ଖଡିଆଳ ସ୍ବୟଂ ଶାସିତ ମହାବିଦ୍ୟାଳୟ ବିଭିନ୍ନ ସମସ୍ୟା ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ଖଡିଆଳ,୨୨।୮(ଡି.ଏନ.ଏ.)  ନୂଆପଡା ଜିଲା ଖଡିଆଳ ସ୍ବୟଂ ଶାସିତ ମହାବିଦ୍ୟାଳୟରେ ବୁଧବାର ଛାତ୍ର ଅଶାନ୍ତି ଦେଖାଦେଇଥିଲା । କଲେଜର ବିଭିନ୍ନ ସମସ୍ୟାକୁ ନେଇ ଛାତ୍ରୀଛାତ୍ରମାନେ ଶ୍ରେଣୀ ବର୍ଜନ କରିବା ସହିତ କଲେଜର ମୁଖ୍ୟ ଫାଟକଠାରେ ଧାରଣା ଦେଇ ବିକ୍ଷୋଭ କରିଥିଲେ । ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି ଯେ, କଲେଜର ଲାଇବ୍ରେରୀରେ ଆବଶ୍ୟକ ପୁସ୍ତକ ନ ଥିବା ବେଳେ କଲେଜର ଶ୍ରେଣୀ ଗୃହ ଛାତରୁ ପାଣି ଗଳୁଛି । ସେହିଭଳି ହଷ୍ଟେଲ ଓ ଶ୍ରେଣୀ ଗୃହର ଶୌଚାଳୟ ଠିକ ନ ଥିବାରୁ ଛାତ୍ରୀଛାତ୍ରମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି । ଏଥିସହ କଲେଜରେ ସାଇକେଲ ଷ୍ଟାଣ୍ଡ ନ ଥିବାରୁ ଛାତ୍ରୀଛାତ୍ରମାନେ ଅସୁବିଧା ଭୋଗୁଛନ୍ତି । ଏ ନେଇ ଛାତ୍ରୀଛାତ୍ରମାନେ କଲେଜ ଅଧ୍ୟକ୍ଷ ହରେନ୍ଦ୍ର ପଣ୍ଡାଙ୍କ ନିକଟରେ ବାରମ୍ବାର ଦାବି କରି ଆସୁଥିଲେ ସୁଦ୍ଧା କୌଣସି ପ୍ରତିକାର ବ୍ୟବସ୍ଥା ଗ୍ରହଣ କରାଯାଇ ନାହିଁ । ଯାହାକୁ ନେଇ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଥିଲା । ଏହାର ପ୍ରତିବାଦରେ ବୁଧବାର ପୂର୍ବାହ୍ନ ୧୦ଟାରୁ ଛାତ୍ରୀଛାତ୍ରୀମାନେ କଲେଜ ଶ୍ରେଣୀ ବର୍ଜନ କରିବା ସହ କଲେଜର ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା ଦେଇଥିଲେ। ଦାବି ପୂରଣ ନ ହେବା ଯାଏଁ ଛାତ୍ରୀଛାତ୍ରମାନେ ଆନ୍ଦୋଳନରୁ ହଟିବେ ନାହିଁ ବୋଲି ଜିଦ ଧରିଥିଲେ। କଲେଜ ଅଧ୍ୟକ୍ଷ ହରେନ୍ଦ୍ର ପଣ୍ଡା ପୋଲିସ ଉପସ୍ଥିତିରେ ଘଟଣାସ୍ଥଳକୁ ଆସି ଆନ୍ଦୋଳନକାରୀ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିଥିଲେ । ପରେ ଆଗାମୀ ସେପ୍ଟେମ୍ବର ଶେଷ ସୁଦ୍ଧା ସମସ୍ତ ଦାବି ପୂରଣ କରିବାକୁ ନିର୍ଭର ଯୋଗ୍ୟ ପ୍ରତିଶ୍ରୁତି ଦେବା ପରେ ଛାତ୍ରୀଛାତ୍ରମାନେ ଆନ୍ଦୋଳନରୁ ଓହରି ଯାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri