ଖଡିଆଳ ସ୍ବୟଂ ଶାସିତ ମହାବିଦ୍ୟାଳୟ ବିଭିନ୍ନ ସମସ୍ୟା ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ଖଡିଆଳ,୨୨।୮(ଡି.ଏନ.ଏ.)  ନୂଆପଡା ଜିଲା ଖଡିଆଳ ସ୍ବୟଂ ଶାସିତ ମହାବିଦ୍ୟାଳୟରେ ବୁଧବାର ଛାତ୍ର ଅଶାନ୍ତି ଦେଖାଦେଇଥିଲା । କଲେଜର ବିଭିନ୍ନ ସମସ୍ୟାକୁ ନେଇ ଛାତ୍ରୀଛାତ୍ରମାନେ ଶ୍ରେଣୀ ବର୍ଜନ କରିବା ସହିତ କଲେଜର ମୁଖ୍ୟ ଫାଟକଠାରେ ଧାରଣା ଦେଇ ବିକ୍ଷୋଭ କରିଥିଲେ । ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି ଯେ, କଲେଜର ଲାଇବ୍ରେରୀରେ ଆବଶ୍ୟକ ପୁସ୍ତକ ନ ଥିବା ବେଳେ କଲେଜର ଶ୍ରେଣୀ ଗୃହ ଛାତରୁ ପାଣି ଗଳୁଛି । ସେହିଭଳି ହଷ୍ଟେଲ ଓ ଶ୍ରେଣୀ ଗୃହର ଶୌଚାଳୟ ଠିକ ନ ଥିବାରୁ ଛାତ୍ରୀଛାତ୍ରମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି । ଏଥିସହ କଲେଜରେ ସାଇକେଲ ଷ୍ଟାଣ୍ଡ ନ ଥିବାରୁ ଛାତ୍ରୀଛାତ୍ରମାନେ ଅସୁବିଧା ଭୋଗୁଛନ୍ତି । ଏ ନେଇ ଛାତ୍ରୀଛାତ୍ରମାନେ କଲେଜ ଅଧ୍ୟକ୍ଷ ହରେନ୍ଦ୍ର ପଣ୍ଡାଙ୍କ ନିକଟରେ ବାରମ୍ବାର ଦାବି କରି ଆସୁଥିଲେ ସୁଦ୍ଧା କୌଣସି ପ୍ରତିକାର ବ୍ୟବସ୍ଥା ଗ୍ରହଣ କରାଯାଇ ନାହିଁ । ଯାହାକୁ ନେଇ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଥିଲା । ଏହାର ପ୍ରତିବାଦରେ ବୁଧବାର ପୂର୍ବାହ୍ନ ୧୦ଟାରୁ ଛାତ୍ରୀଛାତ୍ରୀମାନେ କଲେଜ ଶ୍ରେଣୀ ବର୍ଜନ କରିବା ସହ କଲେଜର ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା ଦେଇଥିଲେ। ଦାବି ପୂରଣ ନ ହେବା ଯାଏଁ ଛାତ୍ରୀଛାତ୍ରମାନେ ଆନ୍ଦୋଳନରୁ ହଟିବେ ନାହିଁ ବୋଲି ଜିଦ ଧରିଥିଲେ। କଲେଜ ଅଧ୍ୟକ୍ଷ ହରେନ୍ଦ୍ର ପଣ୍ଡା ପୋଲିସ ଉପସ୍ଥିତିରେ ଘଟଣାସ୍ଥଳକୁ ଆସି ଆନ୍ଦୋଳନକାରୀ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିଥିଲେ । ପରେ ଆଗାମୀ ସେପ୍ଟେମ୍ବର ଶେଷ ସୁଦ୍ଧା ସମସ୍ତ ଦାବି ପୂରଣ କରିବାକୁ ନିର୍ଭର ଯୋଗ୍ୟ ପ୍ରତିଶ୍ରୁତି ଦେବା ପରେ ଛାତ୍ରୀଛାତ୍ରମାନେ ଆନ୍ଦୋଳନରୁ ଓହରି ଯାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ାଜଳା ପରେ ଏମ୍‌ଭି-୨୬ ଗାଁ ଛାଡୁଛନ୍ତି ଲୋକେ

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

ଧାନ କିଣାବିକାରେ ଅଚଳାବସ୍ଥା: ଧାନବସ୍ତା ସହିତ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅତାବିରା/ଗୋଡ଼ଭଗା,୯।୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ)- ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ୧୨ଦିନରେ ପହଞ୍ଚିଛି। ହେଲେ...

ଶୋଇଥିଲେ ଘର ଲୋକ, ଫାଟିଲା ସିଲିଣ୍ଡର: ଆଉ ତା’ପରେ ଘଟିଲା…

ଦେବଗଡ,୯।୧୨(ଶଶାଙ୍କ ଶେଖର ଝାଙ୍କର)ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ସଦର ରେ ଗ୍ୟାସ ସିଲିଣ୍ଡର ଫାଟି ବ୍ୟାପକ କ୍ଷୟକ୍ଷତି, ଅଳ୍ପକେ ବର୍ତ୍ତିଲେ ପରିବାର। ଦେବଗଡ ଜିଲା ବାରକୋଟ...

ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ...

ଟ୍ରେନ ଧକ୍କାରେ ମୁଣ୍ଡ ଗଣ୍ଡି ଅଲଗା, ରେଲୱେ ଟ୍ରାକରେ ପଡିଛି ମୃତଦେହ

ବଲାଙ୍ଗୀର,୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ରେଲୱେ ଷ୍ଟେଶନ ନିକଟ ମହୁଲବାହାଲି ଗାଁ ନିକଟ ଟ୍ରାକରେ ପଡିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ। ଟ୍ରେନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri