Posted inରାଜ୍ୟ

ଖଣି ଅଞ୍ଚଳରେ ବଢୁଛି ଟ୍ରାଫିକ୍‌ ସମସ୍ୟା

କାଳିଆପାଣି,୨୬|୬(ଡି.ଏନ୍‌.ଏ.)- ସୁକିନ୍ଦା ବ୍ଲକ ଖଣି ଅଞ୍ଚଳରେ ଦୈନନ୍ଦିନ ଟ୍ରାଫିକ୍‌ ସମସ୍ୟା ବଢିବାରେ ଲାଗିଛି। ଖଣିକୁ କ୍ରୋମାଇଟ ଲୋଡିଂ ପାଇଁ ଆସୁଥିବା ଟ୍ରକ୍‌ଗୁଡିକ ଉପରେ ପ୍ରଶାସନ ପକ୍ଷରୁ ଆଖି ଦୃଶିଆ ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ଏପରି ହେଉଥିବା ଅଭିଯୋଗ ହୋଇଛି। ଖଣି ଅଞ୍ଚଳରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବ୍ୟବସ୍ଥା ୬ ଚକିଆ ଟ୍ରକ୍‌ କ୍ଷେତ୍ରରେ ପ୍ରଶାସନ ପକ୍ଷରୁ କଡାକଡିଭାବେ ପାଳନ କରାଯାଉଛି। କିନ୍ତୁ ୧୦,୧୨ ଓ ୧୪ ଚକିଆ ଟ୍ରକ୍‌ କ୍ଷେତ୍ରରେ ଏହା ଲାଗୁ କରାଯାଇ ପାରି ନାହଁି। ଅପରପକ୍ଷେ ବିଭିନ୍ନ ଖଣି ପାଇଁ ହୋଇଥିବା ପାର୍କିଂ ୟାର୍ଡରେ ଛଅ ଚକିଆ ଟ୍ରକ୍‌ଗଡିକ ରହୁଥିବାବେଳେ ଅନ୍ୟ ଟ୍ରକ୍‌ଗୁଡ଼ିକ ଟମକା- ମଙ୍ଗଳପୁର ରାସ୍ତା ଉପରେ ପାର୍କିଂ କରାଯାଉଛି। ବିଶେଷକରି ଖଣି ନିଗମ ଦ୍ୱାରା ନିର୍ମିତ କୋଳିପଶୀ ପାର୍କିଂୟାର୍ଡରୁ ଲୋଡିଂ ନିମନ୍ତେ ଖଣିକୁ ଆସୁଥିବା ଟ୍ରକ୍‌ଗୁଡିକ ଏକା ସମୟରେ ସିରିୟଲରେ ଛାଡାଯାଉଛି। ଏହି ସମୟରେ ରାସ୍ତାର ଦୁଇ ପାର୍ଶ୍ୱରେ ଟ୍ରକଗୁଡିକ ରହୁଥିବାରୁ ଘଣ୍ଟାଘଣ୍ଟା ଧରି ଟ୍ରାଫିକ୍‌ ସମସ୍ୟା ଦେଖାଦେଉଛି। ସେହିପରି ଓଏମ୍‌ସି ଟାଉନସିପ୍‌ ନିକଟରେ ରହିଥିବା ଟିସ୍କୋ ରାସ୍ତାରେ ମଧ୍ୟ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଖଣି ନିଗମ ପରିବହନ ଓ ଖଣି କାର୍ଯ୍ୟକୁ ସୁଚାରୁ ରୂପେ ପରିଚାଳନା କରିବା ନିମନ୍ତେ ରାଜ୍ୟ ଗୃହ ବିଭାଗର ଓଆଇଏସ୍‌ଏଫ (ଓଡିଶା ଇଣ୍ଡସଷ୍ଟ୍ରିୟାଲ ସିକ୍ୟୁରିଟି ଫୋର୍ସ ) ନିଯୁକ୍ତି କରାଯାଇଛି। ହେଲେ ଖଣି ଅଞ୍ଚଳରେ ନିଗମ ଦ୍ୱାରା ଉପୁଜିଥିବା ସମସ୍ୟାଗୁଡିକର ସମାଧାନ କରିବା ଦିଗରେ ସଂସ୍ଥା ସମ୍ପୂର୍ଣ୍ଣ ବିଫଳ ହୋଇଥିବା ଅଭିଯୋଗ ହୋଇଛି। ଗୁରୁତର ଟ୍ରାଫିକ ସମସ୍ୟା ଦ୍ୱାରା ସ୍କୁଲ ଛାତଛାତ୍ରୀ, ରୋଗୀଙ୍କ ଠାରୁ ଆରମ୍ଭକରି ସାଧାରଣ ଯାତ୍ରୀ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହୋଇଛି। ତୁରନ୍ତ ସ୍ଥାନୀୟ ପ୍ରଶାସନ ଏହା ଉପରେ ପଦକ୍ଷେପ ନ ନେଲେ ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବାକୁ ଯୁବନେତା ବୁଲୁ ମହାନ୍ତି, ଦିଲୀପ ମହାନ୍ତି, ଦିଲୀପ ପାତ୍ର ପ୍ରମୁଖ ଚେତାବନୀ ଦେଇଛନ୍ତି। ଏ ନେଇ କାଳିଆପାଣି ଥାନା ଅଧିକାରୀ ରମାକାନ୍ତ ମୁଦୁଲୀଙ୍କୁ ଯୋଗାଯୋଗ କରିଥିଲେ ମଧ୍ୟ ଏ ବାବଦରେ ସେ କୌଣସି ପ୍ରତିକ୍ରିୟା ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri