Posted inଜାତୀୟ

ଖଣ୍ଡାଧାରରେ ସ୍ବାସ୍ଥ୍ୟସେବା: ୫୪ ପ୍ରତିଶତ କର୍ମଚାରୀଙ୍କର ନାହିଁ ଆବଶ୍ୟକ ଶିକ୍ଷାଗତ ଯୋଗ୍ୟତା

ନୂଆଦିଲ୍ଲୀ, ୩୦।୫: ଦେଶରେ ସ୍ବାସ୍ଥ୍ୟସେବା ଖଣ୍ଡାଧାରରେ ଚାଲିଛି। ଏହି କ୍ଷେତ୍ରରେ କାର୍ଯ୍ୟ କରୁଥିବା ଡାକ୍ତର, ନର୍ସ, ମିଡ୍‌ଓ୍ବାଇଫ୍‌ ଏବଂ ପାରାମେଡିକାଲ କର୍ମଚାରୀଙ୍କର ଆବଶ୍ୟକ ଶିକ୍ଷାଗତ ଯୋଗ୍ୟତା ନାହିଁ। ଏହା ଦ୍ୱାରା ରୋଗୀଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ମିଳିପାରୁ ନ ଥିବା ବ୍ରିଟିଶ୍‌ ମେଡିକାଲ ଜର୍ଣ୍ଣାଲ୍‌(ବିଏମ୍‌ଜେ)ର ଏକ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ଆବଶ୍ୟକ ଯୋଗ୍ୟତା ଥିବା ୨୦ ପ୍ରତିଶତ ଡାକ୍ତର ଦେଶର ସ୍ବାସ୍ଥ୍ୟ ସେବାରେ କାମ କରୁ ନ ଥିବା ଏଥିରେ ଉଲ୍ଲେଖ ରହିଛି। ଜାତୀୟ ନମୂନା ସର୍ବେକ୍ଷଣ ସଂସ୍ଥା(ଏନଏସଏସ) ଅନୁସାରେ ସମ୍ପ୍ରତି ଦେଶରେ ୩.୮ ନିୟୁତ ସ୍ବାସ୍ଥ୍ୟସେବା କର୍ମଚାରୀ କାର୍ଯ୍ୟ କରୁଛନ୍ତି। ତେବେ ଏହି କ୍ଷେତ୍ରରେ ଯୋଗ୍ୟତା ନ ଥିବା ୧.୨ ନିୟୁତ କର୍ମଚାରୀ କାର୍ଯ୍ୟ କରୁଛନ୍ତି। ସେମାନେ ଭିନ୍ନ ଭିନ୍ନ କାଉନସିଲ୍‌ରେ ପଞ୍ଜିକରଣ କରିଛନ୍ତି। ଦେଶର ୧୦ ହଜାର ଲୋକଙ୍କ ପାଇଁ ମାତ୍ର ୨୦ ଜଣ ଡାକ୍ତର ଏବହ ନର୍ସ ଥିବା ଏନଏସଏସରେ ଦର୍ଶାଯାଇଛି। ସେହିପରି ଦେଶର ୮୦ ପ୍ରତିଶତ ଡାକ୍ତର ଏବଂ ୭୦ ପ୍ରତିଶତ ନର୍ସ ଘରୋଇ ସ୍ବାସ୍ଥ୍ୟ ସଂସ୍ଥାରେ କାମ କରୁଥିବା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଦୂର ହେବ LPG ସଙ୍କଟ: ଭାରତରେ ପହଞ୍ଚିଲା…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଏସୀୟ ଦେଶଗୁଡ଼ିକ ଗମ୍ଭୀର ଗ୍ୟାସ ଏବଂ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି। ଭାରତ ମଧ୍ୟ ଏଲପିଜି ସଙ୍କଟ ଅନୁଭବ କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri