Posted inଜାତୀୟ

କ୍ୱିକ୍‌ ହିଲର ପରବର୍ତ୍ତୀ ପିଢି ସିକ୍ୟୁରିଟି ସଲ୍ୟୁଶନ

ପୁଣେ,୧୯-୫: କ୍ୱିକ୍‌ ହିଲ ଟେକ୍ନୋଲୋଜି ଲିମିଟେଡ ପକ୍ଷରୁ ପରବର୍ତ୍ତିି ପିଢିର ସାଇବର ସିକ୍ୟୁରିଟି ସଲ୍ୟୁଶନ ଲାଇଟର ସ୍ମାର୍ଟର ଫାଷ୍ଟର ସମ୍ପର୍କରେ ଘୋଷଣା କରାଯାଇଛି। ଏଗୁଡିକ ଲାପଟପ ଏବଂ ଡେକ୍ସଟପ ପାଇଁ ସହାୟକ ହୋଇ ପାରିବ। ଭବିଷ୍ୟତକୁ ସୁହାଇଲା ଭଳି ସିକ୍ୟୁରିଟି ସମାଧାନ ଯୋଗାଣ ଦିଗରେ କମ୍ପାନୀ କାର୍ଯ୍ୟ କରୁଛି। ସାଇବର ଆଟାକ ବର୍ତ୍ତମାନ ସମୟରେ ଏକ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଥିବା ବେଳେ ନୂଆ ପ୍ରଡକ୍ଟ ଏହାକୁ ପ୍ରତିରୋଧ କରିବା ଦିଗରେ ଯୋଗଦାନ ରଖି ପାରିବ ବୋଲି ଏହା ସୂଚନା ଦେଇଛି। ୨୦୧୮ରେ ୯୭୩ ନିୟୁତ ମାଲଓ୍ବେର ଆଟାକ ହୋଇଥିବା କମ୍ପାନୀ ଏହାର ଆନୁଆଲ ଥ୍ରେଟ୍‌ ରିପୋର୍ଟ-୨୦୧୯ରେ ପ୍ରକାଶ କରିଛି। ସେହିଭଳି ରାନସମଓ୍ବେର, କ୍ରିପ୍ଟୋ ମାଇନର୍‌ସ ଏବଂ ବ୍ୟାଙ୍କିଙ୍ଗ ଟ୍ରୋଜାନ୍ସ ଭଳି ଆଟାକ ବଢୁଥିବା ଦେଖା ଯାଉଛି। ଏପରି ସ୍ଥିତିରେ ସିଷ୍ଟମର ନିରାପତ୍ତା ଜରୁରୀ ହୋଇ ପଡିଛି। କ୍ୱିକ୍‌ ହିଲର ବିଭିନ୍ନ ପ୍ରଡକ୍ଟ ଅଫର ମଧ୍ୟରେ ଟୋଟାଲ ସିକ୍ୟୁରିଟି, ଇଣ୍ଟରନେଟ ସିକ୍ୟୁରିଟି, ଆଣ୍ଟି ଭାଇରସ ପ୍ରୋ ସାମିଲ ରହିଛି। ଗ୍ରାହକଙ୍କୁ ସର୍ବୋତ୍ତମ ଗୁଣବତ୍ତା ବିଶିଷ୍ଟ ସାଇବର ସିକ୍ୟୁରିଟି ସମାଧାନ ପ୍ରଦାନ ଦିଗରେ ନିରନ୍ତର ଉଦ୍ୟମ ଜାରି ରହିଥିବା କ୍ୱିକ୍‌ ହିଲର ଏମ୍‌ଡି ତଥା ସିଇଓ କୌଳାଶ କଟକାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?