ଖଇରା ମହାବିଦ୍ୟାଳୟର ସାମ୍ବତ୍ସରିକ ଉତ୍ସବ: ମନ ମୋହିଲା ନାଟକ ‘ଡଷ୍ଟବିନର ଝିଅ’

ଖଇରା, ୧୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲାର ପ୍ରମୁଖ କଲେଜ ଖଇରା କଲେଜର ସାମ୍ବତ୍ସରିକ ଉତ୍ସବ ସଭା ସାଙ୍ଗକୁ ନୃତ୍ୟଗୀତ ଓ ଯାତ୍ରା ପରିବେଷଣ ମଧ୍ୟରେ ଶେଷ ହୋଇ ଯାଇଛି ା ଖଇରା ମହାବିଦ୍ୟାଳୟ ଅଧ୍ୟକ୍ଷ ଡ ପ୍ରମୋଦ ଉପାଧ୍ୟାୟଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ପର୍ଯ୍ୟଟନ ସଂସ୍କୃତିମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ମୁଖ୍ୟଅତିଥି, ଓଡିଆ ଭାଷା ସାହିତ୍ୟ ଏବଂ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ବିଜୟ ନାୟକ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ। ବିଭିନ୍ନ ଦାର୍ଶନିକ ଓ ମହାପୁରୁଷମାନଙ୍କର ଉଦାହରଣ ଦେଇ ପିଲାମନଙ୍କ ମଧ୍ୟରେ ସହନଶୀଳତା, ଧୈର୍ଯ୍ୟ, ଶୃଙ୍ଖଳିତ ଆଚରଣ ସେମାନଙ୍କୁ ଶୀର୍ଷ ସ୍ଥାନକୁ ନେଇପାରିବ ବୋଲି କହିଥିଲେ। ଛାତ୍ରସଂସଦର ଉପଦେଷ୍ଟା ଅରୁଣ କୁମାର ପାଢୀ ସମ୍ମାନନୀୟ ଅତିଥି ଭାବେ ଯୋଗ ଦେଇଥିଲେ ା ପରେ ଓଡିଶା ସଂସ୍କୃତି ବିଭାଗ ପ୍ରଦତ୍ତ ସମ୍ବଲପୁରୀ ନୃତ୍ୟ ପରିବେଷଣ ପରେ ସାମ୍ପ୍ରତିକ ପରିସ୍ଥିତିରେ ନାରୀ ନିର୍ଯାତନା ଉପରେ ପର୍ଯ୍ୟବେଷିତ ଅଧ୍ୟାପକ ବନମାଳୀ ବାରିକଙ୍କ ନିର୍ଦ୍ଦେଶିତ ନାଟକ ‘ଡଷ୍ଟବିନର ଝିଅ’ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ପରିବେଷଣ କରାଯାଇଥିଲା। ଅଧ୍ୟାପକ ନିରଞ୍ଜନ ପଣ୍ଡା, ଅଧ୍ୟାପକ ଉମେଶ ଚନ୍ଦ୍ର ବାରିକ, ଲକ୍ଷ୍ମଣ ଶତପଥୀ, ଯୁଗଳ କିଶୋର ଗାହାଣ, ବନମାଳୀ ବାରିକ ତଥା ମୁଖ୍ୟ କିରାଣି ବିଭୂତି ଭୂଷଣ ନାୟକ, ଶଶିକାନ୍ତ ମହାପାତ୍ର କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ

ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?