କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଘରକୁ ଗଲେ ୧୧୯ ଜଣ, ସମସ୍ତଙ୍କ ରିପୋର୍ଟ ନେଗେଟିଭ୍‌

ଶେରଗଡ଼,୨୦ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ଥିବା ଆଦର୍ଶ ବିଦ୍ୟାଳୟରେ ଗତ ୨୯ ଏପ୍ରିଲ୍‌ରୁ ସୁରଟରୁ ଆସିଥିବା ପ୍ରବାସୀମାନେ ରହିଥିଲେ। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଉପସ୍ଥିତିରେ ବୁଧବାର ଏହି ସମସ୍ତଙ୍କୁ ଘରକୁ ଛଡ଼ାଯାଇଛି। ସେମାନେ ନିଜ ଘରେ ୭ ଦିନ କ୍ୱାରାଣ୍ଟାଇନ୍‌ରେ ରହିବେ। ଏଥି ନିମନ୍ତେ ଶେରଗଡ଼ ଆଦର୍ଶ ବିଦ୍ୟାଳୟରେ ଜିଲାପାଳଙ୍କ ଉପସ୍ଥିତିରେ କୋଭିଡ୍‌ ହିରୋ ପ୍ରମାଣପତ୍ର ପ୍ରଦାନ କରାଯାଇଛି। ଗତ ୨୯ରେ ପ୍ରଥମ କରି ସୁରଟରୁ ଆସିଥିବା ମୋଟ୍‌ ୧୧୯ ପ୍ରବାସୀ ଓଡ଼ିଆଙ୍କୁ ଆଦର୍ଶ ବିଦ୍ୟାଳୟରେ ରଖାଯାଇଥିଲା। ସେମାନଙ୍କର ଆଜି ୨୧ ଦିନ ପୂରିଯିବା ପରେ ବିଡିଓ ସୁରଞ୍ଜନ କୁମାର ସାହୁ, ତହସିଲଦାର ଡ.ଦୟାସିନ୍ଧୁ ପରିଡ଼ାଙ୍କ ଉପସ୍ଥିତିରେ ଜିଲାପାଳ ଘରେ ରହିବା ସହ କ୍ୱାରାଣ୍ଟାଇନ୍‌ ନିୟମ କାନୁନ୍‌ ଉପରେ କହିଥିଲେ। ଉକ୍ତ ୧୧୯ ଜଣଙ୍କୁ ନିଜ ନିଜ ପଞ୍ଚାୟତର ସରପଞ୍ଚମାନଙ୍କ ଜିମାରେ ଛଡ଼ାଯାଇଛି। ସେମାନେ କ୍ୱାରାଣ୍ଟାଇନ୍‌ରେ ରହୁଛନ୍ତି ନା ନାହିଁ ତଦନ୍ତ କରିବାକୁ ପଞ୍ଚାୟତର ସରପଞ୍ଚମାନଙ୍କୁ କୁହାଯାଇଛି। ଜିଲାପାଳ ଆଦର୍ଶ ବିଦ୍ୟାଳୟର ସ୍ଥିତି ଅନୁଧ୍ୟାନ କରିବା ସହ କିଛି କ୍ୱାରାଣ୍ଟାଇନ୍‌ କେନ୍ଦ୍ର ପରିଦର୍ଶନ କରି ଫେରିଛନ୍ତି। ଏହି ସମୟରେ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକ,ସହକାରୀ ଯନ୍ତ୍ରୀ ମହୀନ୍ଦ୍ର କୁମାର ଷଡ଼ଙ୍ଗୀଙ୍କ ସମେତ ଆୟୁଷ ଚିକିତ୍ସକ ଡ.ମନ୍ମଥ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ସମସ୍ତଙ୍କୁ ଛାଡ଼ିବା ସମୟରେ କରୋନା ଟେଷ୍ଟ କରି ଛଡ଼ାଯାଇଛି। ୧୧୯ ଜଣଙ୍କ ନମୁନା ନେଗେଟିଭ୍‌ ଆସିଥିବା ପ୍ରଶାସନ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri