ୍ତି। ଏପରିକି ଆଉ କେତେକ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରୁ ଚମ୍ପଟ ମାରିଥିବା ବେଳେ ଅନ୍ୟ କେତେକ ଖାଇବା ଫିଙ୍ଗିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଓ ପୋଲିସ ଡିଜି ପ୍ରତିକ୍ରିୟା ପ୍ରକାଶ କରି ବିଶୃଙ୍ଖଳାକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ। ଏହାପରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ଏହା ଉପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଜିଲାପାଳ ଟୁଇଟ୍‌ କରି କହିଛନ୍ତି ଯେ, ସମସ୍ତ ଫେରନ୍ତା ପ୍ରବାସୀ ଶୃଙ୍ଖଳା ରକ୍ଷା କରନ୍ତୁ। ଆମେ ସବୁ ସୁବିଧା ଦେବା ପାଇଁ କଠିନ ପରିଶ୍ରମ କରୁଛୁ । ଓଡ଼ିଆ ଲୋକେ ଆଇନକୁ ସମ୍ମାନ ଦେଇଥାନ୍ତି। ସରକାରଙ୍କ ନିୟମକୁ ମାନନ୍ତୁ। ଯଦି କେହି ଆଇନ ଉଲ୍ଲଂଘନ କଲେ ତେବେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେହିପରି ଗଞ୍ଜାମ ଏସ୍‌ପି ଟୁଇଟ୍‌ କରି କହିଛନ୍ତି, ଜିଲାକୁ ଫେରନ୍ତା ସରକାରଙ୍କ କୋଭିଡ-୧୯ ଗାଇଡ୍‌ଲାଇନ୍‌ ଅନୁଯାୟୀ କ୍ୱାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାକିସ୍ତାନରେ ମାତିଲେ ‘କକ୍ରୋଚ ପାର୍ଟି’, ଗୃହମନ୍ତ୍ରୀଙ୍କୁ ଘାରିଲା ବିଦ୍ରୋହର ଭୟ, କହିଲେ…

ଇସଲାମାବାଦ,୩୧।୭: ଭାରତରେ ହୋଇଥିବା CJP ପ୍ରତିବାଦ ପରେ ବର୍ତ୍ତମାନ ପାକିସ୍ତାନରେ ମଧ୍ୟ ‘କକ୍ରୋଚ ପାର୍ଟି’ ଗଠନ କରାଯାଇଛି। ଏହାକୁ ନିକଟରେ ଲଞ୍ଚ କରାଯାଇଛି। ଏହାର ଇନଷ୍ଟାଗ୍ରାମ ପେଜ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri