ଖଣି ଶ୍ରମିକଙ୍କ ବିକ୍ଷୋଭ

ରାଇରଙ୍ଗପୁର,୨୮ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାଦାମପାହାଡ଼ସ୍ଥିତ ଲାଲ ଟ୍ରେର୍ଡ୍‌ସ ଲୁହାଖଣି କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ବକେୟା ଅର୍ଥ ଏବଂ ଦରମା ପ୍ରଦାନ ସମେତ ବିଭିନ୍ନ ଦାବି ନେଇ ଖଣି ଶ୍ରମିକମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବାମନଘାଟି ମାଇନ୍ସ ଓ୍ବାର୍କର୍ସ ସଂଗଠନର ସାଧାରଣ ସମ୍ପାଦକ ତଥା ପ୍ରାକ୍ତନ ବିଧାୟକ ଶମ୍ବୁନାଥ ନାଏକଙ୍କ ନେତୃତ୍ୱରେ ସଂଗଠନର ବିଭିନ୍ନ କର୍ମକର୍ତ୍ତାଙ୍କ ସମେତ ପ୍ରାୟ ୨ ଶହରୁ ଊର୍ଦ୍ଧ୍ୱ ମହିଳାପୁରୁଷ ଶ୍ରମିକ ବିକ୍ଷୋଭରେ ସାମିଲ୍‌ ହୋଇଥିଲେ।
ଆଗାମୀ ୨୦୨୦ ମାର୍ଚ୍ଚ ୩୧ ତାରିଖରେ ବାଦାମପାହାଡ଼ସ୍ଥିତ ଲାଲ ଟ୍ରେର୍ଡ୍‌ସ ଖଣି ଖାଦାନ ଲିଜ୍‌ର ମିଆଦ ସରି ଆସୁଛି। ଉକ୍ତ ଲୁହା ଖଣି ଖାଦାନରେ କାର୍ଯ୍ୟରତ ଶ୍ରମିକମାନଙ୍କର ଦରମା, ବକେୟା ଅର୍ଥ, ଗ୍ରାଚ୍ୟୁଟି ଏବଂ ବୋନସ ସହ ଶ୍ରମିକଙ୍କ ପ୍ରୋଭିଡେଣ୍ଡ ଫଣ୍ଡ ଏବଂ ପେନ୍‌ସନ୍‌ ଆଦି ବିଭିନ୍ନ ଦାବି ସମ୍ପର୍କରେ ବିକ୍ଷୋଭକାରୀ ଶ୍ରମିକମାନେ ଜଣାଇଛନ୍ତି। ଏନେଇ ଖଣି କାର୍ଯ୍ୟାଳୟ ମ୍ୟାନେଜରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମାଡ଼ି ଚାଲିଛି ଶିମିଳିପାଳ ନିଆଁ

ବାରିପଦା,୩ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ପାରଦ ସୀମା ଲଂଘୁଥିବା ବେଳେ ଅଣାୟତ୍ତ ହୋଇପଡ଼ିଛି ଶିମିଳିପାଳ ନିଆଁ। ପ୍ରତିଦିନ ଶିମିଳିପାଳ ଅଭୟାରଣ୍ୟର ଉତ୍ତର ଓ ଦକ୍ଷିଣ...

ବିଜେଡିରୁ ସବୁ ସମ୍ପର୍କ ଛିନ୍ନ କଲେ ପୂର୍ବତନ ବିଧାୟକ

ଠାକୁରମୁଣ୍ଡା,୩୦।୪(ତାରାକାନ୍ତ ପଟ୍ଟନାୟକ): ମୟୁରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଟିକେଟ ଆଶାୟୀ ଥିବା ପୂର୍ବତନ ବିଧାୟକ ବିଜୟ କୁମାର ନାଏକ ବିଜେଡିରୁ ଇସ୍ତଫା ଦେବା...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri