ଖଣି କମ୍ପାନୀ ସମ୍ମୁଖରେ ଧାରଣାରତ ଲୋକଙ୍କୁ ଆକ୍ରମଣ ଉତ୍ତେଜନା, ଥାନାରେ ଏତଲା

ଯୋଡ଼ା, ୬।୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ତଥା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡି ଖଣିରେ ଗୁରୁବାର ଧାରଣାରତ ଲୋକଙ୍କୁ କେତେଜଣ ବ୍ୟକ୍ତି ଆକ୍ରମଣ କରିଛନ୍ତି ା ଏଥି ସହିତ ସେମାନେ ଧାରଣା ସ୍ଥଳରେ ଲାଗିଥିବା ଟେଣ୍ଟକୁ ଭଙ୍ଗାରୁଜା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି ା
ଥାନାରେ ହୋଇଥିବା ଅଭିଯୋଗ ଅନୁଯାୟୀ, ମାରାଙ୍ଗବୁରୁ ଡେଭଲପମେଣ୍ଟ କମିଟି ପକ୍ଷରୁ ପରିବହନ କାର୍ଯ୍ୟ ପ୍ରଦାନ ଦାବି କରି ଲିଖିତ ଭାବେ କମ୍ପାନୀ କର୍ତ୍ତୃପକ୍ଷ ଓ ପୋଲିସ ପ୍ରଶାସନକୁ ଅବଗତ କରାଯାଇ ବୁଧବାର କମ୍ପାନୀର ଫାଟକ ସମ୍ମୁଖରେ ଧାରଣା ଦିଆଯାଇଥିଲା। ହେଲେ ଧାରଣାକାରୀଙ୍କୁ ଘଉଡାଇବା ପାଇଁ ନିକଟବର୍ତ୍ତୀ ଗ୍ରାମର ଅନ୍ୟ ଏକ ଗୋଷ୍ଠୀର ମହିଳା ପୁରୁଷମାନେ ଠେଙ୍ଗାବାଡି ଧରି ଆସିବାରୁ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ବୁଧବାର ରାତି ପ୍ରାୟ ୮ଟାରେ ବଡବିଲ ତହସିଲଦାର କ୍ଷୀରୋଦ କୁମାର ବେହେରା, ଯୋଡା ଥାନା ଆଇଆଇସି ରାଇସେନ ମୁର୍ମୁ, ବାମେବାରୀ ଥାନା ଓଆଇସି ପରେଶ କୁମାର ମହାନ୍ତି ପ୍ରମୁଖ ମାରାଙ୍ଗବୁରୁ ଡେଭେଲପମେଣ୍ଟ କମିଟିର ନେତୃତ୍ୱ ନେଉଥିବା ସଞ୍ଜୟ ବାରିକ ଓ କେତେଜଣ ସଦସ୍ୟଙ୍କ ସହିତ ଆଲୋଚନା କରିଥିଲେ। ଶେଷରେ ଆନ୍ଦୋଳନକାରୀଙ୍କୁ ଶାନ୍ତିପୂର୍ଣ୍ଣ ଭାବେ ଧାରଣାରେ ବସିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା ା ଏହି ନିର୍ଦ୍ଦେଶ ଅନୁଯାୟୀ ମାରାଙ୍ଗବୁରୁ ଡେଭେଲପମେଣ୍ଟ କମିଟି ପକ୍ଷରୁ ଖଣିର ମୁଖ୍ୟ ଫାଟକ ସମ୍ମୁଖରେ ଧାରଣାରେ ବସିବା ପାଇଁ ଗୁରୁବାର ସକାଳେ ଏକ ଟେଣ୍ଟ ବନ୍ଧା ଯାଉଥିବା ବେଳେ ନିକଟବର୍ତ୍ତୀ ଗ୍ରାମର ଅନ୍ୟ ଗୋଷ୍ଠୀର ଶତାଧିକ ମହିଳା ପୁରୁଷ ଆସି କେତେଜଣ ଧାରଣାକାରୀଙ୍କୁ ଆକ୍ରମଣ କରି ଘଉଡାଇ ଦେଇଥିଲେ ା ସେମାନେ ଟେଣ୍ଟକୁ ଭଙ୍ଗାରୁଜା କରି ମୁଖ୍ୟ ଫାଟକ ସମ୍ମୁଖରେ ଜଗି ରହିଥିଲେ। ଅପରାହ୍ନରେ ଜଣେ ଖବରଦାତା ଭିଡିଓ ରେକଡିଂ କରୁଥିବା ବେଳେ ସେଠାରେ ଉପସ୍ଥିତ ଥିବା କେତେକ ଖଣି କମ୍ପାନୀ ସମର୍ଥକ ତାଙ୍କୁ ମାରପିଟ୍‌ କରିବା ସହ ତାଙ୍କ ମୋବାଇଲ୍‌ ଛଡାଇ ନେଇଥିଲେ। ପୋଲିସ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲା ା ଶେଷରେ ପୋଲିସ ସେହି ଲୋକଙ୍କୁ ସେଠାରୁ ହଟାଇ ଦେଇଥିଲା ା ଘଟଣାସ୍ଥଳରେ ବଡବିଲ୍‌ ଏସ୍‌ଡିପିଓ ସତ୍ୟ ବିକାଶ ଭୂୟାଁ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲେ। ଏନେଇ ଧରିତ୍ରୀରେ ତା ୫ା୧୨ା୨୦୧୯ ରିଖରେ ‘ଖଣିରେ ନିଯୁକ୍ତି ଓ ପରିବହନ ବିବାଦ, ଦୁଇ ଗୋଷ୍ଠୀ ମୁହଁମୁହିଁ, ଉତ୍ତେଜନା’ ଶୀର୍ଷକରେ ଏକ ଖବର ପ୍ରକାଶିତ ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

ଗୋଠଛଡ଼ା ଦନ୍ତାର ଉପଦ୍ରବ, ଦୁଇ ଘର ଭାଙ୍ଗି…..

କେନ୍ଦୁଝର,୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ କଟୁପଶି ଗ୍ରାମରେ ଗୋଠଛଡା ଦନ୍ତାର ଉପଦ୍ରବ । ଗୋଠଛଡା ଦନ୍ତା ଆକ୍ରମଣରେ ଦୁଇ ଜଣଙ୍କ ଘର ଭାଙ୍ଗିଛି ।…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri