ଖଣି ଶ୍ରମିକଙ୍କ ମିଶ୍ରଣ ପର୍ବ

କାଳିଆପାଣି,୧୯ା୧୦(ଡି.ଏନ୍‌.ଏ.): ଯାଜଯୁର ଜିଲା ସୁକିନ୍ଦା ବ୍ଲକ କଣସ ପଞ୍ଚାୟତ ତୈଳଙ୍ଗୀ ଗ୍ରାମରେ ଶୁକ୍ରବାର ଖଣି ଶ୍ରମିକଙ୍କ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ସୁକିନ୍ଦା ରିଜିୟନ କ୍ରୋମାଇଟ୍‌ ମଜଦୁର ସଂଘ (ଏସ୍‌ଆରସିକେଏମ୍‌ଏସ୍‌ର)ତୈଳଙ୍ଗୀ ଶାଖା ପକ୍ଷରୁ ମିଶ୍ରଣ ପର୍ବ ଆୟୋଜିତ ହୋଇଥିଲା। ଏଥିରେ ସଂଘର ସାଧାରଣ ସମ୍ପାଦକ ନାରାୟଣ ଚନ୍ଦ୍ର ଧୀରଙ୍କ ନେତୃତ୍ୱରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇଙ୍କ ଦ୍ୱାରା ପରିଚାଳିତ ସୁକିନ୍ଦା ରିଜିୟନ କ୍ରୋମାଇଟ ଖାଦାନ ମଜଦୁର ସଂଘ ସହିତ ଶତାଧିକ ଆଇଡିସି ଲୋଡିଂ ଶ୍ରମିକ ସାମିଲ ହୋଇଥିବା ଜଣାପଡିଛି। ଏହି ଅବସରରେ ଲୋଡିଂ ଶ୍ରମିକମାନଙ୍କର ସମସ୍ତ ସୁବିଧା ଅସୁବିଧା ସମ୍ପର୍କରେ ଆଲୋଚନା କରାଯିବା ସହ ବନ୍ଦ ଖଣିକୁ ତୁରନ୍ତ ଖୋଲିବା ପାଇଁ ସରକାରୀସ୍ତରରେ ଉଦ୍ୟମ ଜାରି ରହିଥିବାବେଳେ ଖୁବ୍‌ଶୀଘ୍ର ଖଣି ଖୋଲାଯିବାର ପ୍ରଚେଷ୍ଟା ଚାଲିଛି ବୋଲି ସାଧାରଣ ସମ୍ପାଦକ ଧୀର କହିଥିଲେ। ତୈଳଙ୍ଗୀ ଖଣିର ଲୋଡିଂ ଶ୍ରମିକମାନଙ୍କୁ ଖଣି ଉତ୍ତୋଳନ କାର୍ଯ୍ୟ ଆରମ୍ଭ ହେଲେ ନିୟମିତ କାର୍ଯ୍ୟ ଯୋଗାଇଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ମିଶ୍ରର ପର୍ବରେ ଜିଲା ବିଜେଡି ଉପସଭାପତି ପବିତ୍ର ମୋହନ ମହାପାତ୍ର, ଯୁବ ଜନତା ଉପସଭାପତି ନରୋତ୍ତମ ବେହେରା, ଯୁଗ୍ମ ସମ୍ପାଦକ ଭରତ ଚନ୍ଦ୍ର ମହାନ୍ତ, ପରିବହନ ଠିକାଦାର ଅମଳେନ୍ଦୁ ବେହୁରା, ସରପଞ୍ଚ ଦ୍ୱାରିକାନାଥ ଦାସ, ପଞ୍ଚାନନ ଜେନା, ସୁରେଶ ମହାନ୍ତ ପ୍ରମୁଖ ଅତିଥିଭାବେ ଯୋଗଦେଇଥିଲେ। ଲୋଡିଂ ଶ୍ରମିକମାନଙ୍କ ପକ୍ଷରୁ ନାରାୟଣ ଜେନା, ପ୍ରଫୁଲ୍ଲ ମହାନ୍ତ, ବୈକୁଷ୍ଠ ପାତ୍ର, ଚିତ୍ତ ଦେହୁରୀ ପ୍ରମୁଖ ଶ୍ରମିକଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri