ଖଇରାର ଗୌରବ ଅବିନାଶ

ଖଇରା, ୭।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସାରଡାଙ୍ଗ ପଞ୍ଚାୟତ ଅଧୀନ ଅଲିପୁର ଗ୍ରାମର ଅବିନାଶ ଦଳେଇ ଓଡିଶା ପ୍ରଶାସନିକ ସେବା(ଓଏଏସ)ରେ ୧୭୧ନମ୍ବର ସ୍ଥାନରେ ରହି ଖଇରା ପାଇଁ ଗୌରବ ଆଣିଦେଇଛନ୍ତି। ସୋମବାର ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ବାପା ଭଗବାନ ଦଳେଇ ଓ ମା ପ୍ରମିଳାଙ୍କ ବଡ ପୁଅ ଅବିନାଶ ଖଡଗପୁରରେ ଆଇଆଇଟି ଶେଷ କରିବା ପରେ ଗୁଜରାଟରେ ରିଲାଏନ୍ସ କମ୍ପାନୀରେ ୨୦୧୩ରେ ଯୋଗ ଦେଇଥିଲେ। ପରେ ଗେଟ୍‌ କ୍ୱାଲିଫାଏ କରି ବମ୍ବେର ବିପିସିଏଲ(ଭାରତ ପେଟ୍ରୋଲିୟମ କର୍ପୋରେଶନ)ରେ ଯୋଗଦାନ କରିବା ସହ ସେଠାରେ ଏବେ କାର୍ଯ୍ୟରତ। ଅଲିପୁର ପ୍ରାଥମିକ ବିଦ୍ୟାଳୟ, ଅଲିପୁର ଶ୍ୟାମରାଈ ସଂସ୍କୃତ ବିଦ୍ୟାଳୟ ଏବଂ ପରେ ମହମ୍ମଦପୁର ହାଇସ୍କୁଲରୁ ମାଟ୍ରିକ ପାସ୍‌ କରିବା ପରେ ସେ ଗୋଟିଏ ପରେ ଗୋଟିଏ ସଫଳତାର ପାହାଚ ଅତିକ୍ରମ କରି ଚାଲିଛନ୍ତି। ସେ କୁହନ୍ତି, ଏବେ ତାଙ୍କୁ କମ୍ପାନୀରେ ୧୨ଘଣ୍ଟା ପର୍ଯ୍ୟନ୍ତ ଡ୍ୟୁଟି କରିବାକୁ ପଡୁଛି। ତାହା ପୁଣି ରୋଟେଶନରେ। ଯେଉଁ ସପ୍ତାହରେ ନାଇଟ ଶିଫ୍ଟରେ କାର୍ଯ୍ୟ କରିବାକୁ ହୁଏ ତା’ପର ଦିନ ସକାଳେ ତାଙ୍କୁ ପଢିବା ପାଇଁ କିଛି ସମୟ ମିଳିଯାଏ। ପରୀକ୍ଷା ଦେବା ପାଇଁ ଭୁବନେଶ୍ୱର ଆସିବା ପାଇଁ କମ୍ପାନୀ ଛୁଟି ଦେବାକୁ ରାଜି ନ ହେବାରୁ ସେ ଓଏଏସ ପରୀକ୍ଷା ଦେବେ ନାହିଁ ବୋଲି ମନସ୍ଥ କରିଥିଲେ। ହେଲେ ତାଙ୍କର ଜଣେ ମଉସା ସନ୍ଦୀପ ପରିଡାଙ୍କ ନିର୍ଦ୍ଦେଶ ପରେ ସେ ପରୀକ୍ଷା ଦେବାକୁ ଆସିଥିଲେ। ଏହି ସଫଳତାର ଶ୍ରେୟ ସେ ତାଙ୍କ ମଉସା, ବିଦ୍ୟାଳୟର ଶିକ୍ଷୟିତ୍ରୀ, ଶିକ୍ଷକ ଓ ଅଲିପୁର ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ମା’ ପ୍ରମିଳାଙ୍କ ଆଶୀର୍ବାଦ ତାଙ୍କୁ ଏହି ସ୍ଥାନରେ ପହଞ୍ଚାଇଛି ବୋଲି କହିଛନ୍ତି। ଆଗକୁ ଭାରତୀୟ ପ୍ରଶାସନିକ ସେବା ପାଇଁ ମଧ୍ୟ ସେ ପ୍ରସ୍ତୁତ ହେଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri