ଖବରଦାତାଙ୍କ ଉପରେ ହେଉଥିବା ଆକ୍ରମଣ, ଦୁର୍ବବ୍ୟବହାର ପ୍ରତିବାଦ: କଳାହାଣ୍ଡି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା, ପ୍ରତିବାଦ ସଭା

ଭବାନୀପାଟଣା,୨୩।୭(ଡି.ଏନ.ଏ.): ଖବରଦାତାଙ୍କ ଉପରେ ହେଉଥିବା ଆକ୍ରମଣ, ଦୁର୍ବବ୍ୟବହାର ପ୍ରତିବାଦରେ ମଙ୍ଗଳବାର କଳାହାଣ୍ଡି ଜିଲା କାର୍ଯ୍ୟରତ ଖବରଦାତାଙ୍କ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି। ଏହି ଅବସରରେ ସେଠାରେ ଅନୁଷ୍ଠିତ ପ୍ରତିବାଦ ସଭାରେ ଉପସ୍ଥିତ ଖବରଦାତାମାନେ ରାଜ୍ୟରେ କାର୍ଯ୍ୟରତ ଖବରଦାତାମାନଙ୍କ ଉପରେ ହେଉଥିବା ଦୁର୍ବ୍ୟବହାର ଓ ଆକ୍ରମଣକୁ ତୀବ୍ର ନିନ୍ଦା କରିଛନ୍ତି । ଏଥିସହିତ ସେମାନଙ୍କ ସୁରକ୍ଷା ପ୍ରତି ଦୃଷ୍ଟି ଦେବା ସହ ଆଗାମୀ ଦିନରେ ସେଭଳି ଘଟଣାର ପୁନରାବୃତ୍ତି ଯେପରି ନ ହେବ ସେଥି ପାଇଁ ରାଜ୍ୟ ସରକାର ଓ ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ଦାବି କରିଛନ୍ତି । ଏହା ନ ହେଲେ ଆଗାମୀ ଦିନରେ ଖବରଦାତାମାନେ ବାଧ୍ୟହୋଇ ନିଜର ସୁରକ୍ଷା ପାଇଁ ଆନ୍ଦୋଳାମତ୍କପନ୍ଥା ଗ୍ରହଣ କରିବେ ବୋଲି ଚେତାବନୀ ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ଏକ ସ୍ମାରକପତ୍ର ଜିଲାପାଳଙ୍କ ଜରିଆରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲାର ସମସ୍ତ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗଦେଇ ସ୍ଥାନୀୟ ଗାନ୍ଧୀଛକଠାରେ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ। ସେଠାରେ ବରିଷ୍ଠ ଖବରଦାତା ଉମାଶଙ୍କର କରଙ୍କ ଅଧ୍ୟକ୍ଷତାରେ ଏକ ପ୍ରତିବାଦ ସଭା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍

ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri