ଖଟିଆରେ ବୁହାହେଲେ ଗର୍ଭବତୀ

ଦାରିଙ୍ଗବାଡ଼ି,୧୨ା୮(ଡି.ଏନ୍‌.ଏ.-ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ତାଜୁଙ୍ଗିଆ ପଞ୍ଚାୟତ ଅଞ୍ଚଳରେ ରବିବାର ଅପରାହ୍ନରେ ଜଣେ ଗର୍ଭବତୀଙ୍କୁ ଖଟିଆରେ ବୋହି ଡାକ୍ତରଖାନା ନିଆଯାଉଥିବା ବେଳେ ଜଙ୍ଗଲ ରାସ୍ତାରେ ସେ ପ୍ରସବ କରିଛନ୍ତି। ତାଜୁଙ୍ଗିଆ ପଞ୍ଚାୟତ ଦୁବୁରି ଗାଁକୁ ଗାଁକୁ ରାସ୍ତା ନାହିଁ । ବଣ ପାହାଡ଼ ଘେରା ଏହି ଗ୍ରାମବାସୀ ଚାଲିଚାଲି ଯିବାଆସିବା କରନ୍ତି। ଗ୍ରାମର ମିକନ୍ତି ମାଝି ଗର୍ଭ ଯନ୍ତ୍ରଣା ପାଇବାରୁ ପରିବାର ଲୋକେ ତାଙ୍କୁ ଖଟିଆରେ ପାହାଡ଼ ରାସ୍ତା ଦେଇ ସିକବାଡ଼ି ଗ୍ରାମକୁ ଆଣୁଥିଲେ। ସିକବାଡିରୁ ତାଙ୍କୁ ଗଦାପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥାନ୍ତା। ହେଲେ ବାଟରେ ମିକନ୍ତି ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଥିଲେ। ମା’ ସହ ନବଜାତକ ଗୁରୁତର ହେବାରୁ ତୁରନ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ସୁଧାମୟୀ ମହାଲିକ, ବବିତା ସିଂ ପ୍ରମୁଖ ଚିକିତ୍ସା କରିଥିଲେ। ଆଶା କର୍ମୀ ସସ୍ମିତା ବଳିଆର ସିଂ ସହଯୋଗ କରିଥିଲେ ା ପରେ ମିକନ୍ତିଙ୍କୁ ତାଙ୍କ ଗ୍ରାମକୁ ଫେରେଇ ନିଆଯାଇଛି ା ମହିଳା ସ୍ବାସ୍ଥ୍ୟକର୍ମୀ ଏବଂ ଅନ୍ୟମାନେ ନ ଥିଲେ ମିକନ୍ତିଙ୍କ ଅବସ୍ଥା ଶୋଚନୀୟ ହୋଇପଡ଼ିଥାନ୍ତା ବୋଲି ୧୧ ନଂ ଜୋନର ଜିଲାପରିଷଦ ସଭ୍ୟା ଦିପିକା ମାଝୀ କହିଛନ୍ତି। ସବୁଦିନିଆ ରାସ୍ତା ନ ଥିବାରୁ କୌଣସି ଅଟୋ କିମ୍ବା ଆମ୍ବୁଲାନ୍ସ ଗାଁରେ ପହଞ୍ଚି ପାରୁନି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri