ଖବରକାଗଜ ହକରଙ୍କ ପାଇଁ କୋହଳ ହେଲା କଟକଣା: ବିତରଣ ପାଇଁ ୪, ବିକ୍ରି ପାଇଁ ୧ ଘଣ୍ଟା

ଭୁବନେଶ୍ୱର,୨୬।୩(ବ୍ୟୁରୋ)-କରୋନା(କୋଭିଡ୍‌-୧୯)ର ଭୟାବହତା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ପରିସ୍ଥିତିରେ ଖବରକାଗଜର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଲୋକମାନଙ୍କୁ ସଚେତନ କରିବା ସହ ସେମାନଙ୍କ ନିକଟରେ ବାର୍ତ୍ତା ପହଞ୍ଚାଇବାରେ ଖବରକାଗଜ ଗୁରୁ ଦାୟିତ୍ୱ ବହନ କରୁଛି। କଟକଣା ଯୋଗୁ ଖବରକାଗଜ ବଣ୍ଟନରେ ବାଧା ସୃଷ୍ଟି ହୋଇଛି। ଖବରକାଗଜ ପରିବହନ କରୁଥିବା ଗାଡି ଏବଂ ହକରମାନଙ୍କୁ ଖବରକାଗଜ ବାଣ୍ଟିବା ନେଇ ଅନୁମତିି ଦିଆଯାଉ ନ ଥିଲା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଖବରକାଗଜ ବଣ୍ଟନ କାର୍ଯ୍ୟରେ ନିୟୋଜିତ ଗାଡି ଓ ହକରମାନଙ୍କୁ କଟକଣା ମୁକ୍ତ କରିଛନ୍ତି। ଏହାକୁ ଜରୁରୀ ସେବାଭୁକ୍ତ କରିବା ସହ ଏ ନେଇ ସୂଚନା ଓ ପ୍ରସାରଣ ବିଭାଗ ପକ୍ଷରୁ ଗୁରୁବାର ଗାଇଡ୍‌ଲାଇନ ଜାରି କରାଯାଇଛି। ଖବରକାଗଜ ନେଇ ଯାଉଥିବା ଗାଡିଗୁଡିକୁ କୌଣସି ସ୍ଥାନରେ ଅଟକାଯିବ ନାହିଁ। ସେହିପରି ଖବରକାଗଜ ବଣ୍ଟନ ଦାୟିତ୍ୱରେ ଥିବା ହକରମାନଙ୍କୁ ବିଭିନ୍ନ ବିତରଣ କେନ୍ଦ୍ରରୁ ଖବରକାଗଜ ଉଠାଇବା ଓ ବାଣ୍ଟିବା ପାଇଁ ୪ ଘଣ୍ଟା ସମୟ ଦିଆଯାଇଛି। ହକରମାନେ ଭୋର ୪ଟାରୁ ୭ଟା ମଧ୍ୟରେ ଏହି କାର୍ଯ୍ୟ ସମ୍ପାଦନ କରିବାକୁ ଗାଇଡଲାଇନରେ ଉଲ୍ଲେଖ କରାଯାଇଛି। ଏହାଛଡା ଖବରକାଗଜ ବିକ୍ରି ପାଇଁ ସକାଳ ୭ଟାରୁ ୮ ପର୍ଯ୍ୟନ୍ତ ଅନୁମତି ଦିଆଯାଇଛି। ତେବେ ସରକାରଙ୍କ ଦ୍ୱାରା କୋଭିଡ୍‌-୧୯ ପାଇଁ ଜାରି କରାଯାଇଥିବା ଗାଇଡ୍‌ଲାଇନ ଅନୁଯାୟୀ କାର୍ଯ୍ୟରତ ବେଳେ ହକର ଓ ଯାନବାହନ ଚାଳକ ସାମାଜିକ ଦୂରତ୍ୱ ରକ୍ଷା କରିବା ସହ ନିଜ ହାତକୁ ସାନିଟାଇଜ କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri